loading...

ବାତ୍ୟା ‘ୟାସ୍ ପ୍ରଭାବିତ ହୋଇଥିବା କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପ୍ରଦାନ କରିବା ପାଇଁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ

ବାତ୍ୟା ‘ୟାସ୍‌’ ପ୍ରଭାବିତ ଜିଲ୍ଲା ଗୁଡ଼ିକରେ କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ଏକ ପ୍ରାଥମିକ ରିପୋର୍ଟ ତୁରନ୍ତ ପ୍ରଦାନ

ବାତ୍ୟା ‘ୟାସ୍ ପ୍ରଭାବିତ ହୋଇଥିବା କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପ୍ରଦାନ କରିବା ପାଇଁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, ବାତ୍ୟା ‘ୟାସ୍‌’ ପ୍ରଭାବିତ ଜିଲ୍ଲା ଗୁଡ଼ିକରେ କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ଏକ ପ୍ରାଥମିକ ରିପୋର୍ଟ ତୁରନ୍ତ ପ୍ରଦାନ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ବିଭାଗୀୟ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ପୂର୍ବାହ୍ନରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ବୈଠକରେ ମନ୍ତ୍ରୀ ଡ. ସାହୁ ବାତ୍ୟା ପ୍ରଭାବିତ ଜିଲ୍ଲାରେ କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ ଆଦିର କ୍ଷୟକ୍ଷତି ସଂପର୍କରେ ବିଭାଗୀୟ ସଚିବ ଓ  ନିର୍ଦ୍ଦେଶକମାନଙ୍କ ସହିତ ଆଲୋଚନା କରିଥିଲେ । 

ଜିଲ୍ଲା ଅଧୁକାରୀମାନେ ତୁରନ୍ତ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ । ପରିଦର୍ଶନ କରି କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପଠାଇବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ବିଭିନ୍ନ ଜିଲ୍ଲାରୁ ପ୍ରାଥମିକ ରିପୋର୍ଟ ହସ୍ତଗତ ହେବା ପରେ ଏ ଦିଗରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ପାଣି ସଂପୂର୍ଣ୍ଣ ଛାଡ଼ିଗଲେ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଣୁ ସହିତ ଗୃହପାଳିତ ପଶୁ ଓ କୁକୁଡ଼ା ଫାର୍ମ କ୍ଷତିଗ୍ରସ୍ତ ହୋଇଥିଲେ ତା’ର ରିପୋର୍ଟ ପ୍ରଦାନ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଲେ । 

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍. ରଘୁପ୍ରସାଦ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା ଯୋଗଦେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget