ଭୁବନେଶ୍ୱର : ଶିକାଂଚଳ ଭାବେ ପରିଚିତ ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ଥିବା ବିଭିନ୍ନ ଶିଳ୍ପ କାରଖାନାରୁ ନିର୍ଗତ ପାଉଁଶ ଗଦା ହୋଇ ଧନଜୀବନ ପ୍ରତି ବିପଦ ହୋଇପଡିଛି । ବିନା କୌଣସି ଅନୁମତିରେ ଜିଲ୍ଲାର ବିଭିନ୍ନ ଗୋଚର ଓ ଜଙ୍ଗଲ ଜମିରେ ଅନାବଶ୍ୟକ ଓ ବିଷାକ୍ତ ପାଉଁଶ ଗଦା ହୋଇ କୃତ୍ରିମ ପାହାଡ ସୃଷ୍ଟି ହୋଇଛି । ଏହା ଦ୍ଵାରା ପାନୀୟ ଜଳ, ପରିବେଶ ଆଦି ପ୍ରଭାବିତ ହୋଇ ସ୍ଥାନୀୟବାସିନ୍ଦାଙ୍କ ସ୍ବାସ୍ଥ୍ୟ ଅତି ଗୁରୁତର ହେବା ସହ ବିପଦରେ ପଡିଛି । ଏପରିକି ଚାଷଜମିରେ ବିଷାକ୍ତ ପାଉଁଶ ପାଣି ମାଡିଯିବାରୁ ବ୍ୟାପକ କ୍ଷୟକ୍ଷତି ହେଉଛି । ଏଥିରେ ଶାସକ ବିଜେଡି ଦଳର କିଛି ପ୍ରଭାବଶାଳୀ ନେତା, ମାଫିଆ ଓ ଗୁଣ୍ଡାମାନେ ସଂପୃକ୍ତ ଅଛନ୍ତି । ଏହି ସଂକ୍ରାନ୍ତରେ ଆଜି ରାଜ୍ୟ ବିଜେପିର ଏକ ପ୍ରତିନି ଦଳ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ଉଦେଶ୍ୟରେ ପତ୍ର। ଲେଖି ବିହୀତ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି ।
ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ରବି ନାଏକଙ୍କ ନେତୃତ୍ବରେ ଚଳିତ ମାସ ୯ ଏବଂ ୧୩ ତାରିଖ ଦିନ ଉଭୟ ଜିଲ୍ଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ପାଉଁଶ ଗଦା ହୋଇଥିବା ଅଂଚଳ ବୁଲି ସ୍ଥିତି ନିରୀକ୍ଷଣ କରିବା ସହ ସ୍ଥାନୀୟବାସିନ୍ଦାଙ୍କ ସହ ଆଲୋଚନା କରିଥିଲେ । ଏକ ସବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରି ଏହି ପ୍ରତିନି ଦଳ ରାଜ୍ୟ ସଭାପତିଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି । ଉଭୟ ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାସ୍ଥିତ ବେଦାନ୍ତ ଆଲୁମିନା, ଭୁଷଣ ପାୱାର ଓ ଷ୍ଟିଲ, ସମଲେଶ୍ବରୀ ସ୍ପଞ୍ଜ, ବିରାଜ ଷ୍ଟିଲ୍ । ଆଦି କଂପାନୀରୁ ନିର୍ଗତ ହେଉଥିବା ଅନାବଶ୍ୟକ ପାଉଁଶକୁ ଜିଲ୍ଲା ପ୍ରଶାସନର ଜ୍ଞାତସାରରେ ସମସ୍ତ ପ୍ରକାରର ସରକାରୀ ଆଇନ ଓ ନୀତିନିୟମକୁ ଉଲ୍ଲେଘନ କରି ଜିଲ୍ଲାର ବିଭିନ୍ନ ଗୋଚର ଏବଂ ଜଙ୍ଗଲ ଜମିରେ କୃତ୍ରିମ ପାହାଡ ସଦୃଶ ଗଦା କରାଯାଇଛି । ଏହା ଦ୍ବାରା ପରିବେଶ ପ୍ରଦୂଷଣ ହେବା ସହ ପାଉଁଶ ପାଣି ମାଡି ଯାଇ ଚାଷଜମି, ପୋଖରୀ, ନଦୀ ଆଦି ମଧ୍ୟ ପ୍ରଦୁଷିତ ହେଉଛି ।
ପ୍ରଦୁଷିତ ଓ ବିଷାକ୍ତ ପାନୀୟ ଜଳ କାରଣରୁ ନିରୀହ ଓ ଜନସାଧାରଣଙ୍କ ଜୀବନ ଓ ସ୍ବାସ୍ଥ୍ୟ ଅତ୍ୟନ୍ତ ବିପଦପୂର୍ଣ୍ଣ ହୋଇପଡିଛି । ଏପରିକି ନିର୍ଗତ ବିଷାକ୍ତ ପାଉଁଶ ପାଣି ହିରାକୁଦ ଜଳଭଣ୍ଡାରରେ ମିଶିବା କାରଣରୁ ମହାନଦୀ ବହୁ ମାତ୍ରାରେ ପ୍ରଦୁଷିତ ହେଉଛି ବୋଲି ମୁଖ୍ୟ ଶାସନ ସଚିବଙ୍କୁ ବିଜେପି ପ୍ରତିନିଧର ଦଳ ଜଣାଇଛି । ସେହିପରି କଂପାନୀରୁ ଡମ୍ପିଙ୍ଗ୍ ୟାର୍ଡକୁ ବ୍ୟାଙ୍କର ଦ୍ବାରା ପାଉଁଶ ନିଆଯିବାର ଆଇନ ଥିବା ସନ୍ଦେ ପରିବହନକାରୀ ଠିକା ସଂସ୍ଥାଗୁଡିକ ସମସ୍ତ ଆଇନକାନୁନକୁ ଖୋଲାଖୋଲି ଉଲ୍ଲେଘନ କରି ଖୋଲା ଟ୍ରକ ଏବଂ ହାଇୱା ଦ୍ଵାରା ଅଧ୍ବକ ପରିମାଣର ପାଉଁଶ ନିଆଯାଉଥିବା କାରଣରୁ ବାୟୁମଣ୍ଡଳ ମଧ୍ୟ ପ୍ରଦୂଷିତ ହେଉଛି । ଗତ ୧୨ ତାରିଖ ଦିନ ବେଦାନ୍ତ କାରଖାନାରୁ ନିର୍ଗତ ହୋଇଥିବା ବିଷାକ୍ତ ପାଉଁଶ ଝାରସୁଗୁଡା ଜିଲ୍ଲା କଲେକ୍ଟର ଏବଂ କୋର୍ଟ ପଛ ପାର୍ଶ୍ବସ୍ଥିତ ଫଚପଡା ପିଙ୍ଗ ୟାର୍ଡ ନିକଟସ୍ଥ କପୁମାଲ ନାଳରେ ମିଶି ପ୍ରଭାହିତ ପାଣିକୁ ଦୁଷିତ ହୋଇଥୁଲା ।
ପିଏଚଡି ଦ୍ବାରା ଏହି ଦୁଷିତ ଓ ବିଷାକ୍ତ ପାଣିକୁ ଝାରସୁଗୁଡା ସହର ଭିତର ଅନେକାଂଚଳକୁ ପାନୀୟ ଜଳ ଯୋଗାଣ କରାଯାଇଥିବା କାରଣରୁ ବହୁ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଛି ବୋଲି ମୁଖ୍ୟ ଶାସନସଚିବଙ୍କୁ ଅଇଛି କରାଯାଇଛି । ଘରୋଇ କଂପାନୀ ଏବଂ ଶାସକ ଦଳର ମଧୁଚନ୍ଦ୍ରିକା କାରଣରୁ ଆଜି ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାବାସିନ୍ଦାଙ୍କ ଜୀବନ ଓ ଜୀବିକା ସଂକଟ ଭିତରେ ଗତି କରୁଛି । ଉଭୟ ଜିଲ୍ଲାର ପ୍ରଶାସନ ଉପରୋକ୍ତ ନିୟମ ଖିଲାପକାରିଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଓ କଂପାନୀ ପ୍ରିତୀର ପରିଚୟ ଅଟେ । ରାଜ୍ୟ ସରକାର ତୁରନ୍ତ ଏଭଳି ଗୁରୁତର ସଂକଟର ସମସ୍ୟା ପାଇଁ ହସ୍ତକ୍ଷେପ କରି ବିହୀତ ପଦକ୍ଷେପ ଗ୍ରହଣ କରିବା ସହ ଦୋଷୀ ଏବଂ ନିୟମ ଖିଲାପକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ପାଖରେ ଦାବୀ କରାଯାଇଛି ।
ଏହି ଅବସରରେ ବିଧାୟକ ମୋହନ ମାଝା, ନାଉରୀ ନାଏକ, କୁସୁମ ଟେଟେ, ଡ.ମୁକେଶ ମହାଲିଙ୍ଗ, ଭବାନୀ ଭୋଇ, ସୁବାଷ ପାଣିଗ୍ରାହୀ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ନିତ୍ୟାନନ୍ଦ ଗଣ୍ଡ,ପ୍ରକାଶ ସୋରେନ, ସୁକାନ୍ତ ନାୟକ ପ୍ରମୁଖଙ୍କ ସମେତ ସମସ୍ତ ବିଧାୟକ ଉପସ୍ଥିତ ଥିଲେ । ସେହିପରି ବର୍ତମାନ କୋଭିଡ - ୧୯ କଟକଣା ଥିବା ସନ୍ଦେ ଜିଲ୍ଲା ପ୍ରଶାସନ ଆସନ୍ତା ୩୦ ତାରିଖ ଦିନ ବେଦାନ୍ତ କଂପାନୀର ପାଉଁଶ ଗଦାସୁଳୀ ବୃଦ୍ଧି ସକାଶେ ଆବଶ୍ୟକୀୟ ଜମିଗ୍ରହଣ ପାଇଁ ଜନଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରିଛନ୍ତି । ବର୍ତମାନ ସମୟରେ ଏହା ବାସ୍ତବ ପକ୍ଷେ ଅସମ୍ଭବ ଥିବା କାରଣରୁ ଧାର୍ଯ୍ୟ ଦିନ ଘୁଚାଇବାକୁ ବିଜପି ଆଜି ପ୍ରଦୂଷଣ ନିୟନ୍ତ୍ରଣ ରାଜ୍ୟ ମୁଖ୍ୟଙ୍କୁ ଅନୁରୋଧ କରିଛି । ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ରବି ନାଏକ, ବିଧାୟିକା କୁସୁମ ଟେଟେ, ରାଜ୍ୟ ସଂପାଦକ ଟଙ୍କଧର ତ୍ରିପାଠୀ ଏହି ପ୍ରସଙ୍ଗରେ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି ।
Post a Comment