loading...

ପୁଣି ଜଣେ ଓଡ଼ିଆଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟୀତ୍ବ ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ସହ କୃତଜ୍ଞତା

ପୁଣି ଜଣେ ଓଡ଼ିଆଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟୀତ୍ବ ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ସହ କୃତଜ୍ଞତା ଜ୍ଞାପନ କଲେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି

ପୁଣି ଜଣେ ଓଡ଼ିଆଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟୀତ୍ବ ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ସହ କୃତଜ୍ଞତା

ଭୁବନେଶ୍ୱର, ନୂତନ ଭାବେ ଦାୟୀତ୍ବ ଗ୍ରହଣ କରିଥିବା ରାଷ୍ଟ୍ରୀୟ ଅନୁସୁଚିତ ଜନଜାତି ଆୟୋଗ ସଦସ୍ୟ ତଥା ପୂର୍ବତନ ସାଂସଦ ଶ୍ରୀ ଅନନ୍ତ ନାୟକଙ୍କ ପ୍ରଥମ ଓଡିଶା ଗସ୍ତ ଅବସରରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଛନ୍ତି । ସର୍ବଦା ଓଡିଶାକୁ ଗୁରୁତ୍ବ ଦେଇ ଆସୁଥିବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ପୁଣି ଜଣେ ଓଡ଼ିଆଙ୍କୁ ଏଭଳି ଗୁରୁତ୍ବପୂର୍ଣ୍ଣ ଦାୟୀତ୍ବ ପ୍ରଦାନ କରିଥିବାରୁ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଭୁବନେଶ୍ବର ବିମାନ ବନ୍ଦରଠାରେ ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ମାଝା, ବିଧାୟକ ନବ ଚରଣ ମାଝୀ, ପ୍ରକାଶ ସୋରେନ, ଭାସ୍କର ମଢେଇ, ନିତ୍ୟାନନ୍ଦ ଗଣ୍ଡ, ଆଦିତ୍ୟ ପାଢୀ, ମୁକେଶ ମହାଲିଙ୍ଗ, ରାଜ୍ୟ ଉପ ସଭାନେତ୍ରୀ ସୁକେଶୀ ଓରାମ, ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ରାଜ୍ୟ ମୁଖପାତ୍ର ଉମାକନ୍ତ ପଟ୍ଟନାୟକ, ପବିତ୍ର ଦାଶ, ଜିଲ୍ଲା ସଭାପତି ସବୁଜ ଅଂଶୁମାନ ମହାନ୍ତି ପ୍ରମୁଖ ଶ୍ରୀ ନାୟକଙ୍କୁ ପୁଷ୍ପଗୁଚ୍ଛ ଉତରୀୟ ପ୍ରଦାନ କରି ସ୍ଵାଗତ କରିଥିଲେ । ଏହି ଅବସରରେ ଶ୍ରୀ ନାୟକଙ୍କ ଶହ ଶହ ପ୍ରଶଂସକ ମଧ୍ୟ ଉପସ୍ଥିତ ଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget