ଭୁବନେଶ୍ବର : ଚଳିତ ଖରିଫରେ ଚାଷୀମାନଙ୍କୁ ଉନ୍ନତ ବିହନ, ସାର ଏବଂ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି । ଚାଷୀମାନେ ଯେପରି ସୁବିଧାରେ ବିହନ ଓ ସାର ଆବଶ୍ୟକ ଅନୁସାରେ ପାଇପାରିବେ, ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବା ପାଇଁ ଜିଲ୍ଲା ଦାୟିତ୍ବରେ ଥିବା ନୋଡାଲ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କହିଛନ୍ତି ।
ଏଣୁ ସହିତ କୋଭିଡ଼-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଖରିଫ ଚାଷର ଗୁରୁତ୍ବକୁ ଦୃଷ୍ଟିରେ ରଖୁ କୃଷି ଅଧୁକାରୀ ଓ କର୍ମଚାରୀମାନଙ୍କୁ ସଦର ମହକୁମା ଛାଡି ନ ଯିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଖୁଲାପକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡଃ ସାହୁ କହିଛନ୍ତି । ଆଜି ପୂର୍ବାହ୍ନରେ କୃଷି ଭବନଠାରେ ଆୟୋଜିତ ବିଭାଗର ବରିଷ୍ଠ ଅଧୁକାରୀ ଏବଂ ଜିଲ୍ଲା ଦାୟିତ୍ବରେ ଥିବା ନୋଡାଲ ଅଧୁକାରୀମାନଙ୍କ ବୈଠକରେ ଅଧ୍ୟକ୍ଷତାକରି ମନ୍ତ୍ରୀ ଡଃ ସାହୁ ବିହନ ଓ ସାର ଯୋଗାଣ ସଂପର୍କରେ ସମୀକ୍ଷା କରିଥିଲେ । ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟରେ ଖରିଫ ଚାଷକୁ ପ୍ରାଥମିକତା ପ୍ରଦାନ କରି କୃଷିକାର୍ଯ୍ୟକୁ ଆଗେଇ ନେବାପାଇଁ କୃଷି ଅଧୁକାରୀମାନଙ୍କୁ ଅଧୁକ ତତ୍ପରତା ପ୍ରକାଶ କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ଡଃ ସାହୁ କହିଥିଲେ ।
ଜୁନ ୧ ତାରିଖରୁ ୧୦ ତାରିଖ ମଧ୍ୟରେ ସମସ୍ତ ନୋଡାଲ ଅଧୁକାରୀ ସେମାନଙ୍କ ଦାୟିତ୍ବରେ ଥିବା ଜିଲ୍ଲା ପରିଦର୍ଶନ କରି ତୃଣମୂଳ ସ୍ତରରେ ଚାଷ କାର୍ଯ୍ୟରେ ଉପୁଜୁଥିବା ସମସ୍ୟାର ସମାଧାନ କରିବା ପାଇଁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । ଏଥୁ ସହିତ ବିହନ, ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀର ଯୋଗାଣକୁ ନିଶ୍ଚିତ କରିବା ପାଇଁ ନୋଡାଲ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ସୋସିଆଲ୍ ମିଡିଆର ବହୁଳ ଉପଯୋଗ କରି ଚାଷୀମାନଙ୍କୁ ସିଧାସଳଖ ସୂଚନା ପ୍ରଦାନ ଓ ପରାମର୍ଶ ଦେବା ଉପରେ ଗୁରୁତ୍ବାରୋପ କରାଯାଇଥୁଲା । ପ୍ରତି ପଂଚାୟତରେ ହ୍ବାଟ୍ଆପ୍ ଗୃପ୍ ଗଠନ କରି ଏଥିରେ ଅଧୁକରୁ ଅଧୁକ ଚାଷୀମାନଙ୍କୁ ସାମିଲ କରିବା ପାଇଁ ମନ୍ତ୍ରୀ ଡଃ ସାହୁ ନିର୍ଦ୍ଦେଶ ଦେଇଥୁଲେ ।
ଏଥିସହିତ କୋଭିଡ଼-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଅଧୁକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ଷେତ୍ରରେ ସାମାଜିକ ଦୁରତ୍ବ, ମାସ୍କ୍ ପରିଧାନ ଏବଂ ସାନିଟାଇଜେସନ୍ କୁ କଡାକଡ଼ି ଭାବରେ ଅନୁପାଳନ କରିବାକୁ ମନ୍ତ୍ରୀ ଡଃ ସାହୁ କହିଥିଲେ। ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନର ନିର୍ଦ୍ଦେଶକ ଡଃ ଏମ୍. ମୁଥୁ କୁମାରଙ୍କ ସମେତ ବିଭାଗର ବରିଷ୍ଠ ପଦାଧୁକାରୀମାନେ ଉପସ୍ଥିତ ଥିଲେ।
Post a Comment