loading...

ସଂକ୍ରମଣ ଏଡାଇବା ପାଇଁ ସତର୍କତା ଜାରି ରଖିବା ସହିତ କୋଭିଡ ପରବର୍ତ୍ତୀ ଯତ୍ନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ।

ପୂଜା ସମୟରେ ଶୃଙ୍ଖଳାର ସହ କୋଭିଡ ନିୟମ ପାଳନ କରିଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ଦୀପାବଳି କଟକଣା ତଦାରଖ ପାଇଁ ପର୍ଯ୍ୟବେକ୍ଷକ ଯିବେ ଜିଲ୍ଲା ।

ସଂକ୍ରମଣ ଏଡାଇବା ପାଇଁ ସତର୍କତା ଜାରି ରଖିବା ସହିତ କୋଭିଡ ପରବର୍ତ୍ତୀ ଯତ୍ନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ।

ଭୁବନେଶ୍ବର ; ଇଉରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି । ଓଡିଶାରେ ଡିସେମ୍ବର ଦ୍ବିତୀୟ ସପ୍ତାହ ପରେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସତର୍କ ରହି କାର୍ଯ୍ୟ କରିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି କୋଭିତ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡାଇବାକୁ ହେଲେ ଆମକୁ କୋଭିଡ ନିୟମ ଯଥା – ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତ ଧୋଇବା ଆଦି ବ୍ୟବସ୍ଥାକୁ କଡାକଡି ଭାବରେ ଜାରି ରଖିବାକୁ ପଡ଼ିବ । ଏଥିରେ ଆଦୌ କୋହଳ କରାଯାଇପାରିବ ନାହିଁ । କାରଣ ଲଡାଉନ ପରି କଠିନ ପରିସ୍ଥିତିକୁ ଏଡାଇବା ପାଇଁ ଏହାହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର କମି ଥିବାରୁ ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଓନାମ୍ ପର୍ବ ପାଳନ ପରେ । କେରଳରେ ଉପୁଜିଥିବା ଅବସ୍ଥା ଏବଂ ଦିଲ୍ଲୀର ବର୍ତ୍ତମାନ ଅବସ୍ଥା ସଂପର୍କରେ ଉଦାହରଣ ଦେଇ ଆମକୁ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ଏ । କ୍ଷେତ୍ରରେ ସାମାନ୍ୟ ଜିଲାପଣ ଗ୍ରହଣୀୟ ନୁହେଁ ବୋଲି କହିଥିଲେ । । ଗତ ପୂଜା ସମୟରେ କୋଭିଡ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ । ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ସମୟରେ ପ୍ରଶାସନ ଓ ପୋଲିସ କାର୍ଯ୍ୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ । ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ଦୀପାବଳି କଟକଣା ତଦାରଖ କରିବା ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ଜିଲ୍ଲାଗସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏହି କଟକଣାକୁ କଡାକଡି ଭାବରେ କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

କୋଭିଡରେ ଆକ୍ରାନ୍ତ ବ୍ୟକ୍ତିମାନେ ସୁସ୍ଥ ହେବା ପରେ ପରବର୍ତ୍ତୀ ସମୟରେ ସେମାନଙ୍କ ଠାରେ କେତେକ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଉଥିବା ଜଣାପଡିଛି । ତେଣୁ ସ୍ଵାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ ନଜର ରଖିବା ସହିତ ଉପଯୁକ୍ତ ପ୍ରୋଟୋକଲ୍ ପ୍ରସ୍ତୁତ କରିବା ଏବଂ ଏଥିପାଇଁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଏତଦ୍‌ବ୍ୟତୀତ କୋଭିଡ ପରବର୍ତ୍ତୀ ସ୍ବାସ୍ଥ୍ୟର ଯତ୍ର ସଂପର୍କରେ ବ୍ୟାପକ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କୋଭିଡ ଜନିତ ଆର୍ଥିକ ଶିଥିଳତା ସମୟରେ ଆମର ଗରିବ ଲୋକମାନେ ଯେଭଳି ବିଶେଷ ପ୍ରଭାବିତ ନ ହେବେ, ତାକୁ ଦୃଷ୍ଟିରେ ରଖି ଜୀବିକା କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ବିଭାଗକୁ ପରାମର୍ଶ ଦେଇଥିଲେ । MGNREGA, Mission Shakti ଏବଂ Urban Wage Employment ପରି କାର୍ଯ୍ୟକ୍ରମକୁ ଜାରି ରଖିବା ସହିତ ଗରିବ ଲୋକଙ୍କ ଆର୍ଥିକ ନିରାପତ୍ତା ଯେପରି ବ୍ୟାହତ ନ ହେବ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ବିଭିନ୍ନ ବିଭାଗକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । 

ଗତ SLBC ବୈଠକ ସମୟରେ ମିଶନ ଶକ୍ତି, MSME ଓ ଚାଷୀ ମାନଙ୍କୁ ଠିକ୍ ସମୟରେ ଋଣ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ ମାନଙ୍କୁ ଦେଇଥିବା ପରାମର୍ଶ ସଂପର୍କରେ ସ୍ମରଣ କରାଇ ଦେଇ ସଂପୃକ୍ତ ବିଭାଗ ମାନେ ଏହା ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ କହିଥିଲେ । କୋଭିଡ ପରିଚାଳନା ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିଛି ଏବଂ ହସ୍‌ପିଟାଲରେ ICU ଓ ଶଯ୍ୟା ସନ୍ତୋଷଜନର ରହିଛି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ପରବର୍ତ୍ତୀ ଯତ୍ନ ପାଇଁ Standard Protocol ପ୍ରସ୍ତୁତ କରିବା ପାଇଁ Taskforce ଗଠନ କରାଯାଇଛି । ସେହିପରି ବ୍ୟାପକ ଟୀକାକରଣକୁ ଦୃଷ୍ଟିରେ ରଖି Cold chain ଓ Database କାମ ଜାରି ରହିଛି ବୋଲି ଶ୍ରୀ ତ୍ରିପାଠୀ ସୂଚନା ଦେଇଥିଲେ । କୋଭିଡ ପରିଚାଳନା ସଂପର୍କରେ ସ୍ବତନ୍ତ୍ର ଉପସ୍ଥାପନା କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର କହିଥିଲେ ଯେ ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୩ । ହଜାର ପରୀକ୍ଷା ହେଉଥିବା ବେଳେ, ଆମ ରାଜ୍ୟରେ ୧ ଲକ୍ଷ ୨ ହଜାର ଟେଷ୍ଟି କରାଯାଇଛି । ଜାତୀୟ ସ୍ତରରେ ଆରୋଗ୍ୟ ହାର ୯୨ ପ୍ରତିଶତ ଥିବାବେଳେ, ଆମ ରାଜ୍ୟରେ ଏହା ୯୫.୩୨ ପ୍ରତିଶତରେ ପହଞ୍ଚିଛି । 

ମୃତ୍ୟୁ ହାର ମଧ୍ୟ ହ୍ରାସ ପାଇଁ ୦.୪୬ । ପ୍ରତିଶତ ରହିଛି । ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ । ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ Steering committee ଗଠନ କରାଯାଇଥିବା ବେଳେ । ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ Taskforce । ଏବଂ ଜିଲ୍ଲାପାଳ ମାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା Taskforce ଗଠନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ଟୀକାକରଣ ନିମନ୍ତେ ୩୭୫୨ଟି ସରକାରୀ ଓ ଘରୋଇ ପ୍ରତିଷ୍ଠାନ ଚିହ୍ନଟ କରାଯାଇଥିବା ବେଳେ ୩ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି । ଭୁବନେଶ୍ବରରେ Sero Survey ଶେଷ ହୋଇଥିବା ବେଳେ High-risk Groupର Sero Survey ଗତ ୩ ତାରିଖିରେ ଶେଷ ହୋଇଛି । 

ବର୍ତ୍ତମାନ କଟକରେ Sero Survey ଚାଲିଥିବା ବେଳେ ପୁରୀ, ସମ୍ବଲପୁର ଓ ବାଲେଶ୍ବରରେ ଆଗାମୀ ଡିସେମ୍ବରରେ କରାଯିବ ବୋଲି ସୂଚନା ଦେଇଥିଲେ । ବୈଠକରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର , ଅତିରିକ୍ତ ମୁଖ୍ୟ ଶାସନ । ସଚିବ ତଥା ସ୍ଵତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget