ଭୁବନେଶ୍ୱର, କେନ୍ଦ୍ରର ବିଜେପି ନେତୃତ୍ବ ମୋଦି ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁଁ ସାରା ଦେଶରେ କରୋନା ମହାମାରୀ ଥମିବାର ନାଁ ନେଉନଥିବା ବେଳେ କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି କରିବା ଦ୍ୱାରା ଦେଶରେ ପ୍ରାୟ ୧୫୦ ସହରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି । ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଜାତୀୟ ଦ୍ରବ୍ୟ ଠାରୁ ଆରମ୍ଭ କରି ନିତ୍ୟବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁ ହୋଇଛି ଓ ସାଧାରଣ ଖାଉଟୀମାନେ ନାହିଁ ନଥୁବା ହଇରାଣ ହରକତ ହେଉଛନ୍ତି । ଲୋକମାନଙ୍କ ଏପରି ଦୁଃଖ ଦୁର୍ଦ୍ଦଶାକୁ ହୃଦୟଙ୍ଗମ କରି ଏଆଇସିସି ତରଫରୁ ସାରା ଦେଶରେ ବ୍ଲକ, ନଗର, ଜିଲ୍ଲା ଓ ପ୍ରଦେଶ ସ୍ତରରେ କଂଗ୍ରେସ ଦଳ ପକ୍ଷରୁ ଧାରଣା, ବିକ୍ଷୋଭ ଓ ପ୍ରତିବାଦ ସହ ସାଇକେଳ ଯାତ୍ରା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆସନ୍ତା ୭ ଜୁଲାଇ ବୁଧବାର ଠାରୁ ୧୭ ଜୁଲାଇ ଶନିବାର ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ବୋଲି ନିଷ୍ପତି ନିଆଯାଇଛି ।
ଏଆଇସିସି ନିଦେର୍ଶ ମୁତାବକ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନିମ୍ନଲିଖୁତ କାର୍ଯ୍ୟକ୍ରମ ଆସନ୍ତା ମାସ ୭ ଜୁଲାଇ ବୁଧବାର ଠାରୁ ୧୭ ଜୁଲାଇ ଶନିବାର ପର୍ଯ୍ୟନ୍ତ ରାଜ୍ୟ ବ୍ୟାପି କରିବାପାଇଁ ନିଷ୍ପତି ଗ୍ରହଣ କରାଯାଇଛି ବୋଲି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ କହିଛନ୍ତି । ଆସନ୍ତା ତା ୭.୭.୨୦୨୧ ବୁଧବାର ୧୦ ଘଟିକା ସମୟରେ ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥାଳି, ଖଞ୍ଜଣି ବଜେଇ ପ୍ଲାକାର୍ଡ, ବ୍ୟାନର ଓ ପତାକା ସହ ଦିବା ୧ ଘଟିକା ପର୍ଯ୍ୟନ୍ତ ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ, ଖାଇବା ତେଲ ଓ ନିତ୍ୟବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ଦର ବୃଦ୍ଧି, ଧାନର କ୍ରୀଟାଲ ପ୍ରତି ଏମ୍ଏସପି ୨୯୩୦ ଟଙ୍କାକୁ ବୃଦ୍ଧିକରିବା, ଧାନକିଣିବାର ଟୋକନ ଅବଧୂକୁ ଜୁନ-୩୦ ପରିବର୍ତ୍ତେ ଜୁଲାଇ-୨୫ ପର୍ଯ୍ୟନ୍ତ ବୃଦ୍ଧି କରିବା, କଟଣୀ ଓ ଛଟଣୀକୁ ସଂପୂର୍ଣ୍ଣ ବାଦ ଦେବା, ଖରିଫ ଋତୁରେ ସମସ୍ତ ଋଷୀଭାଇଙ୍କୁ ରିହାତି ଦରରେ ବିହନ, ସାର ଓ କୀଟନାଶକ ଦ୍ରବ୍ୟ ଅବିଳମ୍ବେ ପ୍ରଦାନ କରିବା ଓ ରବି ଋତୁରେ ଚାଷୀଙ୍କର ହଜାର ହଜାର କୁଇଣ୍ଟାଲ ଧାନକୁ ନ କଣିବା ଦ୍ଵାରା ଧାନ ଗଜା ହୋଇ ନଷ୍ଟ ହେବା ଫଳରେ ଋଷୀଙ୍କୁ ଅବିଳମ୍ବେ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନେଇ କେନ୍ଦ୍ର- ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଧାରଣା, ବିକ୍ଷୋଭ କରିବାକୁ ଦଳର ସମସ୍ତ ରାଜ୍ୟ ଓ ଜିଲ୍ଲା ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟମାନେ ତୃଣମୂଳସ୍ତରର କର୍ମକର୍ତ୍ତା ଓ ସାଧୁମାନଙ୍କୁ ଏକତ୍ର କରି କାର୍ଯ୍ୟକ୍ରମକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ନିବେଦନ କରିଛନ୍ତି ।
ଏହି ଅବସରରେ ବ୍ଲକ କଂଗ୍ରେସ କମିଟିର ସଭାପତିଗଣ ଉକ୍ତ କାର୍ଯ୍ୟକ୍ରମରେ ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ସମସ୍ତ ନେତୃମଣ୍ଡଳୀଙ୍କୁ ପୂର୍ଣ୍ଣ ପ୍ରାଣରେ ସହଯୋଗ କରିବାକୁ ସେ ବିଶେଷ ଅନୁରୋଧ କରିଛନ୍ତି । ସେହିପରି ତା ୯.୭.୨୦୨୧ ଶୁକ୍ରବାର ଦିବା ୧୦ ଘଟିକା ସମୟରେ ଜିଲ୍ଲା ସଦର ମହକୁମା ସମେତ ଜିଲ୍ଲା ଅନ୍ତର୍ଗତ ପୌରପରିଷଦ, ଏନ୍.ଏ.ସିରେ ସମସ୍ତ ବିଧାୟକ, ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ପିସିସି, ଏଆଇସିସି ସଭ୍ୟଗଣ, ପ୍ରାକ୍ତନ ମନ୍ତ୍ରୀ, ସାଂସଦ, ବିଧାୟକ, କଂଗ୍ରେସ ନେତୃମଣ୍ଡଳୀ ଓ କର୍ମକର୍ତ୍ତା ମାନେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଦୁରଦର୍ଶୀ ନିଷ୍ପତିକୁ କଡ଼ା ବିରୋଧ କରି ସରକାରଙ୍କ ଜନମାରଣ ନୀତିକୁ ଜନସାଧାରଣଙ୍କୁ ଅବଗତ କରାଇବା ନିମେନ୍ତ ସାଇକେଲରେ ପ୍ଲାକାର୍ଡ଼ ଓ ପତକା ଲଗାଇ ଅନ୍ୟୁନ ୫ କିଲୋମିଟର ସମୁହ ଯାତ୍ରା କରିବାକୁ ଶ୍ରୀ ପଟ୍ଟନାୟକ ନିବେଦନ କରିଛନ୍ତି ।
ସେହିପରି ପିସିସି ପକ୍ଷରୁ ଜୁଲାଇ ୧୪ ତାରିଖ ବୁଧବାର ଦିବା ୧୦ ଘଟିକାରୁ ଏକ ସାଇକେଲ ଯାତ୍ରା ଭୁବନେଶ୍ୱରସୁ । କଂଗ୍ରେସ ଭବନରୁ ଆରମ୍ଭ ହୋଇ ମାଷ୍ଟର କ୍ୟାଟିନ, ରାମମନ୍ଦିର, ବିଗ୍ବଜାର, ପାନ୍ଥ ନିବାସ, କଳ୍ପନା ଛକ, ରାଜମହଲ, ବିମାନ ବନ୍ଦର ଟ୍ରାଫିକ ଦେଇ କ୍ୟାପିଟାଲ ହସପିଟାଲ ପର୍ଯ୍ୟନ୍ତ ଯିବ । ଏହି ଅବସରରେ ଦଳର କାର୍ଯ୍ୟକାରୀ ସଭାପତିଗଣ, ସମସ୍ତ ବିଧାୟକ, ସାଂସଦ, ବରିଷ୍ଠ ନେତୃମଣ୍ଡଳୀ, ପିସିସି ଓ ଏଆଇସିସି ସଭ୍ୟଗଣ, ପିସିସିର ପ୍ରାକ୍ତନ ପଦାଧୁକାରୀଗଣ, ପ୍ରାକ୍ତନ ମନ୍ତ୍ରୀ, ସାଂସଦ ଓ ବିଧାୟକଗଣ, ରାଜ୍ୟ ଛାମୁଆ ସଂଗଠନ, ବିଭାଗ ଓ ପ୍ରକେଷ୍ଠାର ମୁଖ୍ୟ ଓ କର୍ମକର୍ତ୍ତାମାନଙ୍କୁ ସାଇକେଲ ଯାତ୍ରାରେ ନିଜକୁ ସାମିଲ ହୋଇ ଉଭୟ ସରକାରଙ୍କର ଜନମାରଣ ନୀତିକୁ ପର୍ଦାଫାଶ କରିବାକୁ ଶ୍ରୀ ପଟ୍ଟନାୟକ ବିଶେଷ ଅନୁରୋଧ କରିଛନ୍ତି ।
ସେହିପରି କେନ୍ଦ୍ର ସରକାରଙ୍କ ତୈଳ ଦରର ଅହେତୁକ ମୂଲ୍ୟବୃଦ୍ଧିର ପ୍ରତିବାଦରେ ଆସନ୍ତା ଜୁଲାଇ ୧୭ ତାରିଖ ଶନିବାର ତୃଣମୂଳ ସ୍ତରର କାର୍ଯ୍ୟକର୍ତାଙ୍କ ଠାରୁ ଆରମ୍ଭ କରି ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀଙ୍କ ପର୍ଯ୍ୟନ୍ତ ଦଳର ସମସ୍ତ ଛାମୁଆ ସଂଗଠନ, ବିଭାଗ, ପ୍ରକୋଷ୍ଠର ନେତା ଓ କର୍ମୀମାନେ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରେ ପ୍ରାତଃ ୯ ଘଟିକାରୁ ଦିବା ୧୧ଟା ୩୦ ମି. ପର୍ଯ୍ୟନ୍ତ ଗ୍ରାହକ ମାନଙ୍କର ପ୍ରତିକ୍ରିୟା ଓ ଦସ୍ତଖତ ସଂଗ୍ରହ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମକୁ କୋଭିଡ୧୯ର ନୀତିନିୟମକୁ ପାଳନ କରି ସମସ୍ତ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ବିଶେଷ ଅନୁରୋଧ କରିଛନ୍ତି ।
Post a Comment