loading...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା ତରଫରୁ ୨୦ ଲକ୍ଷ ଟଙ୍କା ଦାନ

ରାଜ୍ୟର କୋଭିଡ୍ ଲଢେଇରେ ନିଜର ଯୋଗଦାନ ସ୍ଵରୂପ ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨୦ ଲକ୍ଷ ଟଙ୍କା ଦାନ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା ତରଫରୁ ୨୦ ଲକ୍ଷ ଟଙ୍କା ଦାନ

ଭୁବନେଶ୍ୱର, ରାଜ୍ୟର କୋଭିଡ୍ ଲଢେଇରେ ନିଜର ଯୋଗଦାନ ସ୍ଵରୂପ ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨୦ ଲକ୍ଷ ଟଙ୍କା ଦାନ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟ ଲୋକସେବା ଭବନଠାରେ ବୋର୍ଡର ଅଧ୍ୟକ୍ଷ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ଓ ବିରୀୟ ଉପଦେଷ୍ଟା ଶ୍ରୀ ତେଜରାଜ ପ୍ରଧାନଙ୍କ ଠାରୁ ଏହି ରାଶିର ଚେକ୍‌ ଗ୍ରହଣ କରିଛନ୍ତି ।

ଚେକ୍ ପ୍ରଦାନ ସମୟରେ ଅଧକ୍ଷ ଶ୍ରୀ ମିଶ୍ର କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବ ଓ ଦୁରଦର୍ଶୀ କୋଭିଡ୍ ପରିଚାଳନା ଯୋଗୁ ଓଡ଼ିଶାରେ କୋଭିଡ୍ ମହାମାରୀ ସ୍ଥିତି ନିୟନ୍ତ୍ରଣାଧନ ରହିଛି । କୋଭିଚ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି । ଜନ ସାଧାରଣଙ୍କ ସହଯୋଗରେ ରାଜ୍ୟ ଅଧୁକ ସଫଳତା ହାସଲ କରିବ ।

ଏତାଦୃଶ ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ହାଉସିଂ ବୋର୍ଡ କର୍ତ୍ତୁପକ୍ଷଙ୍କୁ ସାଧୁବାଦ ଜଣାଇବା ସହ ନିଜ ଦପ୍ତର ତଥା ବ୍ୟକ୍ତିଗତ ସ୍ତରରେ କାରୋନା ନିୟମ ଅନୁପାଳନ ଓ ସଚେତନତା କାର୍ଯ୍ୟ ଚଳାଇ ରଖୁବାକୁ ଅନୁରୋଧ କରିଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget