loading...

ସ୍ବାଧୀନତା ଦିବସ – ୨୦୨୧ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ କୋଭିଡ୍ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ

ସ୍ବାଧୀନତା ଦିବସ – ୨୦୨୧ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

ଭୁବନେଶ୍ବର, ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ କୋ ଭିଡ୍ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ବାଧୀନତା ଦିବସ -୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେଭିଡ୍ ମାର୍ଗଦର୍ଶିକାର ସଠିକ୍ ଅନୁପାଳନ କରାଯାଇ ସ୍ଵସଂଖ୍ୟକ ଅତିଥ, କୋଭିଚ୍ ଯୋଦ୍ଧା, ଅଧୁକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ବାଧୀନତା ଦିବସ ଆୟୋଜିତ ହେବ । 

ସ୍ଵାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖ୍ ଭାବେ ଗୁରୁତ୍ବ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ବ ଦେଇଥିଲେ । ଗୃହ ବିଭାଗ ଦ୍ଵାରା ଚିହ୍ନଟ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ବାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜା, ନିମନ୍ତ୍ରିତ ଅତିଥୁ ଓ କୋଭିଡ୍ ଯୋଦ୍ଧାଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୁତ ଆଲୋଚନା ହୋଇଥୁଲା ।

ଚଳିତ ସ୍ଵାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍ ନିୟନ୍ତ୍ରଣକୁ ଡିସିପି, ଭୁବନେଶ୍ବର ପରିଚାଳନା କରିବେ । ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ । ସେହିପରି ଆର୍‌ଡିସି ଜୋନ୍, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ କୋଭିଜ୍ ନିୟମାବଳୀ ମଧ୍ୟରେ ସ୍ବାଧୀନତା ଦିବସ ପାଳନ କରାଯିବ ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଓଡ଼ିଶା ରିଙ୍କୁ ଓ ଉତ୍କଳ ପ୍ରସଙ୍ଗର ସଂପାଦକ ଡ. ଲେନିନ ମହାନ୍ତି, ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର କୁମାର ପରିଡ଼ା ଏବଂ ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗୀୟ ଅଧୁକାରୀମାନେ ଉପସ୍ଥିତ ଥିଲେ । ସହକାରୀ ନିର୍ଦ୍ଦେଶକ( କ୍ଷେତ୍ର) ଶ୍ରୀମତୀ ସୁତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂପର୍କରେ ବିବରଣୀ ଉପସ୍ଥାପନା କରିଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget