ଭୁବନେଶ୍ୱର : ୨୮/୦୪- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ୧୯ ସଂକ୍ରାମକ ରୋଗ ନିୟନ୍ତ୍ରଣ ପାଇଁ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ବରେ ଥିବା ବରିଷ୍ଠ ଅଧିକାରୀ ମାନଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ଓଡ଼ିଶାକୁ ଫେରୁଥିବା ସବୁ ଯୋଗ୍ୟ ଶ୍ରମିକମାନେ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଅନ୍ତି, ତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । NFSA/SFSA ରାସନ କାର୍ଡ ଥାଉ ବା ନ ଥାଉ, ଏହି ଶ୍ରମିକ ଓ ତାଙ୍କ ପରିବାର ଯେପରି ରାସନ ପାଇବାରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପର୍ଯ୍ୟବେକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ କୋଭିଡ ୧୯ ନିୟନ୍ତ୍ରଣ ଦାୟିତ୍ର ହିଁ ହେଉଛି ବରିଷ୍ଠ ଅଧିକାରୀ ମାନଙ୍କର ମୁଖ୍ୟ ଦାୟିତ୍ବ । ଏହା ଅତିରିକ୍ତ ଦାୟିତ୍ବ ନୁହେଁ । ତେଣୁ ଏଥିପ୍ରତି ବିଶେଷ ଯତ୍ନବାନ ହୋଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟବେକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ । ଆଗାମୀ ୮-୧୦ ଦିନର ଦୃଶ୍ୟପଟକୁ ସାମ୍ନାରେ ରଖି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଗ୍ରାମପଞ୍ଚାୟତ ସ୍ତରରେ ଏଥିପାଇଁ ଅଧିକ ସୁବିଧା ସୁଯୋଗର ବିକାଶ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଓଡିଶା ଫେରିବାକୁ ଥିବା ଶ୍ରମିକ ମାନଙ୍କ ନିମନ୍ତେ ଗ୍ରାମପଞ୍ଚାୟତ ମୁରରେ quarantine ତଥା ଅନ୍ୟାନ୍ୟ ସୁବିଧାକୁ ପ୍ରାଥମିକତା ଦେବା ପାଇଁ ପର୍ଯ୍ୟବେକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । | NREGSଙ୍କୁ ଲକ୍ଷ୍ୟଭିକ କରିବା ସହ ଏହା ଜରିଆରେ ବର୍ତ୍ତମାନ ସୃଷ୍ଟି ହେଉଥିବା ୫ ଲକ୍ଷ ମାନବ ଦିବସକୁ ଦୁଇ ଗୁଣ କରି ଅଗାମୀ ସପ୍ତାହ ସୁଦ୍ଧା ଦୈନିକ ୧୦ ଲକ୍ଷ ମାନବ ଦିବସକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ସେହିପରି ଜଙ୍ଗଲ ବିଭାଗ ତୁରନ୍ତ ଶ୍ରମଭିତ୍ତିକ କାର୍ଯ୍ୟ ଆରମ୍ଭ କରିବା ସହିତ କେନ୍ଦୁପତ୍ର କର୍ମଚାରୀ ମାନଙ୍କ ଜୀବନଜୀବିକା ପ୍ରତି ସ୍ଵତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କୋଭିତ ୧୯ ନିୟନ୍ତ୍ରଣ କାର୍ଯ୍ୟରେ ମୁତୟନ ହୋଇଥିବା ସମସ୍ତ କର୍ମଚାରୀ ହେଉଛନ୍ତି ଜଣେ ଜଣେ ଯୋଦ୍ଧା । ତେଣୁ ଡାକ୍ତରଙ୍କ ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟକର୍ମୀ । ଯୋଲିସ, ଆଶାକର୍ମୀ, ଅଙ୍ଗନବାଡୀ କର୍ମୀ ତଥା ଅନ୍ୟ କର୍ମଚାରୀ ସମସ୍ତଙ୍କ ପାଇଁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବିଷୟରେ ମଧ୍ୟ ସଂପୃକ୍ତ କର୍ମଚାରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଆଗାମୀ ଦିନରେ ରାଜ୍ୟ ବାହାରୁ ଅନେକ ଶ୍ରମିକ ଫେରିବାର ସମ୍ଭାବନା ରହିଛି ।
ଏହାକୁ ଦୃଷ୍ଟିରେ ରଖି ଯେପରି ବହୁ ପରିମାଣରେ ନମୂନା ଶୀଘ୍ର ପରୀକ୍ଷା କରାଯାଇ ପାରିବ, ସେ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେଥିପାଇଁ ICMR ଦ୍ବାରା ସ୍ବୀକୃତିପ୍ରାପ୍ତ ଘରୋଇ ପରୀକ୍ଷାଗାର ବ୍ୟବହାର କରିବା ଏବଂ ନମୁନା ପରୀକ୍ଷଣକୁ ୧୫ ହଜାରକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ସ୍ଵାସ୍ଥ୍ୟ ବିଭାଗର ଦାୟିତ୍ବରେ ଥିବା କୃଷି ଉତ୍ପାଦନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ବିଭିନ୍ନ ଜିଲ୍ଲା ଦାୟିତ୍ବରେ ଥିବା ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ ।
Post a Comment