ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି । ଏହାଦ୍ୱାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି । କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ । ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି । ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ଦାଦଦରେ ଛାଡ ପାଇବେ ।
ଆଇ.ଟି.ଆଇ ଛାତ୍ରଛାତ୍ରୀ ମାନଙ୍କର ୯ମାସର ହଷ୍ଟେଲ ଫି ଛାଡ, ଉପକୃତ ହେବେ ୩୦ହଜାର ଛାତ୍ରଛାତ୍ରୀ

Post a Comment