loading...

ମୁଖ୍ୟମନ୍ତ୍ରୀଙ୍କ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ଆହ୍ବାନକୁ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ।

ବନ୍ଦେ ଉତ୍କଳ ଜନନୀକୁ ଗାନ କରିବା ପାଇଁ ଓଡ଼ିଶାବାସୀ ଓ ଦଳର ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଅନୁରୋଧ ।

ମୁଖ୍ୟମନ୍ତ୍ରୀଙ୍କ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ଆହ୍ବାନକୁ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ।

ଭୁବନେଶ୍ବର : କୋଭିଡ୍ ଯୋଦ୍ଧାଙ୍କ ସମ୍ମାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ଵାନକୁ ସ୍ଵାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୈଶ୍ୱିକ ମହାମାରୀ କରୋନା ଲଢ଼େଇରେ ପ୍ରଥମ ଧାଡିର ଯୋଦ୍ଧାମାନଙ୍କୁ ସମ୍ମାନିତ ଓ ଉତ୍ସାହିତ କରିବା ଦେଶ ପ୍ରେମର ନିବେଦନ ବୋଲି ଶ୍ରୀ ପ୍ରଧାନ ଟୁଇଟ୍ କରି କହିଛନ୍ତି । 

ବନ୍ଦେ ଉତ୍କଳ ଜନନୀ ସାଢ଼େ 4 କୋଟି ଓଡ଼ିଆଙ୍କ ହୃଦୟର ସ୍ପନ୍ଦନ ଓ ଭାବନା ସହ ଜଡ଼ିତ । ମାଟି ମାଆକୁ ଉତ୍ସର୍ଗ ହୋଇଥିବା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଏହି ପ୍ରେରଣାଦାୟୀ ବନ୍ଦେ ଉତ୍କଳ ଜନନୀକୁ ଗାନ କରିବା ପାଇଁ ଶ୍ରୀ ପ୍ରଧାନ ଓଡ଼ିଶାବାସୀ ଓ ଦଳର ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଟୁଇଟ୍ ମାଧ୍ୟମରେ ଅନୁରୋଧ କରୁଛନ୍ତି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget