loading...

ବାତ୍ୟା ମଧ୍ୟରେ ନୂଆ ଜୀବନ । ଉପକୂଳବର୍ତ୍ତୀ ୧୦ଟି ଜିଲ୍ଲାରେ ଜନ୍ମନେଲେ ୭୫୦ ଶିଶୁ

ମହାମାରୀର ଆତଙ୍କ ମଧ୍ୟରେ ବାତ୍ୟା ପ୍ରଭାବିତ ଉପକୂଳବର୍ତ୍ତୀ ୧୦ଟି ଜିଲ୍ଲାର ଡାକ୍ତରଖାନାଗୁଡ଼ିକରେ ୭୫୦ ଜଣ ଶିଶୁ ଜନ୍ମଲାଭ

ବାତ୍ୟା ମଧ୍ୟରେ ନୂଆ ଜୀବନ । ଉପକୂଳବର୍ତ୍ତୀ ୧୦ଟି ଜିଲ୍ଲାରେ ଜନ୍ମନେଲେ ୭୫୦ ଶିଶୁ

ଭୁବନେଶ୍ୱର, ରାଜ୍ୟ ସରକାରଙ୍କ ନିରନ୍ତର ଉଦ୍ୟମ ଏବଂ ଜିଲ୍ଲା ପ୍ରଶାସନର ସହାୟତାରେ ଗୋଟେ ପଟେ ‘ୟାସ୍‌’ ସାମୁଦ୍ରିକ ବାତ୍ୟାର ଭୟାବହତା ଏବଂ ଅପର ପଟେ କରୋନା ମହାମାରୀର ଆତଙ୍କ ମଧ୍ୟରେ ବାତ୍ୟା ପ୍ରଭାବିତ ଉପକୂଳବର୍ତ୍ତୀ ୧୦ଟି ଜିଲ୍ଲାର ଡାକ୍ତରଖାନାଗୁଡ଼ିକରେ ୭୫୦ ଜଣ ଶିଶୁ ଜନ୍ମଲାଭ କରିଛନ୍ତି । ବାତ୍ୟ ‘ୟାସ୍’ର ସମ୍ଭାବ୍ୟ ବିପଦକୁ ଆଶଙ୍କା କରି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଏହି ୧୦ଟି ଜିଲ୍ଲାରେ ଜୁନ ପ୍ରଥମ ସପ୍ତାହ ମଧ୍ୟରେ ପ୍ରସବ ହେବାକୁ ଥିବା ଗର୍ଭବତୀ ମହିଳାମାନଙ୍କୁ ତୁରନ୍ତ ଚିହ୍ନଟ କରାଯାଇ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ସ୍ଥାନାନ୍ତର କରିବା ନିମନ୍ତେ ପଦକ୍ଷେପ ନିଆଯାଇଥିଲା । 

ବିଭାଗର ଡିଏକୁ ୨ଓ, ସିଡିପିଓ, ଅଙ୍ଗନବାଡ଼ି କର୍ମୀ, ସୁପରଭାଇଜର ଓ ଆଶାକର୍ମୀମାନଙ୍କ ସହାୟତାରେ ୪୫୫୫ ଜଣ ଗର୍ଭବତୀଙ୍କୁ ଚିହ୍ନଟ କରାଯାଇଥିଲା । ତନ୍ମଧ୍ୟରୁ ୨୧୦୭ ଜଣ ଆସନ ପ୍ରସବା ମହିଳାଙ୍କୁ ୨୪ ତାରିଖରୁ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ମଇ ୨୫ ଓ ୨୬ ତାରିଖରେ କ୍ରମାଗତ ବର୍ଷା, ପବନ ଓ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ୭୫୦ ଜଣ ଶିଶୁ ପୃଥିବୀର ଆଲୋକ ଦେଖୁଛନ୍ତି । ବାଲେଶ୍ଵର-୫୮, ଭଦ୍ରକ-୯୮, କଟକ-୬୧, ଜଗତସିଂହପୁର-୮୪, ଯାଜପୁର-୬୯, କେନ୍ଦୁଝର-୫୫, ମୟୂରଭଞ୍ଜ ୩୬, କେନ୍ଦ୍ରାପଡ଼ା-୧୬୬, ଖୋର୍ଦ୍ଧା –୯୫ ଏବଂ ପୁରୀ ଜିଲ୍ଲାରେ ୨୮ ଜଣ ଶିଶୁ ଜନ୍ମ ହୋଇଛନ୍ତି । ସମସ୍ତ ପ୍ରସୂତି ଓ ନବଜାତକ ସୁସ୍ଥ ଅଛନ୍ତି ।

ତେବେ ବାତ୍ୟା ପ୍ରଭାବିତ ଏହି ଜିଲ୍ଲାଗୁଡ଼ିକରେ ଗର୍ଭବତୀ ଏବଂ ଆସନ୍ନପ୍ରସବାମାନଙ୍କୁ ହସ୍‌ପିଟାଲକୁ ସ୍ଥାନାନ୍ତରଣ କରିବା ବିଭାଗୀୟ କାର୍ଯ୍ୟକର୍ତ୍ତାଙ୍କ ପାଇଁ ଥୁଲା ସବୁଠାରୁ ବଡ଼ ଆହ୍ବାନ । କିଛି ମହିଳାଙ୍କର ପ୍ରସବ ତାରିଖ ଜୁନ ମାସ ପ୍ରଥମ ସପ୍ତାହରେ ଥିବାରୁ ସେମାନେ ଏବେଠାରୁ ଆସିବାକୁ ଅନିଚ୍ଛା ପ୍ରକାଶ କରିଥିଲେ । କିନ୍ତୁ ଅଙ୍ଗନବାଡ଼ି ସୁପରଭାଇଜର ଓ କର୍ମୀମାନେ ବାରମ୍ବାର ସେମାନଙ୍କ ଘରକୁ ଯାଇ ସେମାନଙ୍କୁ ବୁଝାଇସୁଝାଇ ହସ୍‌ପିଟାଲ୍‌କୁ ଆଣିଥିଲେ । ଏ ସଂପର୍କରେ ନିଜର ଅଭିଜ୍ଞତା କହିଛନ୍ତି ଭଦ୍ରକ ଜିଲ୍ଲା ବାସୁଦେବପୁର ପ୍ରକଳ୍ପର ଅଙ୍ଗନବାଡ଼ି ସୁପରଭାଇଜର ସିଟସୁମନ୍ ସାହୁ । 

ଜିଲ୍ଲାରେ ସବୁଠାରୁ ଅଧୁକ ପ୍ରଭାବିତ ଏହି ପ୍ରକଳ୍ପର ନରସିଂହପୁର ଗ୍ରାମପଞ୍ଚାୟତ ଅଧୀନସ୍ଥ ସ୍ଥିତ କାଳିଦାସପୁର ଗ୍ରାମର ଜଣେ ଗର୍ଭବତୀ ମହିଳାଙ୍କର ୩୦ ମଇରେ ପ୍ରସବ ତାରିଖ ଥୁବାରୁ ସେ କୌଣସିମତେ ହସ୍‌ପିଟାଲ୍‌କୁ ଯିବାକୁ ରାଜି ହୋଇନଥିଲେ । କିନ୍ତୁ ବାରମ୍ବାର ଅନୁରୋଧ ଏବଂ ପରିସ୍ଥିତିର ଗୁରୁତ୍ଵ ଦୃଷ୍ଟିରୁ ଅଙ୍ଗନବାଡ଼ି କର୍ମୀ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ୨୫ ତାରିଖ ଦିନ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରିଥିଲେ । 

୨୬ ତାରିଖ ବାତ୍ୟାର ଗମ୍ଭୀରତା ମଧ୍ୟରେ ମହିଳା ଜଣକ ସୁସ୍ଥ ପୁତ୍ରସନ୍ତାନକୁ ଜନ୍ମ ଦେଇଥିଲେ । ଏଥ ପାଇଁ ତାଙ୍କ ପରିବାର ଲୋକମାନେ ଖୁସି ପ୍ରକଟ କରିବା ସହ ସରକାରୀ ତତ୍ପରତା ପାଇଁ ସାଧୁବାଦ ଜଣାଇଛନ୍ତି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆନୁଷ୍ଠାନିକ ପ୍ରସବ ପାଇଁ ବାରମ୍ବାର ସମୀକ୍ଷା କରିବା ସହ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଜିଲ୍ଲାଗୁଡ଼ିକ ସହ ନିୟମିତ ଯୋଗାଯୋଗପୂର୍ବକ ମନିଟରିଂ କରିଥିଲେ । ପ୍ରମୁଖ ଶାସନ ସଚିବ କ୍ଷେତ୍ର କର୍ମଚାରୀମାନଙ୍କ ନିଷ୍ଠାପର ଉଦ୍ୟମ ପାଇଁ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

ପ୍ରକାଶ ଥାଉ କି, ଏହି ଦଶଟି ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖ୍ ଗର୍ଭବତୀ ଓ ପ୍ରସୂତୀ ମହିଳାମାନଙ୍କୁ ଦିଆଯାଉଥିବା ଶୁଖୁଲା ରାସନକୁ ଆଗାମୀ ଜୁନ ମାସ ପାଇଁ ଆଗୁଆ ପଦକ୍ଷେପ ସ୍ଵରୂପ ଚଳିତ ମଇ ୨୫ ତାରିଖ ସୁଦ୍ଧା ବଣ୍ଟନ କରାଯାଇଛି । ହିତାଧୁକାରୀମାନେ ଏହାର ସଠିକ୍ ଉପଯୋଗ କରିବା ନିମନ୍ତେ ବିଭାଗ ତରଫରୁ ପରାମର୍ଶ ଦିଆଯାଇଛି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget