loading...

କର୍ଣ୍ଣାଟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା ଘରକୁ ଫେରିବେ ଉଭୟ ରାଜ୍ୟରେ ରହୁଥିବା ଓଡ଼ିଆ ।

କର୍ଣ୍ଣାଟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା ଘରକୁ ଫେରିବେ ଉଭୟ ରାଜ୍ୟରେ ରହୁଥିବା ଓଡ଼ିଆ ।

କର୍ଣ୍ଣାଟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା ଘରକୁ ଫେରିବେ ଉଭୟ ରାଜ୍ୟରେ ରହୁଥିବା ଓଡ଼ିଆ ।

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ବି.ଏସ୍.ୟେଦିୟୁରସ୍କା ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ.ଏସ୍. ଜଗନମୋହନ୍ ରେସ୍ତ୍ରୀଙ୍କ ସହିତ ଉଭୟ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ ।

ଲକ୍ ଡାଉନ୍ ସମୟରେ ଉଭୟ ରାଜ୍ୟ ସରକାର ସେଠାରେ ରହିଥିବା ଓଡିଆମାନଙ୍କର ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ଦିୟୁରସ୍କା ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ରେଢ଼ୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଓଡ଼ିଶା ଆସିବାକୁ ଚାହୁଁଥିବା ଓଡ଼ିଆ ଲୋକମାନେ ଯେପରି ସୁବିଧାରେ ଫେରି ଆସି ପାରିବେ ସେଥିରେ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । 

ଆଲୋଚନା ସମୟରେ ଉଭୟ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଓ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଦର୍ଶାଇଥିଲେ ଯେ ସେମାନଙ୍କ ରାଜ୍ୟ ସରକାର ଇତି ମଧ୍ୟରେ ଅନେକ କାର୍ଯ୍ୟ ଆରମ୍ଭ କରିଲେଣି । ତେଣୁ ଯେଉଁମାନେ ଚାହିଁବେ ସେମାନେ ସେଠାରେ ରହି ମଧ୍ୟ କାମ କରିପାରିବେ । ଯେଉଁମାନେ ନିଜ ରାଜ୍ୟକୁ ଫେରିବାକୁ ଚାହାନ୍ତି, ସେମାନଙ୍କୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିଲେ ।

ଯେଉଁମାନେ ଓଡିଶା ଫେରିବାକୁ ଆଗ୍ରହୀ ସେମାନଙ୍କୁ ଯେପରି ସେଠାରୁ ଓଡ଼ିଶା ସରକାରଙ୍କ Online Portal ରେ Registration କରିପାରିବେ ସେଥିପାଇଁ ସହଯୋଗ କରିବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କର୍ଣ୍ଣାଟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଓଡ଼ିଶା ଫେରିବାକୁ ଚାହୁଁଥିବା ଓଡିଆ ଲୋକମାନଙ୍କର ସ୍କ୍ରିନି , ରେଜିଷ୍ଟ୍ରେସନ ଏବଂ ଯାତ୍ରା ସମ୍ପର୍କିତ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ଏକ ବିଧିବଦ୍ଧ ପ୍ରୋଟୋକଲ୍ ପ୍ରସ୍ତୁତି ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଶ୍ରୀ ଆର୍ ବାଲକ୍ରିଷ୍ଣନ୍, ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ୍ ତ୍ରିପାଠୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget