loading...

୯୯ତମ ଅନ୍ତର୍ଜାତୀୟ ସମବାୟ ଦିବସ ପାଳିତ ଉତ୍ତମ ପୁନର୍ଗଠନ ପାଇଁ ସହଭାଗିତା ଗୁରୁତ୍ଵପୂର୍ଣ୍ଣ : ସମବାୟ ମନ୍ତ୍ରୀ

୯୯ତମ ଅନ୍ତର୍ଜାତୀୟ ସମବାୟ ଦିବସ ପାଳିତ ଉତ୍ତମ ପୁନର୍ଗଠନ ପାଇଁ ସହଭାଗିତା ଗୁରୁତ୍ଵପୂର୍ଣ୍ଣ : ସମବାୟ ମନ୍ତ୍ରୀ ଶ୍ରୀ ସ୍ୱାଇଁ

୯୯ତମ ଅନ୍ତର୍ଜାତୀୟ ସମବାୟ ଦିବସ ପାଳିତ ଉତ୍ତମ ପୁନର୍ଗଠନ ପାଇଁ ସହଭାଗିତା ଗୁରୁତ୍ଵପୂର୍ଣ୍ଣ : ସମବାୟ ମନ୍ତ୍ରୀ

ଭୁବନେଶ୍ବର, ଉତ୍ତମ ପୁନର୍ଗଠନ ପାଇଁ ସମବାୟ ମାଧ୍ୟମରେ ସହଭାଗିତା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି । ଆଜି ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ୍ ଆନୁକୂଲ୍ୟରେ ୯୯ତମ ଅନ୍ତର୍ଜାତୀୟ ସମବାୟ ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ସମବାୟ ପତାକା ଉତ୍ତୋଳନ ଉତ୍ସବରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମବାୟ ପତାକା ଉତ୍ତୋଳନ କରି କହିଲେ ଯେ ଚଳିତ ବର୍ଷର ଅନ୍ତର୍ଜାତୀୟ ସମବାୟ ଦିବସର ବିଷୟବସ୍ତୁ ଉତ୍ତମ ପୁନର୍ଗଠନ ପାଇଁ ସହଭାଗିତା ଆଧାରରେ ସମବାୟ କାର୍ଯ୍ୟକ୍ରମକୁ ଆଗେଇ ନେବାକୁ ପଡ଼ିବ । କରୋନା ବିପଭିକୁ ମୁକାବିଲା କରିବା ପାଇଁ ସର୍ମିଳିତ ପ୍ରଚେଷ୍ଟା ଆବଶ୍ୟକ । କୋଭିଡ୍ –୧୯ ସ୍ଥିତିରେ କୃଷିକାର୍ଯ୍ୟକୁ ଗତିଶୀଳ କରିବାରେ ସମବାୟ ସଂସ୍ଥା ପ୍ରମୁଖ ଭୂମିକା ନିର୍ବାହ କରି ଲୋକମାନଙ୍କ ଖାଦ୍ୟ ନିରାପତ୍ତାକୁ ସୁନିଶ୍ଚିତ କରିପାରିଛି । 

ସମବାୟ ମାଧ୍ୟମରେ କ୍ଷୁଦ୍ର ଓ ନାମମାତ୍ର ଚାଷୀ, କ୍ଷୁଦ୍ର ବ୍ୟବସାୟୀଙ୍କୁ ସେବା ଯୋଗାଇଦେବା ପାଇଁ ଯେଉଁ ଦାୟିତ୍ର ରହିଛି ତାହାକୁ ଶତପ୍ରତିଶତ କାର୍ଯ୍ୟକାରୀ କରିବା ନିମନ୍ତେ ସମବାୟ ଆନ୍ଦୋଳନକୁ ଅଧୁକ କ୍ରିୟାଶୀଳ କରିବାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ବାଇଁ କହିଥିଲେ । ଓଡ଼ିଶା ରାଜ୍ୟ ସମବାୟ ୟୁନିୟର ପ୍ରଶାସିକା ଶ୍ରୀମତୀ ଗାୟତ୍ରୀ ପଟ୍ଟନାୟକ ଅନ୍ତର୍ଜାତୀୟ ସମବାୟ ଦିବସ ପାଳନର ଉଦ୍ଦେଶ୍ୟ ଓ ସମବାୟ ମାଧ୍ୟମରେ ସମାଜର ବିକାଶ ଉପରେ ଆଲୋକପାତ କରିଥିଲେ । ଓଡ଼ିଶା ରାଜ୍ୟ ସମବାୟ ୟୁନିୟର ସଂପାଦକ ଶ୍ରୀ ବ୍ରହ୍ମାନନ୍ଦ ପରିଡ଼ା, ବ୍ରହ୍ମପୁର ଏଆରସିଏସ୍ ଶ୍ରୀ ଶିବ ପ୍ରସାଦ ସ୍ୱାଇଁ ପ୍ରମୁଖ ଏଥିରେ ଯୋଗଦାନ କରି ବକ୍ତବ୍ୟ ରଖିଲେ । ଉତ୍ସବରେ ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ୍ ଏବଂ ଓଡ଼ିଶା ସମବାୟ ଗୃହନିର୍ମାଣ ନିଗମର କର୍ମଚାରୀମାନେ ଉପସ୍ଥିତ ଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget