loading...

ରାଜ୍ୟ ଗୁଡ଼ିକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ପତ୍ର ସୂଚନା ପ୍ରଯୁକ୍ତି ନିୟମାବଳୀ, 2021ର ଭାଗ 3 ଅନ୍ତର୍ଗତ ରାଜ୍ୟଗୁଡ଼ିକୁ କ୍ଷମତା ପ୍ରଦାନ କରାଯାଇନାହିଁ

ରାଜ୍ୟ ଗୁଡ଼ିକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ପତ୍ର ସୂଚନା ପ୍ରଯୁକ୍ତି ନିୟମାବଳୀ, 2021ର ଭାଗ 3 ଅନ୍ତର୍ଗତ ରାଜ୍ୟଗୁଡ଼ିକୁ କ୍ଷମତା ପ୍ରଦାନ କରାଯାଇନାହିଁ

ରାଜ୍ୟ ଗୁଡ଼ିକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ପତ୍ର ସୂଚନା ପ୍ରଯୁକ୍ତି ନିୟମାବଳୀ, 2021ର ଭାଗ 3 ଅନ୍ତର୍ଗତ ରାଜ୍ୟଗୁଡ଼ିକୁ କ୍ଷମତା ପ୍ରଦାନ କରାଯାଇନାହିଁ

ନୂଆଦିଲ୍ଲୀ, ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ସଂସ୍ଥାନ ଲାଗି ଦିଶା-ନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, 2021ର ଭାଗ 3 ଅଧୀନରେ ସମସ୍ତ କ୍ଷମତା କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଲାଗୁ କରିବ। ଏହି ଭାଗ-3ରେ ରାଜ୍ୟ ସରକାର, ଜିଲ୍ଲାପାଳ କିମ୍ବା ପୁଲିସ ଆୟୁକ୍ତମାନଙ୍କୁ କୌଣସି କ୍ଷମତା ପ୍ରଦାନ କରାଯାଇନାହିଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରି ଦିଆଯାଇଛି। ଆଜି ଏ ସଂକ୍ରାନ୍ତ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ପ୍ରଶାସକମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି।

ପତ୍ରରେ ଏହି ଅନୁରୋଧ ମଧ୍ୟ କରାଯାଇଛି ଯେ ଏହି ସୂଚନାକୁ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ସମସ୍ତ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ଅବଗତି ନିମନ୍ତେ ସୂଚୀତ କରାଯିବା ଆବଶ୍ୟକ। ଏହି ପତ୍ର ମାଧ୍ୟମରେ ଭାଗ-3 ଅନ୍ତର୍ଗତ ନିୟମଗୁଡ଼ିର ବ୍ୟବସ୍ଥା ସମ୍ପର୍କରେ ପୁଣିଥରେ ସ୍ପଷ୍ଟ କରିଦିଆଯାଉଛି। ଏହା ଡିଜିଟାଲ ସମାଚାର ଏବଂ ସମ-ସାମୟିକ ପ୍ରସଙ୍ଗ ପ୍ରକାଶିତ କରୁଥିବା ପ୍ରକାଶକ ଏବଂ ଅନଲାଇନ ପ୍ରଦର୍ଶିତ ବିଷୟବସ୍ତୁ (ଓଟିଟି ପ୍ଲାଟଫର୍ମ)ର ପ୍ରକାଶକମାନଙ୍କ ସହ ଜଡ଼ିତ। ଏହି ପତ୍ରରେ କୁହାଯାଇଛି ଯେ ଏହି ନିୟମରେ ଏପରି ଆଚାର ସଂହିତା ଉପଲବ୍ଧ କରାଯାଇଛି ଯାହାକୁ ଡିଜିଟାଲ ସମାଚାର ପ୍ରକାଶକ ଏବଂ ଓଟିଟି ବିଷୟବସ୍ତୁ ପ୍ରକାଶକମାନେ ପାଳନ କରିବେ। 

ଏଥିରେ ବୟସ ଆଧାରିତ ପାଞ୍ଚ ପ୍ରକାରର ବର୍ଗୀକରଣ ମଧ୍ୟ ସାମିଲ ରହିଛି। ଏହାବ୍ୟତୀତ, ଏସବୁ ନିୟମ ଅନୁଯାୟୀ, ଏକ ତ୍ରିସ୍ତରୀୟ ଅଭିଯୋଗ ସମାଧାନ ବ୍ୟବସ୍ଥାର ମଧ୍ୟ ଆବଶ୍ୟକତା ରହିବ ଯେଉଁଥିରେ ପ୍ରକାଶକ (ସ୍ତର-1), ପ୍ରକାଶକମାନଙ୍କ ଦ୍ବାରା ଗଠିତ ସ୍ବ-ନିୟମନ ସଂସ୍ଥା(ସ୍ତର-2) ଏବଂ ସରକାରଙ୍କ ଅନୁଧ୍ୟାନ ବ୍ୟବସ୍ଥା (ସ୍ତର-3) ସାମିଲ ରହିବ। ଏହାଫରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଅଭିଯୋଗ ସମାଧାନ ପାଇଁ ଏକ ବ୍ୟବସ୍ଥା ବିକଶିତ ହୋଇପାରିବ। ଶେଷରେ ଏହି ନିୟମଗୁଡ଼ିକ ଅନୁଯାୟୀ, ପ୍ରକାଶକମାନଙ୍କ ସରକାରଙ୍କ ସମ୍ମୁଖରେ ସୂଚନା ଉପସ୍ଥାପନ କରିବାକୁ ହେବ ଏବଂ ସାର୍ବଜନୀନ ପରିଧିରେ ଅଭିଯୋଗ ସମାଧାନ ସମ୍ପର୍କରେ ସୂଚନା ନିର୍ଦ୍ଧାରିତ ସମୟରେ ପ୍ରଦାନ କରିବାକୁ ହେବ।

ସୂଚନା ପ୍ରଯୁକ୍ତି ଆଇନ, 2000 ଅନ୍ତର୍ଗତ ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ସଂସ୍ଥାନଗୁଡ଼ିକ ଲାଗି ଦିଶା-ନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ 2021କୁ 25 ଫେବୃଆରୀ, 2021ରେ ଅଧିସୂଚୀତ କରାଯାଇଥିଲା।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget