loading...

ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମାଙ୍କ ରାୟଗଡ଼ା ଜିଲ୍ଲା ଗସ୍ତ କରି ଉନ୍ନୟନ କାର୍ଯ୍ୟକ୍ରମର ସମୀକ୍ଷା

ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମାଙ୍କ ରାୟଗଡ଼ା ଜିଲ୍ଲା ଗସ୍ତ । ଡଙ୍ଗରିଆ କନ୍ଧ ଯୁବକଯୁବତୀଙ୍କ ପାଇଁ ଉଦ୍ଦିଷ୍ଟ ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ

ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମାଙ୍କ ରାୟଗଡ଼ା ଜିଲ୍ଲା ଗସ୍ତ କରି ଉନ୍ନୟନ କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ବର, ଆଜି ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମା ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଳକ୍ ନିୟମଗିରି ପାହାଡ଼ରେ ରହୁଥିବା ଆଦିମ ଜନଜାତି ଡଙ୍ଗରିଆ କନ୍ଧ ସଂପ୍ରଦାୟଙ୍କୁ ଭେଟିଥିଲେ । ସେଠାରେ ଟିକା କରଣ ଶିବିରର ଉଦ୍‌ଘାଟନ କରିଥିଲେ ଏବଂ ଟିକା କରଣ ନେଇ ଆଦିମ ଜନଜାତି ଡଙ୍ଗରିଆ କନ୍ଦ ଓ ଲାଜିଆ ସଉରାଙ୍କ ମନରେ ଥିବା ଭୟ ଓ ଅବିଶ୍ୱାସ ଦୂର କରିବା ସହିତ କରୋନା ମହାମାରୀର ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଟିକାକରଣ କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ସାମିଲ ହେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ । 

ରାୟଗଡ଼ା ଜିଲ୍ଲାର ଚାଟିକଣା ସ୍ଥିତ ଜନଜାତି ବ୍ୟାଖ୍ୟାନ କେନ୍ଦ୍ରରେ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ଶ୍ରୀ ଦାସବର୍ମା ଜିଲ୍ଲାର ପାର୍ଶାଲି, ଚାଟିକଣାରେ ବସବାସ କରୁଥୁବା ୧୦, ୧୮୫ ଆଦିମ ଜନଜାତି ଓ କନ୍ଦ ଗୁଣୁପୁର ବ୍ଲକ୍‌ର ପୁଟାସିଂ ଅଞ୍ଚଳରେ ବାସ କରୁଥିବା ୬,୮୬୪ ଲାଜିଆ ସଉରା ଆଦିମ ଜନଜାତି ବର୍ଗଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଘୋଷଣା କରିଥିବା ସ୍ବତନ୍ତ୍ର ପ୍ୟାକେଜ୍ ବଣ୍ଟନ ପାଇଁ ଡାଟାବେସ୍ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ଆଦିମ ଜନଜାତିଙ୍କୁ ଟିକାକରଣ କାର୍ଯ୍ୟକୁ ସଫଳ କରିବା ପାଇଁ ଲୋକ ପ୍ରତିନିଧ, ଜିଲ୍ଲା ପ୍ରଶାସନ, ଗଣମାଧ୍ୟମ ଏବଂ ସ୍ବାସ୍ଥ୍ୟ କର୍ମୀମାନଙ୍କ ସମ୍ମିଳିତ ଉଦ୍ୟମ ହେଲେ ଏଭଳି ଆହାନମୁଳକ ଅଞ୍ଚଳରେ ଟିକା କରଣ କାର୍ଯ୍ୟ ସଫଳ ହୋଇପାରିବା । ଯେଉଁମାନେ ଏହି ଦୁଇବର୍ଗର ଆଦିମ ଜନଜାତିଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରରେ ଯିଏ ରହିବ ତାଙ୍କ ପାଇଁ ସ୍ବତନ୍ତ୍ର ଅନୁଦାନ ବଣ୍ଟନ ସହ କାର୍ଯ୍ୟରତ ଥିବା ଅଙ୍ଗନବାଡ଼ି କର୍ମୀ ଓ ଆଶାକର୍ମୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ବର୍ତ୍ତମାନ ଜିଲ୍ଲାରେ ହାରାହାରି ୧୬୦୦ ହେଉଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ସର୍ବନିମ୍ନ ସ୍ତରରେ ପହଞ୍ଚିଛି । କୋଭିଡ୍ ସଂକ୍ରମିତ ପରିବାରଙ୍କୁ ଶୁଖୁଲା ରାସ, ପରିବାର ପିଛା ୨୫୦୦ ଟଙ୍କା ଏବଂ ସଂକ୍ରମିତ ବ୍ୟକ୍ତିମାନଙ୍କୁ ୧୪ ଦିନ ପାଇଁ ଦୈନିକ ୧୦୦ ଟଙ୍କା ଜିଲ୍ଲା ତରଫରୁ ଶତପ୍ରତିଶତ ପ୍ରଦାନ କରାଯାଇଛି । ଯୋଜନା ବୋର୍ଡ ଉପାଧ୍ୟକ୍ଷ ଅପରାହ୍ନରେ ଗୁଣୁପୁର ବ୍ଲକର ପୁଟାସିଂଠାରେ କାର୍ଯ୍ୟରତ ଲା ଜିଆ ସଉରା ଉନ୍ନୟନ ସଂସ୍ଥା ପରିଦର୍ଶନ କରିଛନ୍ତି । ସେଠାରେ ଆଦିମ ଜନଜାତି ଲାଜିଆ ସଉରାଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଗ୍ରହଣ କରାଯାଇଥିବା ବିଭିନ୍ନ ଲୋକା ଭିମୁଖ୍ୟ ଯୋଜନାର ସମୀକ୍ଷା କରିବା ସହିତ ନିକଟସ୍ଥ ଗ୍ରାମପଞ୍ଚାୟତ ତାରକେଲ ଗ୍ରାମକୁ ଯାଇ ଆଦିମ ଜନଜାତି ବାସ କରୁଥବା ଲାଜିଆ ସଉରା ବର୍ଗର ଜନସାଧାରଣଙ୍କୁ ଭେଟିଥିଲେ । ଟିକା କରଣ ପାଇଁ ଲାଜିଆ ସଉରା କନଜାତିଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅନ୍ଧବିଶ୍ବାସ ଓ ଭୟ ଦୂର କରି ଟିକା କରଣକୁ ଏକ ଜନଆନ୍ଦୋଳନ ଭାବରେ ଗଢ଼ି ତୋଳିବାକୁ ଶ୍ରୀ ଦାସବର୍ମା ପରାମର୍ଶ ଦେଇଛନ୍ତି ।

କୋଭିଡ୍ ମହାମାରୀର ମୁକାବିଲା କରିବା ପାଇଁ ରାୟଗଡ଼ା ଜିଲ୍ଲାର ଉଭୟ ଆଦିମ ଜନଜାତିଙ୍କ ମଧ୍ୟରେ ପରୀକ୍ଷଣ, ଚିକିତ୍ସା ଓ ଟିକାକରଣ କାର୍ଯ୍ୟ ଠିକ୍ ଭାବରେ ଚାଲିଥିବାରୁ ଜିଲ୍ଲା ପ୍ରଶାସନ, ମେଡିକାଲ ଟିମ୍ ଏବଂ ସହଯୋଗ କରୁଥିବା ବିଭାଗଙ୍କୁ ଡଙ୍ଗରିଆ କନ୍ଦ ଉନ୍ନୟନ ସଂସ୍ଥା ଓ ଲାଜିଆ ସଉରା ଉନ୍ନୟନ ସଂସ୍ଥାର ଅଧୁକାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଜିଲ୍ଲାରେ ଲାଜିଆ ସଉରା ଓ ଡଙ୍ଗରିଆ କନ୍ଦ ଆଦିମ ଜନଜାତିଙ୍କ ପାଇଁ ୧୬ ଲକ୍ଷ ୪୨ ହଜାର କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥୁବାବେଳେ ବର୍ତ୍ତମାନ ସୁଦ୍ଧା ୮୨ ହଜାର ୧୦୦ ଶ୍ରମ ଦିବସ ଲକ୍ଷ୍ୟ ହାସଲ ହୋଇପାରିଛି ଏବଂ ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୧ ଲକ୍ଷ ୬୭ ହଜାର ୮୬୫ ଶ୍ରମଦିବସ ଜିଲ୍ଲାର ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ପ୍ରଶାସନ ସମର୍ଥ ହୋଇଛି । ଜିଲ୍ଲା ୮୨ % ଶ୍ରମଦିବସ ସୃଷ୍ଟି କରି ରାଜ୍ୟରେ ୧୦ମ ସ୍ଥାନରେ ରହିଛି ।

କରୋନା ଭଳି ମହାମାରୀର ମୁକବିଲା କରୁଥିବାବେଳେ ଆଦିବାସୀ ଓ ଆଦିମ ଜନଜାତି ଅଧୁଷିତ ଉପଯୋଜନା ଜିଲ୍ଲାର ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ସହିତ କର୍ମନିଯୁକ୍ତି ସୃଷ୍ଟି କରି ସଫଳତାର ସହିତ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ସମର୍ଥ ହୋଇଛି । ନିକଟରେ କେନ୍ଦ୍ର ସରକାରଙ୍କ ଦ୍ଵାରା ଆକାକ୍ଷୀ ଜିଲ୍ଲା ମଧ୍ୟରେ ରାୟଗଡ଼ା ତା’ର ସ୍ବତନ୍ତ୍ର ସ୍ଥାନ ଅଧୁକାର କରିଛି । ଏହି ଧାରାକୁ ଗତିଶୀଳ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ଶ୍ରୀ ଦାସବର୍ମା ପରାମର୍ଶ ଦେବା ସହିତ କୋଭିଡ୍ ମହାମାରୀ ସମୟରେ ନିଷ୍ଠାର ସହିତ କର୍ତ୍ତବ୍ୟ କରିଥିବା ସମସ୍ତ କ୍ଷେତ୍ର  ଅଧୁକାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କ୍ଷେତ୍ର ପରିଦର୍ଶନ ସମୟରେ ଡଙ୍ଗରିଆ କନ୍ଦ ଓ ଲାଜିଆ ସଉରା ବର୍ଗର ଉଚ୍ଚଶିକ୍ଷିତ ଛାତ୍ରଛାତ୍ରୀଙ୍କ ଦକ୍ଷତା ମୂଲ୍ୟାୟନ କରିବା ସହିତ । ତାଙ୍କୁ ଜିଲ୍ଲା ମଧ୍ୟରେ ଓ ଜିଲ୍ଲା ବାହାରେ ନିଯୁକ୍ତି ଓ କର୍ମସଂସ୍ଥାନ ଉପରେ ଗୁରୁତ୍ବ ଦେଇଛନ୍ତି ।

ଗସ୍ତ ସମୟରେ ବିକୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଉପଦେଷ୍ଟା ସୁଧୀର ଦାସ ରାୟଗଡ଼ାର ମାନ୍ୟବର ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲ୍ଲାପାଳ ସରୋଜ କୁମାର ମିଶ୍ର, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା, ଗୁଣୁପୁର ଉପଜିଲ୍ଲାପାଳ କେ. ସାମଲ, ପିଡ଼ିଡ଼ିଆ ଡିଏ, ମହେଶ୍ୱର ନାୟକ, ପିଏ ଆଇଟିଡିଏ ଗୋରାଚାନ୍ଦ ଗମାଙ୍ଗ, ଜିଲ୍ଲା ମୁଖ୍ୟ ଚିକିତ୍ସାଧୁକାରୀ ଆର୍ଭ ବନ୍ଧୁ ନାୟକ, ଡଙ୍ଗରିଆ କନ୍ଦ ଉନ୍ନୟନ ପରିଷଦର କାର୍ଯ୍ୟନିର୍ବାହୀ ଏମ୍. ଏମ୍. ଦଳବେହେରା, ଲାଜିଆ ସଉରା ଉୟନ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ କୃପାସିନ୍ଧୁ ବେହେରା ଓ ଜିଲ୍ଲାର ସମସ୍ତ ଅଧୁକାରୀମାନେ ଉପସ୍ଥିତ ଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget