loading...

ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଇ-ଉପସ୍ଥାନ ଉନ୍ମୋଚନ କରିଲେ

ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଇ-ଉପସ୍ଥାନ ଉନ୍ମୋଚନ କରି କହିଲେ ଯେ ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ

ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଇ-ଉପସ୍ଥାନ ଉନ୍ମୋଚନ କରିଲେ

ଭୁବନେଶ୍ୱର, ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଇ-ଉପସ୍ଥାନ ଉନ୍ମୋଚନ କରି କହିଲେ ଯେ ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଏବଂ ଛାତ୍ରଛାତ୍ରୀମାନଙ୍କର ଉପସ୍ଥାନ ଏହି ଆପ୍ ମାଧ୍ୟମରେ ଗ୍ରହଣ କରାଯାଇପାରିବ । ଏହା ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ ଅଭିନବ ପଦକ୍ଷେପ ବୋଲି ମନ୍ତ୍ରୀ ଶ୍ରୀ ଦାଶ ବକ୍ତବ୍ୟ ରଖୁଥିଲେ । । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଭବ୍ଧିଆଲ ମାଧ୍ୟମରେ ଯୋଗଦେଇ କହିଥିଲେ ଯେ ଏହି ଆପ୍ ମାଧ୍ୟମରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଉପସ୍ଥାପନ ଅନ୍‌ଲାଇନ୍‌ ମାଧ୍ୟମରେ ଜାଣିବା ସହିତ ସେମାନେ କି ପ୍ରକାର ଡିଜିଟାଲ୍ ମାଧ୍ୟମ ଯଥାସ୍ମାର୍ଟଫୋନ, କମ୍ପ୍ୟୁଟର, ସାଧାରଣ ମୋବାଇଲ୍ ଫୋନ୍ ବ୍ୟବହାର କରୁଛନ୍ତି ତାହା ମଧ୍ୟ ଜାଣିହେବ । 

ଏହି ଇ-ଉପସ୍ଥାନ କାର୍ଯ୍ୟକ୍ରମ ରାଜ୍ୟର ସମସ୍ତ ଜିଲ୍ଲାରେ ସୁଚାରୁ ରୂପେ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ଶିକ୍ଷକଶିକ୍ଷୟତ୍ରୀମାନଙ୍କ ପାଇଁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀ ସାହୁ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ସମସ୍ତ ଅତିଥିମାନଙ୍କୁ ସ୍ୱାଗତ କରି ତାଙ୍କ ବକ୍ତବ୍ୟରେ କହିଥିଲେ ଯେ ଇ-ଉପସ୍ଥାନ ମାଧ୍ୟମରେ ବିଭାଗର ତଥ୍ୟ ସଂଗ୍ରହ ପ୍ରକ୍ରିୟା ଉନ୍ନତ ଏବଂ ତ୍ବରାନ୍ବିତ ହୋଇପାରିବ । ଏହା ଠିକ୍ ଭାବରେ କାର୍ଯ୍ୟକାରୀ ହେଲେ ବିଦ୍ୟାଳୟ ପରିଚାଳନାରେ ସ୍ୱଚ୍ଛତା ଆସିବା ସହ କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ନିର୍ଦ୍ଦେଶକ, ଜିଲ୍ଲା ଶିକ୍ଷା ଅଧୁକାରୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ ଏବଂ ଓସେପାର ବିଭିନ୍ନ ପ୍ରଭାଗର ମୁଖ୍ୟ ମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଶେଷରେ ଉପନିର୍ଦ୍ଦେଶକ ଶ୍ରୀ ଉଦୟନାଥ ମାଝା ଧନ୍ୟବାଦ ଅର୍ପଣ କରିଥିଲେ ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget