loading...

ତିତ୍ତୋଲ ଅଞ୍ଚଳରେ ୨୦୦ କୋଟି ଟଙ୍କାରେ ମହାନଦୀ ଉପରେ ଦୁଇଟି ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ।

ତିର୍ତ୍ତୋଲ, କୁଜଙ୍ଗ, ମାହାଙ୍ଗା, ରଘୁନାଥପୁର ଓ ଗରଦପୁରରେ ଯୋଗାଯୋଗର ନୂଆ ଯୁଗ ଆରମ୍ଭ । କରୋନା ଲଢେଇ ସହ ବିକାଶ କାମ ମଧ୍ୟ ଆଗକୁ ବଢିବ - ମୁଖ୍ୟମନ୍ତ୍ରୀ ।

ତିର୍ତ୍ତୋଲ, କୁଜଙ୍ଗ, ମାହାଙ୍ଗା, ରଘୁନାଥପୁର ଓ ଗରଦପୁରରେ ଯୋଗାଯୋଗର ନୂଆ ଯୁଗ ଆରମ୍ଭ । କରୋନା ଲଢେଇ ସହ ବିକାଶ କାମ ମଧ୍ୟ ଆଗକୁ ବଢିବ - ମୁଖ୍ୟମନ୍ତ୍ରୀ ।

କଟକ ; ଆଜି ତିତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ତିତ୍ତୋଲ-Posal ହାଇ ଲେବେଲ ସେତୁ ଏବଂ ପୂର୍ଣ୍ଣ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭିତ୍ତିଭୂମିର ବିକାଶ ଉପରେ ସବୁବେଳେ ଜୋର ଦେଇ ଆସୁଛନ୍ତି ଏବଂ ଗତ ୨୦ ବର୍ଷ ଭିତରେ ଓଡିଶା ଭିତ୍ତିଭୂମି କ୍ଷେତ୍ରରେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛି । 

ମା' ଶାରଳାଙ୍କ ପାର୍ବଣ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡ଼ିଆ ଭାଷା ଓ ସାହିତ୍ୟ, ସଂସ୍କୃତି ଓ ନୌବାଣିଯ୍ୟ କ୍ଷେତ୍ରରେ ତିତ୍ତୋଲ ବିଶେଷତଃ ଜଗତସିଂହପୁର ଅଞ୍ଚଳର ଅବଦାନ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁଙ୍କ ସାହାସିକ ନିଷ୍ପତ୍ତି ଫଳରେ ଆଜି ପାରାଦୀପ, ଜଗତସିଂହପୁର ତଥା ଓଡିଶା ପାଇଁ ବିଶ୍ବ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ଲଢେଇ ସହ ବିକାଶ କାମ ଜାରି ରହିବ । ଜୀବନ ସହ ଜୀବିକାକୁ ଗୁରୁତ୍ବ ଦେଇ ଆଗରୁ ବଢିବାକୁ ହେବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ଏବଂ ଉଭୟ କରୋନା ଲଢେଇ ଓ ବିକାଶ କାମରେ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

ଏହି ଦୁଇଟି ସେତୁ ଦ୍ଵାରା ତିପୌଲ ସହିତ କଟକ ଓ କେନ୍ଦ୍ରାପଡା ଜିଲ୍ଲାର ୨୮ଟି ଗ୍ରାମ ପଞ୍ଚାୟତର ପ୍ରାୟ ଦେଢ଼ ଲକ୍ଷ ଲୋକ ଉପକାର ପାଇବେ । ଢେଙ୍କାନାଳରୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇସ୍ପାତ, ଖଣି ଓ ପୂର୍ତ୍ତି ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଦୃଢ ସଂକଳ୍ପ ନେଇ ଓଡିଶାର ବିକାଶ ପାଇଁ କାମ କରିଆସୁଛନ୍ତି । ଆଜି ଏହି ଦୁଇଟି ସେତୁ ଠିକ୍ ସମୟରେ ସଂପୂର୍ଣ୍ଣ ହେବ ଏବଂ ବିକାଶ ପ୍ରକ୍ରିୟାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶାରେ ଗମନା ଗମନ କ୍ଷେତ୍ରରେ ବହୁତ ଉନ୍ନତି ହୋଇଛି । ଆଜି ଏହି ଦୁଇଟି ସେତୁ ଦ୍ଵାରା ତିର୍ଥ୍ରାଲ, ପାଟକୁରା ଓ ମାହାଙ୍ଗା ଅଞ୍ଚଳର ଦେଢ଼ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ।

ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଥିଲେ ଯେ ଏହି ଦୁଇଟି ସେତୁ ଜିଲ୍ଲାର ବିକାଶ ଇତିହାସରେ ଏକ ସ୍ଵର୍ଣମ ଅଧ୍ୟାୟ ସୃଷ୍ଟି କରିବ । ମୁଖ୍ୟମନ୍ତ୍ରୀ କୋଭିଡ ଲଢେଇର ବ୍ୟସ୍ତତା ମଧ୍ୟରେ ମଧ୍ୟ ଜଗତସିଂହପୁର ଜିଲ୍ଲାର ବିକାଶ ପାଇଁ ନିୟମିତ ଉଦ୍ୟମ କରିଚାଲିଛନ୍ତି ବୋଲି କହି ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ । ଏହି ଅବସରରେ ଜଗତସିଂହପୁର ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ବିଧାୟକ ଶ୍ରୀ ପ୍ରଶାନ୍ତ ମୁଦୁଲି, ପାରାଦୀପ ବିଧାୟକ ଶ୍ରୀ ସମ୍ବିତ ଦାସ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ । ଉନ୍ନୟନ କମିଶନର, ସ୍ଵତନ୍ତ୍ର ରିଲିଫ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, ପୂର୍ତ୍ତ ବିଭାଗ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଯୋଗ ଦେଇଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget