ପ୍ରିୟ ଭାଇ ଓ ଭଉଣୀମାନେ,
ନମସ୍କାର !! ଗତ ୧୦ ଦିନ ତଳେ ମୁଁ ଆପଣମାନଙ୍କ ସହିତ କଥା ହୋଇଥିଲି । ସେତେବେଳେ ଆମ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୬୧ ଥିଲା । ଏବେ ତାହା ଦୁଇ ଗୁଣ ବଢ଼ିଗଲାଣି । କିନ୍ତୁ ଡରିବାର କିଛି ନାହିଁ । ଆମେ ସତର୍କ ରହିଲେ ବିପଦକୁ ଏଡେଇ ପାରିବା ।
ପ୍ରଥମେ ଆମ ପାଇଁ ଚ୍ୟାଲେଞ୍ଜ ଥିଲା ବିଦେଶରୁ ଫେରୁଥିବା ଓଡ଼ିଆ ଭାଇଭଉଣୀଙ୍କ ଯତ୍ନ ନେବା । ଓଡ଼ିଶା ପ୍ରଥମ ରାଜ୍ୟ , ଯିଏ କି ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ କଲା । ସେତେବେଳେ ସରକାରଙ୍କୁ ସହଯୋଗ କରିବା ପାଇଁ ମୁଁ ଆପଣମାନଙ୍କୁ ଅନୁରୋଧ କରିଥିଲି । ଆପଣମାନେ ସହଯୋଗ କଲେ । ଆମେ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ । ତା ପରେ ଚ୍ୟାଲେଞ୍ଜ ହେଲା ନିଜାମୁଦିରୁ ଫେରୁଥିବା ବନ୍ଧୁ ମାନଙ୍କ ଠିକ୍ ଭାବରେ ଯତ୍ନ ନେବା । ମୁଁ ପୁଣି ଥରେ ଆପଣମାନଙ୍କୁ ଅନୁରୋଧ କଲି । ଆପଣମାନେ ସହଯୋଗ କଲେ । ଆମେ ଏଥର ମଧ୍ୟ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ । ଏବେ ଆମର ତୃତୀୟ ଆହ୍ବାନ ହେଉଛି, ପଶ୍ଚିମବଙ୍ଗରୁ ଫେରୁଥିବା ଭାଇଭଉଣୀ ମାନଙ୍କର ଯତ୍ନ । ରାଜ୍ୟରେ ବର୍ତ୍ତିମାନ କରୋନା ପଜିଟିଭ ମାନଙ୍କ ମଧ୍ୟରୁ କେବଳ ପଶ୍ଚିମବଙ୍ଗ ଫେରନ୍ତା ହେଉଛନ୍ତି ୫୦ । ଆପଣମାନଙ୍କ ସହଯୋଗରେ ଆମେ ପରିସ୍ଥିତିକୁ ଭଲ ଭାବରେ ମୁକାବିଲା କରିପାରିଛୁ । ପରିସ୍ଥିତି ନିୟନ୍ତ୍ରଣରେ ଅଛି ।
ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଦେଶର ସବୁଠାରୁ ଅଧିକ infected ରାଜ୍ୟ ମହାରାଷ୍ଟ୍ର, ଗୁଜୁରାଟ, ଦିଲ୍ଲୀ, ତାମିଲନାଡ଼ୁ, କର୍ଣ୍ଣାଟକ, ରାଜସ୍ଥାନ ତଥା ଆମ ପଡୋଶୀ ପଶ୍ଚିମବଙ୍ଗରୁ ବହୁ ଓଡିଆ ଭାଇଭଉଣୀ ରାଜ୍ୟକୁ ଫେରିବେ । ସେମାନେ ଆମ ଘର ଲୋକ । ବିପଦ ସମୟରେ ମା ଓ ମାତୃଭୂମି ଆଗ ଆମ ମନକୁ ଆସିଥାଏ । ସେମାନେ ସମସ୍ତେ ଆମର ପିଲାଛୁଆ । ଆମ ଭାଇଭଉଣୀ ସେମାନଙ୍କ ଯତ୍ନ ନେବା ଆମର ଦାୟିତ୍ବ । ବାହାରୁ ଲୋକ ଆସିଲେ ପଜିଟିଭ ସଂଖ୍ୟା ବଢ଼ିବ । କିନ୍ତୁ ପରିସ୍ଥିତି ନିୟନ୍ତ୍ରଣରେ ରହିପାରିବ, ଯଦି ଆପଣମାନେ ସରକାରକୁ ପୁରା ସହଯୋଗ ଯୋଗାଇ ଦେବେ । ତେଣୁ ଆମେ ସାବଧାନ ରହିବା । ଧୈର୍ଯ୍ୟ ରଖିବା । ବାହାରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେସନ କରିବା ।
ସେମାନଙ୍କୁ quirintinରେ ରଖିବାରେ ସରକାରଙ୍କୁ ପୁରା ସହଯୋଗ କରିବା । ଏହାଦ୍ବାରା ସେମାନେ ସୁସ୍ଥ ରହିବେ । ଆମ ପରିବାର ପୁସ୍ଥ ରହିବ । ଆମ ଗାଁ ଓ ଆମ ସମାଜ ମଧ୍ୟ ସୁସ୍ଥ ରହିବ । ଆପଣମାନଙ୍କର ଟିକିଏ ହେଳା ସମସ୍ତଙ୍କୁ ବିପଦରେ ପକାଇ ପାରେ । ଏହା ହେଉଛି ଜୀବନ ଓ ମୃତ୍ୟୁର କଥା । ଏପରିକି ୧୦ ପ୍ରତିଶତ ଲୋକଙ୍କ ଭୁଲ ଦ୍ବାରା , ସମସ୍ୟା ୧୦୦ ଗୁଣ ବଢ଼ିଯିବ ।ଓଡିଶାର ପରିସ୍ଥିତି ଅନ୍ୟ ରାଜ୍ୟମାନଙ୍କ ଠାରୁ ବହୁତ ଭଲ ଅଛି । ଆମେ ଯଦି ସରକାରଙ୍କ ନିୟମ ମାନି ଚଳିବା, ସରକାରଙ୍କୁ ପୁରା ସହଯୋଗ ଯୋଗାଇ ଦେବା, ତେବେ ଓଡିଶା କରୋନା ନିୟନ୍ତ୍ରଣ କରିବାରେ ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବ ।
Post a Comment