loading...

ରାଜଭବନ ଛକ ଠାରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କଲେ ରାଜ୍ୟପାଳ

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ, ରାଜଭବନ ଛକ ଠାରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କଲେ ରାଜ୍ୟପାଳ

ରାଜଭବନ ଛକ ଠାରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କଲେ ରାଜ୍ୟପାଳ

ଭୁବନେଶ୍ବର, ଆଜି ନବ ଉତ୍କଳର ନିର୍ମାତା, ସତନ୍ତ୍ର ଓଡିଶା ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସ ପାଳନ ପରିପ୍ରେକ୍ଷୀରେ ସକାଳେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୮ଟା ୩୦ ମିନିଟ୍ ସମୟରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ଵର ରାଜ ଭବନଛକ ସ୍ଥିତ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । 

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ବିଭାଗୀୟ ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଓଡିଶା ରିଭ୍ୟା ଓ ଉତ୍କଳ ପ୍ରସଙ୍ଗର ସମ୍ପାଦକ ଡ. ଲେନିନ୍ ମହାନ୍ତି, ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଡ.ପ୍ରମୋଦ କୁମାର ମଲ୍ଲିକ, ବିଭାଗୀୟ ଅନ୍ୟ ପଦାଧିକାରୀ ଏବଂ ନିମନ୍ତ୍ରିତ ଅତିଥିମାନେ ଯୋଗଦେଇ ଉତ୍କଳ ଗୌରବଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏହି ଅବସରରେ ଏଠାରେ ଉତ୍କଳ ସମ୍ମିଳନୀ ଏବଂ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ପରିଷଦ ସମେତ ବିଭିନ୍ନ ଅନୁଷ୍ଠାନ ତରଫରୁ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget