loading...

ରାଜ୍ୟରେ ବିଦ୍ୟୁତ ଶୁକ୍ଳ ବୃଦ୍ଧି ପ୍ରତ୍ୟାହାର ଦାବିରେ ଓଇଆରସି ଅଫିସ ଘେରାଓ କଲା ବିଜେପି

ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଅଣଦେଖା କରି ରାଜ୍ୟ ସରକାର ବିଦ୍ୟୁତ ଦର ୟୁନିଟ ପିଛା ୩୦ ପଇସା ବୃଦ୍ଧି କରି ରାଜ୍ୟବାସୀଙ୍କ ଉପରେ ବୋଝ ଲଦିବାକୁ ଯାଉଛନ୍ତି

ରାଜ୍ୟରେ ବିଦ୍ୟୁତ ଶୁକ୍ଳ ବୃଦ୍ଧି ପ୍ରତ୍ୟାହାର ଦାବିରେ ଓଇଆରସି ଅଫିସ ଘେରାଓ କଲା ବିଜେପି

ଭୂବନେଶ୍ୱର, ମହାମାରୀ କୋଭିଡ-୧୯ କାରଣରୁ ସମଗ୍ର ରାଜ୍ୟବାସୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି । ଏଭଳି ସଂକଟ ସମୟରେ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଅଣଦେଖା କରି ରାଜ୍ୟ ସରକାର ବିଦ୍ୟୁତ ଦର ୟୁନିଟ ପିଛା ୩୦ ପଇସା ବୃଦ୍ଧି କରି ରାଜ୍ୟବାସୀଙ୍କ ଉପରେ ବୋଝ ଲଦିବାକୁ ଯାଉଛନ୍ତି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଜନସ୍ୱାର୍ଥ ବିରୋଧୀ । ରାଜ୍ୟ ସରକାରଙ୍କ ଏଭଳି ମନୋମୁଖୀ ଶାସନ ଏବଂ ନିଷ୍ପତି ବିରୁଦ୍ଧରେ ଆଜି ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଓଇଆରସି ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା । ରାଜ୍ୟ ସରକାର ନିଜ ନିଷ୍ପତିକୁ ବଦଳାଇ ତୁରନ୍ତ ବର୍ଦ୍ଧିତ ବିଦ୍ୟୁତ ଦରକୁ ପ୍ରତ୍ୟାହାର କରନ୍ତୁ ବୋଲି ଭୁବନେଶ୍ବର ଜିଲ୍ଲା ସଭାପତି ଶ୍ରୀ ବାବୁ ସିଂ ଦାବି କରିଛନ୍ତି । 

ଗୋଟିଏ ପଟେ ବଡ ବଡ କଂପାନୀମାନଙ୍କ ଉପରେ ହଜାର ହଜାର କୋଟି ଟଙ୍କାର ବିଦ୍ୟୁତ ଶୁଳ୍ପ ବକେୟା ଆଦାୟ କରିବାରେ ବିଫଳ ହୋଇଥିବା ରାଜ୍ୟ ସରକାର ସରଳ ରାଜ୍ୟବାସୀଙ୍କ ଉପରେ ବୋଝ ଲଦିବା ପାଇଁ ଅପଚେଷ୍ଟା କରୁଛନ୍ତି । ଯଦି ସରକାର ବିଦ୍ୟୁତ ଶୁକ୍ଳ ବୃଦ୍ଧି ନିଷ୍ପତିକୁ ପ୍ରତ୍ୟାହାର ନକରିବେ ତେବେ ଆଗାମୀ ଦିନରେ ଜିଲ୍ଲା ବିଜେପି ତରଫରୁ ଭୁବନେଶ୍ବର ଅଧୁନସ୍ଥ ୮ଟି ସବ୍ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଶ୍ରୀ ସିଂ ଚେତାବନୀ ଦେଇଛନ୍ତି ।

ଏହି ବିକ୍ଷୋଭ ସମୟରେ ବିଜେପି ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି, କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ହରେକୃଷ୍ଣ ଖୁଟିଆ, ଭୁବନେଶ୍ୱର ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଅଭିଷେକ ଆଚାର୍ଯ୍ୟ, ରାଜ୍ୟ ସଂପାଦକ ମନୋଜ ପଶ୍ଚିମ କବାଟ, ରଶ୍ମିରଂଜନ ମହାପାତ୍ର, ଦିଲୀପ ବେହେରା, ମଣ୍ଡଳ ସଭାପତି ଦାମୋଦର ବେହେରା, ସୁରେନ୍ଦ୍ର ପ୍ରଧାନ, ଅମରଜ୍ୟୋତି ଜଗଦେବ, ରାମ ରଣସିଂହ, ଜଗନ୍ନାଥ ବେହେରା, ସନ୍ତୋଷ ଜେନା, ଶଶୀପ୍ରଭା ରଥ,ଯତୀନ୍ଦ୍ର ମହାନ୍ତିଙ୍କ ସହ ମହିଳା ମୋର୍ଚ୍ଚାର ସୁନୀତା ପତି, ତୃପ୍ତିମୟୀ ମକଦ୍ଦମ, ଉତି ପରିଡା, ସୁଭାସିନୀ ପୃଷ୍ଟିଙ୍କ ସହ ଜିଲ୍ଲା ବିଜେପିର ଶତାଧୁକ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget