ଭୁବନେଶ୍ବର : ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହେବା କାରଣରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ସୂଚନାନୁଯାୟୀ ଓଡ଼ିଶା ଉପକୂଳରେ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ ବୋଲି ସିଇସି ପ୍ରକାଶ କରିଛି ।
ଏଥିସହିତ ସୃଷ୍ଟି ହୋଇଥିବା ଘୁଷ୍ଠିବଳୟର ପ୍ରଭାବ ଯୋଗୁଁ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଉପକୂଳ, ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୪ ରୁ ୬ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ଏବଂ ଉପକୂଳବର୍ତ୍ତି ଅଂଚଳଗୁଡିକରେ ଅକ୍ଟୋବର ୧ ରୁ ୪ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Post a Comment