loading...

ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ଗତିବିଧି ଉପରେ ତୀକ୍ଷଣ।

ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ଗତିବିଧି ଉପରେ ତୀକ୍ଷଣ ନଜର ସହ ଚାଷୀଙ୍କୁ ସଚେତନ କରାଯିବା ଉପରେ ଗୁରୁତ୍ବ, ।

ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ଗତିବିଧି ଉପରେ ତୀକ୍ଷଣ।
google

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରାଜ୍ୟରେ ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯାଇଥିଲା । ପଙ୍ଗପାଳଙ୍କ ଗତିବିଧି ଉପରେ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ତୀକ୍ଷଣ ନଜର ରଖିବା ସହିତ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା । ପଙ୍ଗପାଳ ନିୟନ୍ତ୍ରଣ ପାଇଁ ଆବଶ୍ୟକ ହେଲେ ଦମକଳ ଜରିଆରେ ପ୍ରଭାବିତ ଅଞ୍ଚଳରେ ଔଷଧ ଛିଂଚନ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଏହି ବୈଠକରୁ ଜଣାଯାଇଛି ଯେ ପଙ୍ଗପାଳ ଉପଦ୍ରବକୁ ନିୟନ୍ତ୍ରଣ କରିବା ପାଇଁ ଉଭୟ ରାଜ୍ୟ ଓ ଜିଲ୍ଲା ସ୍ତରରେ କଣ୍ଟାଲ ରୁମ୍ ଖୋଲାଯାଇଛି । ରାଜ୍ୟର ସାଢ଼େ ଛଅ ଲକ୍ଷ ଚାଷୀଙ୍କୁ ଏ ସଂକ୍ରାନ୍ତୀୟ ଦ୍ବାଟସପ୍ ମେସେଜ ଏବଂ ଆଠ ଲକ୍ଷ ଚାଷୀଙ୍କୁ ଭଏସ୍ ମେସେଜ ପଠାଯିବା ସହିତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଚାଷୀ ମାନଙ୍କ ସହିତ ନିୟମିତ ସଂପର୍କରେ ରହିଛି । ଓଡ଼ିଶାର ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ,ରାୟଗଡା, ଝାରସୁଗୁଡା, ସୁନ୍ଦରଗଡ ଓ ବରଗଡ ଜିଲ୍ଲାରେ ପଙ୍ଗପାଳ ଉପଦ୍ରବ ଆଶଙ୍କା ସର୍ବାଧିକ ରହିଛି । ଗତକାଲି ଛତିଶଗଡ ଆସିଥିବା ପଙ୍ଗପାଳ ଦଳ ପୁଣି ମଧ୍ୟପ୍ରଦେଶକୁ ଫେରିଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ତଥାପି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ବୈଠକରେ ସ୍ଥିର କରାଯାଇଥିଲା ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଅଗ୍ନିଶମ ସେବା ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ଵତନ୍ତ୍ର ରିଲିଫ କମିଶନର , ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର କୁଳପତି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ବତନ୍ତ୍ର ସଚିବ, କୃଷି ନିର୍ଦ୍ଦେଶକ ଏବଂ ଭାରତ ସରକାରଙ୍କ ସମନ୍ବିତ ରୋଗପୋକ ନିୟନ୍ତ୍ରଣ କେନ୍ଦ୍ରର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget