loading...

ଆଗାମୀ ୨୮ରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିବେ ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା । ପ୍ରଚାର ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କଲେ ରାଜ୍ୟ ସଭାପତି ସମୀର ମହାନ୍ତି,

Press Release Flag off Publicity Vehicle,

ଆଗାମୀ ୨୮ରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିବେ ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା । ପ୍ରଚାର ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କଲେ ରାଜ୍ୟ ସଭାପତି ସମୀର ମହାନ୍ତି,

ଭୁବନେଶ୍ୱର : ୨୬/୦୨- ଆଗାମୀ ଫେବୃଆରୀ ୨୮ ତାରିଖରେ ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି । ଗୃହମନ୍ତ୍ରୀ ଶ୍ରୀ ଶାହା ଭୁବନେଶ୍ୱର ସ୍ଥିତ ଜନତା ମଇଦାନ ଠାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିବେ । ପ୍ରଚାର ଗାଡି ଏବଂ ଡାକବାଜି ଯନ୍ତ୍ର ମାଧ୍ୟମରେ ଭୁବନେଶ୍ବର ବାସିନ୍ଦାଙ୍କ ପାଖରେ ଏହି ସନ୍ଦେଶ ପହଂଚାଇବା ପାଇଁ ବ୍ୟବସ୍ଥା କରାଯାଇଛି । ଏହି ଗାଡି ଗୁଡିକ ରାଜଧାନୀର ବିଭିନ୍ନ ୱାର୍ଡ ଗୁଡିକରେ ବୁଲି ପ୍ରଚାର କରିବେ । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ରାଜ୍ୟ କାର୍ଯ୍ୟାଳୟ ଠାରେ ପ୍ରଚାର ଗାଡିର ଶୁଭାରମ୍ଭ କରିଛନ୍ତି ।
ନାଗରିକତା ପ୍ରଦାନ କରିବା ପାଇଁ ହୋଇଛି ନାଗରିକତା ସଂଶୋଧନ ଆଇନ । କିନ୍ତୁ ବିରୋଧୀ କଂଗ୍ରେସ ସମେତ କିଛି ଅଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି । ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁବର୍ଗର ଶରଣାର୍ଥୀମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି । ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା ଏହି ସଂପର୍କରେ ଲକ୍ଷ ଲକ୍ଷ ଜନସାଧାରଣଙ୍କୁ ସମ୍ବୋଧିତ କରିବେ । ଏହି ଜନସାମବେଶରେ ବିପୁଳ ଭାବେ ସାଧାରଣ ଜନତା ଯୋଗ ଦେଇ ରାଷ୍ଟ୍ର ହିତରେ ନିଜକୁ ସାମିଲ କରିବା ପାଇଁ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ଆହ୍ବାନ ଦେଇଛନ୍ତି ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget