loading...

ସତ୍ୟବାଦୀରେ ଓଡିଆ ବିଶ୍ୱବିଦ୍ୟାଳୟର ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ବନ ବିଦ୍ୟାଳୟ ଢାଞ୍ଚାରେ ଶାନ୍ତ, ସ୍କ୍ରିପ୍ଟ ଓ ମୁକ୍ତ ପରିବେଶ ମଧ୍ୟରେ ଉତ୍ତମ ଶୈକ୍ଷିକ ଅନୁଭବ ପ୍ରଦାନ ଲକ୍ଷରେ ବିଶ୍ବବିଦ୍ୟାଳୟର ଡିଜାଇନ ପ୍ରସ୍ତୁତ

ସତ୍ୟବାଦୀରେ ଓଡିଆ ବିଶ୍ୱବିଦ୍ୟାଳୟର ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର, ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୁର୍ଭବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇଥିଲା । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ବବିଦ୍ୟାଳୟ ସ୍ଥାପନ କରାଯିବ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ବନ ବିଦ୍ୟାଳୟ ପରିସରରେ ଏହି ଓଡ଼ିଆ ଭାଷା । ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଏହାର ମର୍ଯ୍ୟାଦାକୁ ବହୁଗୁଣିତ କରିବ ବୋଲି ଆଶା କରାଯାଏ । ଏହି ନୂତନ ବିଶ୍ବବିଦ୍ୟାଳୟର ଡିଜାଇନ ସତ୍ୟବାଦୀ ବନ ବିଦ୍ୟାଳୟ ଢାଞ୍ଚାରେ ପ୍ରସ୍ତୁତ କରାଯାଇଛି । ଏଠାରେ ଶାନ୍ତ, ସ୍ନିଗ୍ଧ ଓ ମୁକ୍ତ ପରିବେଶ ମଧ୍ୟରେ ଉତ୍ତମ ଶୈକ୍ଷିକ ଅନୁଭବ ପ୍ରଦାନର ଲକ୍ଷ୍ୟ ରଖାଯାଇଛି । 

ଛାତ୍ରଛାତ୍ରୀମାନେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ଗବେଷଣା କରିବାର ବ୍ୟବସ୍ଥା ରହିବ । ଏହି ଡିଜାଇନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଏହାର ନିର୍ମାଣର ବିସ୍ତୃତ ଯୋଜନା ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କରାଯାଇ ନିଷ୍ପତ୍ତି ନିଆଯିବ । ଉତ୍କଳମଣିଙ୍କର ସତ୍ୟବାଦୀ ବନ ବିଦ୍ୟାଳୟ ଥିଲା ସ୍ବାଧୀନତା ସଂଗ୍ରାମ ସମୟର ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ । ବକୁଳ ଓ ଛୁରିଆନା ବୃକ୍ଷ ଛାୟାରେ ମୁକ୍ତ ପରିବେଶ ମଧ୍ୟରେ ଏହି ବିଦ୍ୟାଳୟ ଗଢିଉଠିଥିଲା । ଏଥିରେ ଓଡ଼ିଶାର ବହୁ ବିଖ୍ୟାତ ବ୍ୟକ୍ତି ଅଧ୍ୟୟନ କରି ପରବର୍ତ୍ତୀ ସମୟରେ ରାଜ୍ୟର ଗୌରବକୁ ବୃଦ୍ଧି କରିଥିଲେ । ଏହାଥିଲା ଏକ ଆଦର୍ଶ ବିଦ୍ୟାଳୟ । ମଣିଷ ତିଆରି କାରଖାନା । 

ସ୍ବାଧୀନତା ଯୁଗର ପଞ୍ଚସଖା ଗୋପବନ୍ଧୁ ଦାସ, କୃପାସିନ୍ଧୁ ମିଶ୍ର, ହରିହର ଦାସ, ପଣ୍ଡିତ ନୀଳକଣ୍ଠ ଦାସ ଏବଂ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ପରି ଉତ୍କଳ ଜନନୀଙ୍କ ସୁଯୋଗ୍ୟ ସନ୍ତାନମାନଙ୍କ ମାର୍ଗଦର୍ଶନରେ ଦେଶଭକ୍ତି , ସେବା, ପ୍ରଜ୍ଞା ଓ ଜାତୀୟତାର ମହାନ ଶିକ୍ଷାନୁଷ୍ଠାନ ଭାବେ ଏହା ପ୍ରସିଦ୍ଧି ଲାଭ କରିଥିଲା । ସେହି ଐତିହାସିକ ବନ ବିଦ୍ୟାଳୟରେ ଓଡ଼ିଆ ଭାଷା । ବିଶ୍ବବିଦ୍ୟାଳୟ ନିଶ୍ଚିତ ଭାବରେ ଏକ ଅନନ୍ୟ ଉଦ୍ୟମ ଓଡ଼ିଆ ଭାଷା ଷଷ୍ଠ ଭାରତୀୟ ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରିଛି । ଓଡ଼ିଆ ଭାଷାର ଅତୀତ ଅତ୍ୟନ୍ତ ସମୃଦ୍ଧ । ଓଡ଼ିଆ ଭାଷାରେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି ହୋଇଛି । ସତ୍ୟବାଦୀ ବନ ବିଦ୍ୟାଳୟରେ ସ୍ଥାପିତ ହେବାକୁ ଯାଉଥିବା ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟ ଓଡ଼ିଆ ଭାଷାକୁ ବିଶ୍ବସ୍ତରରେ ପ୍ରତିଷ୍ଠିତ କରିବାପାଇଁ ଏକ ଅନନ୍ୟ ସୁଯୋଗ ।

ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ପର୍କରେ ଉଚ୍ଚତର ଶିକ୍ଷା ପ୍ରଦାନ କରାଯିବା ସହିତ ଆମ ଭାଷା, ସାହିତ୍ୟ ଓ ସଂସ୍କୃତି ସମ୍ପର୍କରେ ଉଚ୍ଚତର ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରାଯିବ । ସାରା ଦେଶରେ ଓଡ଼ିଆ ଜାତିର ସ୍ୱତନ୍ତ୍ରତା ଏବଂ ଓଡ଼ିଆ ଭାଷାର ମହନୀୟତା ସମ୍ପର୍କରେ ଏହା ଏକ ଉଦାହରଣ ସୃଷ୍ଟି କରିବ । ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି. କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ । ଏଥିରେ ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget