loading...

୫-ଟି ଉପକ୍ରମ ଅଧୁନରେ ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ

ମହିଳା ଓ ଶିଶୁମାନଙ୍କୁ ତ୍ଵରିତ ଓ ଗୁଣାତ୍ମକ ସେବା ଯୋଗାଇବାରେ ଏହି ଉଦ୍ୟମ ସହାୟକ ହେବ ପୁଷ୍ଟି ବଜେଟ୍ କରିବାରେ ଓଡ଼ିଶା ଦେଶରେ ପ୍ରଥମ- ମୁଖ୍ୟମନ୍ତ୍ରୀ

୫-ଟି ଉପକ୍ରମ ଅଧୁନରେ ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ

ଭୁବନେଶ୍ୱର, ରାଜ୍ୟ ସରକାରଙ୍କର ୫ଟି ଉପକ୍ରମ ଜରିଆରେ ବିଭିନ୍ନ ବିଭାଗର କାର୍ଯ୍ୟଦକ୍ଷତାରେ ଉନ୍ନତି ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ଆଜି ୫ଟି ଉପକ୍ରମ ଅଧୁନରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫ ଗୋଟି ନୁଆ ଅନଲାଇନ ସେବା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି । ସେହି ୫ ଗୋଟି ସେବା ଗୁଡ଼ିକ ହେଲା (୧) ଇ-କଳିକା (୨) ମୋ ଛତୁଆ ଆପ୍ (୩) ଇ-ମାନଦେୟ ପୋର୍ଟାଲ (୪) ମମତା ଆପ୍ ଏବଂ (୫) ମୋ ଶିଶୁ ପୋର୍ଟାଲ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ରାଜ୍ୟ ସରକାର ଗତ ୨୦ ବର୍ଷ ଧରି ମହିଳାମାନଙ୍କର ସଶକ୍ତିକରଣ ଏବଂ ଶିଶୁମାନଙ୍କର କଲ୍ୟାଣକୁ ସର୍ବାଧୂକ ପ୍ରାଥମିକତା ଦେଇ କାର୍ଯ୍ୟ କରି ଆସୁଛି । 

ଏଥିପାଇଁ ପଞ୍ଚାୟତ ଅନୁଷ୍ଠାନ ମାନଙ୍କରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ଠାରୁ ଆରମ୍ଭ କରି ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି । ରାଜ୍ୟ ସରକାରଙ୍କର ଉଦ୍ୟମରେ ଓଡ଼ିଶା ଆଜି ମହିଳା ସଶକ୍ତି କରଣ, ଶିଶୁମାନଙ୍କର ଯନ୍ତି ଏବଂ ପୁଷ୍ଟି କ୍ଷେତ୍ରରେ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ହୋଇପାରିଛି । ସାରା ଦେଶରେ ଏ ପର୍ଯ୍ୟନ୍ତ କେବଳ ଓଡ଼ିଶାରେ ହିଁ ପୁଷ୍ଟି ବଜେଟ୍ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମା ଓ ଶିଶୁମାନଙ୍କୁ ସବୁପ୍ରକାର ସେବା ଯୋଗାଇ ଦେବା ପାଇଁ ଅଙ୍ଗନବାଡ଼ି ଠାରୁ ଆରମ୍ଭକରି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ, କ୍ରେଟ୍, କର୍ମଜୀବି ମହିଳାମାନଙ୍କ ପାଇଁ ହଷ୍ଟେଲ, ଅନାଥାଶ୍ରମ ଏବଂ ବିଭିନ୍ନ ଶିଶୁ ଯତ୍ନ ଅନୁଷ୍ଠାନ ମାନ କାର୍ଯ୍ୟ କରୁଛି ।

ରାଜ୍ୟ ସରକାରଙ୍କର ଏହି ସବୁ କାର୍ଯ୍ୟକ୍ରମ ଯେପରି ଅଧୁକ ଦକ୍ଷତାର ସହିତ ଲୋକଙ୍କ ପାଖରେ ପହଞ୍ଚି ପାରିବ ସେ ଦିଗରେ ରାଜ୍ୟ ସରକାର ବିଶେଷ ଯବାନ ଅଛନ୍ତି ଏବଂ ବୈଷୟିକ ଜ୍ଞାନକୌଶଳ ଏହି ଉପକ୍ରମକୁ ବିଶେଷ ସୁଗମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜି ଲୋକାର୍ପିତ ୫-ଟି ଅନ୍‌ଲାଇନ୍ ସେବା, ପରିବର୍ତ୍ତିତ ପରିସ୍ଥିତିରେ ହିତାଧୁକାରୀଙ୍କୁ ଗୁଣାତ୍ମକ ସେବା ଯୋଗାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏ ଅବସରରେ ଉଦ୍‌ବୋଧନ ଦେଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ କହିଥିଲେ ଯେ ରାଜ୍ୟ ସରକାର ମହିଳା ଓ ଶିଶୁ ବିଭାଗର କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆଜି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ରାଜ୍ୟର କୋଣ ଅନୁକୋଣରେ ପ୍ରତି ପରିବାର ପାଖରେ ପହଞ୍ଚି ପାରିଛି ବୋଲି ଶ୍ରୀମତୀ ସାହୁ କହିଥିଲେ।

ବିଭାଗୀୟ ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଲୋକାର୍ପିତ ହୋଇଥିବା ଅନ୍‌ଲାଇନ ସେବା ବିଷୟରେ ସମ୍ୟକ ସୁଚନା ତାଙ୍କ ସ୍ବାଗତ ଭାଷଣରେ ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଇ-କଳିକା ଆପ ଜରିଆରେ କ୍ରେଚରେ ରହୁଥିବା ୩ ବର୍ଷରୁ କମ୍ ବୟସ୍କ ଶିଶୁମାନଙ୍କ ପାଇଁ ଥିବା ଆନୁସାଙ୍ଗିକ ବ୍ୟବସ୍ଥା ପାଇଁ ତଦାରଖ କରାଯାଇପାରିବ । ଏଥିରେ ମା ମାନଙ୍କୁ ଶିଶୁ ମାନଙ୍କ ଯନ୍, ତତ୍ ସମ୍ବନ୍ଧୀୟ ତଥ୍ୟ, ପ୍ରତି ଶିଶୁର ଶାରୀରିକ ତଥା ବୌଦ୍ଧିକ ବିକାଶକୁ ନଜର ରଖାଯାଇପାରିବ।
ମୋ-ଛତୁଆ ଆପ୍ ଜରିଆରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ବାରା ପ୍ରସ୍ତୁତ ଛତୁଆ ଓ ଏହାର ଯୋଗାଣ ପଦ୍ଧତିକୁ ଅଧୁକ ବ୍ୟବସ୍ଥିତ ଓ ପାରିଦର୍ଶ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟକ ମାନଙ୍କୁ ମାନଦେୟ ପ୍ରୋତ୍ସାହନ ପାଇଁ ଇ-ମାନଦେୟ ପୋର୍ଟାଲ କାର୍ଯ୍ୟକାରୀ କରାଯାଉଅଛି । ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୩୪ ହଜାର ୭୫୮ ଜଣ ଅଙ୍ଗନ ବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟକ ଉପକୃତ ହେବେ । ରାଜ୍ୟ ସରକାରଙ୍କର ଅନ୍ୟତମ ଲୋକପ୍ରିୟ କାର୍ଯ୍ୟକ୍ରମ ମମତାକୁ ଆହୁରି ଲୋକାଭିମୁଖୀ ଓ ସେବା କୈନ୍ଦ୍ରିକ କରିବା ପାଇଁ ମମତା ମୋବାଇଲ ଆପ୍ ଖୋଲାଯାଇଛି । ଏଥିରେ ଘରେ ବସି ମା ମାନେ ପଞ୍ଜିକରଣ ଠାରୁ ଆରମ୍ଭ କରି ବ୍ୟାଙ୍କ ଖାତାରେ ଟଙ୍କା ଦାଖଲ ପର୍ଯ୍ୟନ୍ତ ସବୁ ତଥ୍ୟ ପାଇପାରିବେ ଏବଂ ଅଭିଯୋଗ ପାଇଁ ୧୮୧ ହେଲାଇନକୁ ମଧ୍ୟ ବ୍ୟବହାର କରିପାରିବେ।

ସେହିପରି ମୋ ଶିଶୁ ପୋର୍ଟାଲ ଶିଶୁ ସୁରକ୍ଷା ସେବାକୁ ତଦାରଖ ଓ ଦ୍ରୁତଗାମୀ କରିବା ପାଇଁ ଏକ ସରଳ ବ୍ୟବସ୍ଥା। ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁମାନେ ଏହାଦ୍ବାରା ଉପକୃତ ହୋଇପାରିବେ । ଶିଶୁ ମଙ୍ଗଳ କମିଟି ଓ କିଶୋର ନ୍ୟାୟ ବୋର୍ଡ ମଧ୍ୟ ଅନଲାଇନରେ ବିଭିନ୍ନ ତଥ୍ୟକୁ ଅନୁଧ୍ୟାନ କରି ଶିଶୁମାନଙ୍କ ଥଇଥାନ କାର୍ଯ୍ୟକାରୀ କରିପାରିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଶିଶୁ ବିଭାଗରେ ୫-ଟି କାର୍ଯ୍ୟକ୍ରମ ସମ୍ପର୍କିତ ଏକ ପୁସ୍ତକ ଉନ୍ମୋଚନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ଉପଦେଷ୍ଟା ସୁଲତା ଦେଓ, ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର, ସ୍ବାସ୍ଥ୍ୟବିଭାଗର ଅତିରିକ୍ତ ସଚିବ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। 

ଏହି ଅବସରରେ ୫ଟି ଜାତୀୟ ଆନ୍ତର୍ଜାତୀୟ ସଂସ୍ଥା ସହିତ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା । ଘରକୁ ନେବା ଶୁଖୁଲା ଖାଦ୍ୟର ମାନବୃଦ୍ଧି ପାଇଁ ବୈଷୟିକ ସହଯୋଗ ଓ ମିଶନ ଶକ୍ତି ମା ମାନଙ୍କର ଦକ୍ଷତା ବୃଦ୍ଧି ପାଇଁ ସି.ଏଫ୍.ଟି.ଆର.ଆଇ ସହିତ, ଘରକୁ ନେବା ଶୁଖୁଲା ଖାଦ୍ୟର ଗୁଣବତ୍ତାର ଉନ୍ନତି ଏବଂ ପୁଷ୍ଟିକର ଅଭ୍ୟାସରେ ଉନ୍ନତି ଆଣିବା ପାଇଁ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ସହିତ, ପା ଶିଶୁ ଓ କିଶୋରୀ ମାନଙ୍କର ପୁଷ୍ଟିହୀନତା ଚିହ୍ନଟ କରି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାପାଇଁ ଆଇ.ସି.ଏମ୍.ଆର ସହିତ ଏବଂ ଶିଶୁ ସୁରକ୍ଷାକୁ ନିଶ୍ଚିତ କରିବାପାଇଁ ତୃଣମୂଳ ସ୍ତରରୁ ଜିଲ୍ଲା ଓ ରାଜ୍ୟ ସ୍ତର ପର୍ଯ୍ୟନ୍ତ କାର୍ଯ୍ୟରତ ମାନବସମ୍ବଳର ଦକ୍ଷତା ।


Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget