loading...

କେଜ୍ କଲଚର ମାଧ୍ୟମରେ ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି : ମନ୍ତ୍ରୀ ଅରୁଣ କୁମାର ସାହୁ

କେଜ୍ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ

କେଜ୍ କଲଚର ମାଧ୍ୟମରେ ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି : ମନ୍ତ୍ରୀ ଅରୁଣ କୁମାର ସାହୁ

ଭୁବନେଶ୍ୱର, କେଜ୍ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ ୨୫ ହଜାର ଟନରୁ ଅଧୁକ ମାଛ ଉତ୍ପାଦନ କରାଯାଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ ନିମନ୍ତେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ବାକ୍ଷର କରିଥିବା ଉଦ୍ୟୋଗୀମାନଙ୍କ ସହିତ ସେମାନଙ୍କ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲେ । ମନ୍ତ୍ରୀ ଡ. ସାହୁ ଉଦ୍ୟୋଗୀମାନଙ୍କୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କହିଥିଲେ । 

ବିଭାଗ ପକ୍ଷରୁ ପ୍ରକଳ୍ପ ପ୍ରତିଷ୍ଠା ଦିଗରେ ଉଦ୍ୟୋଗୀମାନଙ୍କୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଉଦ୍ୟୋଗୀମାନେ ଯେପରି ସହଜରେ ବ୍ୟାଙ୍କ ଋଣ ପାଇପାରିବେ ସେଥ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସଂପ୍ରତି ହୀରାକୁଦ ଜଳଭଣ୍ଡାରର ୪୪ଟି ସଜୋନ୍‌ରେ ଏହି ମାଛଚାଷ କରାଯିବ । ଜଳଭଣ୍ଡାରରେ ଫଜୁରୀ ନିର୍ମାଣ କରି ମାଛଚାଷ କରିବା ଯେହେତୁ ଏକ ନୂତନ ପଦ୍ଧତି, ତେଣୁ ଏ ବିଷୟରେ ସରକାରଙ୍କ ପକ୍ଷ ରୁ ଉଦ୍ୟୋଗୀମାନଙ୍କୁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଉଛି । ରାଜ୍ୟ ସରକାର ବୃହତ ଓ ମଧ୍ୟମ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷକୁ ପ୍ରୋତ୍ସାହିତ କରିବା ନିମନ୍ତେ ନୂତନ ନୀତି ପ୍ରଣୟନ କରିଛନ୍ତି ଏବଂ ଏ ନିମନ୍ତେ ଉଦ୍ୟୋଗୀମାନଙ୍କୁ ରିହାତି ଯୋଗାଇ ଦେବାର ବ୍ୟବସ୍ଥା ରହିଛି । 

ଏହା ଦ୍ୱାରା ନୂତନ ଉଦ୍ୟୋଗୀ ସୃଷ୍ଟି ହେବା ସହିତ ଅନେକ ନିଯୁକ୍ତିର ସୁଯୋଗ ରହିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍. ରଘୁପ୍ରସାଦ କହିଲେ ଯେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ କରିବା ପାଇଁ ୩୯ ଜଣ ଉଦ୍ୟୋଗୀ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି । ହୀରାକୁଦ ଜଳଭଣ୍ଡାରରେ ଭବିଷ୍ୟତରେ ପ୍ରାୟ ୧୫ ହଜାର କେଜ ନିର୍ମାଣ କରାଯାଇ ମାଛଚାଷ କରିବାର ସୁବିଧା ରହିଛି । ଜଳଭଣ୍ଡାରରେ ଜେଟି, ଅବତରଣ କେନ୍ଦ୍ର ଆଦି ଭିତ୍ତିଭୂମି ନିର୍ମାଣ ତ୍ବରାନ୍ବିତ କରିବା ନିମନ୍ତେ ଇଡ୍‌କୋ ସହିତ ସ୍ବତନ୍ତ୍ର ବୈଠକ କରାଯିବ ବୋଲି ସଚିବ ଶ୍ରୀ ରଘୁପ୍ରସାଦ କହିଥିଲେ । ବୈଠକ ପ୍ରାରମ୍ଭରେ ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମତିରଞ୍ଜନ ପ୍ରଧାନ କେଜ କଲଚର ନିର୍ମାଣର ଅଗ୍ରଗତି ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ବୈଠକରେ ମତ୍ସ୍ୟ ବିଭାଗର ବରିଷ୍ଠ ଅଧୁକାରୀଙ୍କ ସମେତ କେଜ କଲଚର ଉଦ୍ୟୋଗୀମାନେ ଯୋଗଦେଇଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget