loading...

ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ଯୁଗାନ୍ତକାରୀ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଧନ୍ୟବାଦ

ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ଯୁଗାନ୍ତକାରୀ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଧନ୍ୟବାଦ- ଧର୍ମେନ୍ଦ୍ର ପ୍ରଧାନ

ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ଯୁଗାନ୍ତକାରୀ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଧନ୍ୟବାଦ

ନୂଆଦିଲ୍ଲୀ/ ଭୁବନେଶ୍ବର, ସବକା ସାଥ-ସବକା ବିକାଶ ମନ୍ତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ସରକାର ଚଳିତ ୨୦ ୨୧-୨୨ ଶିକ୍ଷା ବର୍ଷରୁ ମେଡ଼ିକାଲ ଏବଂ ଡେଟାଲ ପାଠ୍ୟକ୍ରମରେ ସ୍ନାତକ ଏବଂ ସ୍ନାତକତାରେ ସର୍ବଭାରତୀୟ କୋଟା(ଏଆଇକ୍ୟ) ଯୋଜନାରେ ଓବିସିଙ୍କୁ ୨୭ ପ୍ରତିଶତ ଏବଂ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲଏସ)ର ଛାତ୍ରଛାତ୍ରୀଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣର ଐତିହାସିକ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବୀୟଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଶ୍ରୀ ପ୍ରଧାନ ଏହି ନିଷ୍ପତି ସ୍ବାଗତ କରିବା ସହ କହିଛନ୍ତି ଯେ ପଛୁଆ ବର୍ଗ ଓବିସି ତଥା ଆର୍ଥିକ ଦୁର୍ବଳ ଶ୍ରେଣୀରୁ ପଛୁଆ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ । ବର୍ତମାନ ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ଏହା ଯୁଗାନ୍ତକାରୀ ପଦକ୍ଷେପ । ଏହି ଐତିହାସିକ ନିଷ୍ପତି ୨୦୧୪ ଠାରୁ ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ନିଆଯାଇଥିବା ସଂସ୍କାର ଦିଗରେ ଆଉ ଏକ ପଦକ୍ଷେପ । ଅଣସଂରକ୍ଷଣ କ୍ଷେତ୍ରରେ ସିଟକୁ ହ୍ରାସ କରାନଯାଇ ନିଆଯାଇଥିବା ଏହି ପଦକ୍ଷେପ ଦ୍ବାରା ପଛୁଆ ଏବଂ ଆର୍ଥିକ ଦୁର୍ବଳ ଶ୍ରେଣୀର ଓଡ଼ିଶା ସମେତ ଭାରତବର୍ଷର ୫ ହଜାର ୫୦୦ରୁ ଉର୍ଷ ଛାତ୍ରଛାତ୍ରୀମାନେ ଉପକୃତ ହେବେ । ପ୍ରଧାନମନ୍ତ୍ରୀଙ୍କ କହିବାନୁସାରେ ଏହି ପଦକ୍ଷେପ ଦେଶର ସାମାଜିକ ନ୍ୟାୟ ପ୍ରତିଷ୍ଠାରେ ଏହା ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget