loading...

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ରଙ୍କ ଅବସର ଗ୍ରହଣ, ଶ୍ରୀ ନିରଞ୍ଜନ ସେଠୀଙ୍କୁ ଦାୟିତ୍ବ

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ରଙ୍କ ଅବସର ଗ୍ରହଣ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ବ

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ରଙ୍କ ଅବସର ଗ୍ରହଣ, ଶ୍ରୀ ନିରଞ୍ଜନ ସେଠୀଙ୍କୁ ଦାୟିତ୍ବ

ଭୁବନେଶ୍ଵର, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ୧ ବର୍ଷ ୧୦ ମାସ ଧରି ସେ ବିଭାଗର ନିର୍ଦ୍ଦେଶକ ଦାୟିତ୍ବ ତୁଲାଇଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ କୋଭି ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା କରିବା ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ରହିଥିଲା । ଏହା ପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିଥିଲେ । ତାଙ୍କ ଅବସର ପରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ବରେ ରହିବେ । 

ଆଜି ଏହି ମର୍ମରେ ବିଭଗ ତରଫରୁ ଆଦେଶନାମା ପ୍ରକାଶ ପାଇଛି । ପ୍ରକାଶ ଥାଉକି, ଶ୍ରୀ ସେଠୀଙ୍କର ଦୀର୍ଘ ବର୍ଷ ଧରି ଏହି ବିଭାଗୀୟ କାର୍ଯ୍ୟରେ ଅଭିଜ୍ଞତା ରହିଛି । ବିଦାୟୀ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ରଙ୍କୁ ଏହି ଅବସରରେ ଆଜି ବିଭାଗ ତରଫରୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । କୋଭିଡ୍ କଟକଣା ମଧ୍ୟରେ ଲୋକ ସଂପର୍କ ଭବନଠାରେ ସୀମିତ ସଂଖ୍ୟକ ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଭାଗୀୟ ନିର୍ଦ୍ଦେଶକ ବୈଷୟିକ) ଶ୍ରୀ ସେଠୀ ବିଦାୟୀ ନିର୍ଦ୍ଦେଶକ ଶ୍ରୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀର ଯୁଗ୍ଧ ଶାସନ ସଚିବ, ଯୁଗ୍ମ ନିର୍ଦ୍ଦେଶକ, ଓଡିଶା ସୂଚନା ସେବା ସଂଘର କର୍ମକର୍ତ୍ତାମାନେ ଏହି ସମ୍ବର୍ଦ୍ଧନା ସମୟରେ ଉପସ୍ଥିତ ଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget