loading...

ଶ୍ରୀ ଜଗନ୍ନାଥ ମନ୍ଦିର ଏବଂ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପର ଅଗ୍ରଗତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ।

ଶ୍ରୀ ଜଗନ୍ନାଥ ମନ୍ଦିର ଏବଂ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପର ଅଗ୍ରଗତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ମଇ ୨୯ ତାରିଖ ଠାରୁ କାର୍ଯ୍ୟ ପୁନଃ ଆରମ୍ଭ କରିବାକୁ ନିର୍ଦ୍ଦେଶ।

ଶ୍ରୀ ଜଗନ୍ନାଥ ମନ୍ଦିର ଏବଂ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପର ଅଗ୍ରଗତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ।

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ପୁରୀ ଓ ଭୁବନେଶ୍ୱରର ଦୁଇଟି ଗୁରୁତ୍ଵପୂର୍ଣ୍ଣ ଐତିହ୍ୟ ପ୍ରକଳ୍ପ ଯଥା- ଶ୍ରୀ ଜଗନ୍ନାଥ । ମନ୍ଦିର ଐତିହ୍ୟ ପ୍ରକଳ୍ପ ଏବଂ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୁରୀ ଓ ଭୁବନେଶ୍ବରର ଏହି ଦୁଇଟି ପ୍ରକଳ୍ପ ଅନେକ ଦୃଷ୍ଟିରୁ ସ୍ବତନ୍ତ୍ରଭାବେ ଗୁରୁତ୍ଵପୂର୍ଣ୍ଣ । 

ଲଡାଉନ ଯୋଗୁ ଏହି କାମ ଦୁଇ ମାସ ଧରି ବନ୍ଦ ରହିଥିଲା । ତେବେ ଏହି କାର୍ଯ୍ୟକୁ ମଇ ୨୯ ତାରିଖ ଠାରୁ ପୁନର୍ବାର ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ବ ଓ ଅନ୍ୟାନ୍ୟ ଗାଇଡଲାଇନ ଗୁଡିକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବୈଠକରୁ ଜଣାଯାଇଛି ଯେ ଶ୍ରୀସେତୁ, ଶ୍ରୀଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର , ମହୋଦଧି ମାର୍କେଟ କମ୍ପେନ୍ସ ଏବଂ ମୂଷା ନଦୀର ସଂପ୍ରସାରଣ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଜାରି ରହିଛି । ଆଉ ଅଳ୍ପ ଜମିର ଅଧିଗ୍ରହଣ ବାକି ରହିଛି । 

ଏହା ଖୁବଶୀଘ୍ର, ପ୍ରାୟ ୨-୩ ମାସ ମଧ୍ୟରେ ସଂପୂର୍ଣ୍ଣ ହେବ । ଏହାସହିତ ଶ୍ରୀଜଗନ୍ନାଥ ହେରିଟେଜ କରିଡର, ବଡଦାଣ୍ଡ ଉନ୍ନତିକରଣ ପ୍ରକଳ୍ପ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଫିର ପୁନର୍ବିକାଶ ପ୍ରକଳ୍ପ, ଜଗନ୍ନାଥ ସଂସ୍କୃତି କେନ୍ଦ୍ର ଆଦି ପ୍ରକଳ୍ପ ପାଇଁ ଡିଜାଇନ୍ ପ୍ରସ୍ତୁତ କରାଯାଉଛି । ସେହିପରି ଲିଙ୍ଗରାଜ ମନ୍ଦିର ପ୍ରକଳ୍ପର ମଧ୍ୟ ବିଭିନ୍ନ କାର୍ଯ୍ୟ ପାଇଁ ପ୍ରସ୍ତୁତି ଚାଲିଛି । ଜମି ଅଧିଗ୍ରହଣ କାର୍ଯ୍ୟ ଖୁବଶୀଘ୍ର ଶେଷ ହେବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ମନ୍ଦିର ଓ ବିନ୍ଦୁସାଗର ମଧ୍ୟବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ ଆରମ୍ଭ କରାଯିବ । 

ଏଥିପାଇଁ ଯୋଜନା ଓ ଡିଜାଇନ କାର୍ଯ୍ୟର ପ୍ରସ୍ତୁତି ଚାଲିଛି । ବିନ୍ଦୁସାଗର ଓ ଅନ୍ୟାନ୍ୟ ତୀର୍ଥ ପୁଷ୍କରିଣୀର ଜଳକୁ ନୂତନ ବୈଷୟିକ ଜ୍ଞାନ ସହାୟତାରେ ସ୍ୱଚ୍ଛ କରିବା ଓ ଏହାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଭାରତ ସରକାରଙ୍କ Indian Chemical Institute ସହିତ ଖୁବଶୀଘ୍ର ଏକ ବୁଝାମଣା ପତ୍ର ସ୍ବାକ୍ଷର କରାଯିବ ବୋଲି ବୈଠକରୁ ଜଣାଯାଇଛି । ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା , । ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି), ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସକ ତଥା ପୂର୍ଡ ସଚିବ, ପୁରୀ ଜିଲ୍ଲାପାଳ ଆଦି ଯୋଗ ଦେଇଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget