loading...

ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା

ଭାରତ ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧୁକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ନୂଆ ଜାତୀୟ ଶିକ୍ଷା ନୀତି

ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା

ନୂଆଦିଲ୍ଲୀ/ ଭୁବନେଶ୍ବର, ଭାରତ ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧୁକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ନୂଆ ଜାତୀୟ ଶିକ୍ଷା ନୀତି (ଏନଇପି-୨୦ ୨୦) ଅନ୍ତର୍ଗତ । ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନଆରଏଫ) ଗଠନ କରିବା ସହ ଆଗାମୀ ୫ ବର୍ଷ ମଧ୍ୟରେ ୫୦ ହଜାର କୋଟିରୁ ଉର୍ଦ୍ଧ ଟଙ୍କା ଖର୍ଚ୍ଚ କରିବାର ଯୋଜନା ରଖିଛନ୍ତି ବୋଲି ଲୋକସଭାରେ ଏକ ପ୍ରଶ୍ନର ଉତରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧୁକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ସରକାର ଏକ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ ଗଠନ କରିବାକୁ ପ୍ରସ୍ତାବ ଦେଇଛନ୍ତି । ଏନଆରଏଫ ଏପରି ଏକ ଅଭିନବ ସଂରଚନା ପ୍ରସ୍ତୁତ କରିବ, ଯାହା ଗବେଷଣା ଏବଂ ବିକାଶ (ଆର ଆଣ୍ଡ ଡ଼ି), ଶିକ୍ଷାନୁଷ୍ଠାନ ଏବଂ ଶିଳ୍ପ ମଧ୍ୟରେ ଯୋଗସୂତ୍ର ରକ୍ଷା କରିବ । 

ଆଗାମୀ ୫ ବର୍ଷ ମଧ୍ୟରେ ରାଷ୍ଟ୍ରୀୟ ଅନୁସନ୍ଧାନ ଫାଉଣ୍ଡେସନ ବା ଏନଆରଏଫରେ ୫୦ ହଜାର କୋଟି ଟଙ୍କା ବ୍ୟୟର ପ୍ରସ୍ତାବ ହୋଇଛି । ଏନଆରଏଫର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଶିକ୍ଷାନୁଷ୍ଠାନ ବିଶେଷ ଭାବରେ ବିଶ୍ବବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଗବେଷଣାକୁ ପ୍ରୋତ୍ସାହନ ଦେବା ସହ ସାମଗ୍ରିକ ଗବେଷଣା ବ୍ୟବସ୍ଥାକୁ ଅଧିକ ସଦୃଢ଼ କରିବା । ଏନଆରଏଫ ପ୍ରାସଙ୍ଗିକ ମନ୍ତ୍ରଣାଳୟ, ବିଭାଗ ଏବଂ ସରକାରୀ ତଥା ଅଣସରକାରୀ ସଂସ୍ଥା । ବିଶେଷ ଭାବରେ ଉଦ୍ୟୋଗ ସହ ମିଳିତ ଭାବେ ଅଧୁକ ପ୍ରଭାବୀ, ବୃହତ ଆକାରର ଏକାଧୁକ  ଗବେଷକ, ଏକାଧୁକ ଅନୁଷ୍ଠାନ, ଅନ୍ତଃବିଷୟ ଗବେଷଣାକୁ ଅନୁଦାନ ଦେବା ସହ ସହଯୋଗ କରିବ । ଦୀର୍ଘ ୩୪ ବର୍ଷ ପରେ ୨୯ ଜୁଲାଇ ୨୦୨୦ରେ ଭାରତ ସରକାର ଜାତୀୟ ଶିକ୍ଷା ନୀତି, ୨୦୨୦ | ଘୋଷଣା କଲେ । ଶିକ୍ଷା କ୍ଷେତ୍ରରେ ଏକ ପରିବର୍ତନ ଆଣିବା ଏହାର ଲକ୍ଷ୍ୟ ଥିଲା । 

ଏହାର ପ୍ରମୁଖ ଉଦ୍ଦେଶ୍ୟ ଥିଲା ଶିକ୍ଷା କ୍ଷେତ୍ରରେ ଆଂଚଳିକ ଭାଷାକୁ ଅଗ୍ରାଧୁକାର ଦେଇ ଏହାର ବ୍ୟବହାର କରିବା । ଏହି ପରିପ୍ରେକ୍ଷୀରେ ଭାରତ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ମେଡ଼ିକାଲ ପ୍ରବେଶିକା ପାଇଁ ଅନୁଷ୍ଠିତ ନିଟ୍ ପରୀକ୍ଷା ୧୧ଟି ଭାଷାରେ ହେଉଥିବା ବେଳେ ଏବେ ଛାତ୍ରଛାତ୍ରୀମାନେ ୧୩ଟି ଭାଷାରେ ପରୀକ୍ଷା ଦେବେ । ପୂର୍ବରୁ ୩ଟି ଭାଷାରେ ଅନୁଷ୍ଠିତ ହେଉଥିବା ଜେଇଇ(ମେନ୍) ପରୀକ୍ଷା ବର୍ତ୍ତମାନ ୧୩ଟି ଭାଷାରେ କରାଯିବ । ଅନୁରୂପ ଭାବରେ ୨୦ ୨୧-୨୨ ଶିକ୍ଷା ବର୍ଷରେ ଏଆଇସିଟିଇ ସୀକୃତି ପ୍ରାପ୍ତ ଅନୁଷ୍ଠାନ ଗୁଡ଼ିକରେ ପରୀକ୍ଷାମୂଳକ ଭାବରେ ୮ଟି ଆଂଚଳିକ ଭାଷାରେ ବୈଷୟିକ ଶିକ୍ଷା ପ୍ରଦାନ କରାଯିବ । ସ୍ଵୟମ୍ ପ୍ଲାଟଫର୍ମ ମାଧ୍ୟମରେ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ ଆଂଚଳିକ ଭାଷାରେ ଅନୁବାଦିତ ବିଷୟବସ୍ତୁ ପ୍ରସ୍ତୁତ କରାଯିବ । ଏହା ବିଜ୍ଞାନ, ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତିବିଦ୍ୟା, ମାନବିକ ଓ ସମାଜିକ ବିଜ୍ଞାନ, ଆଇନ, ମ୍ୟାନେଜମେଟ୍ ଭଳି ବିଷୟରେ ଏହି ପ୍ଲାଟଫର୍ମ ଅନଲାଇନ ପାଠ୍ୟକ୍ରମ ପ୍ରଦାନ କରିଆସୁଛି । 

ସେହିପରି ଅଂଚଳିକ ଭାଷାରେ ଶିକ୍ଷାଦାନ କରିବା ପାଇଁ ଇଚ୍ଛୁକ ଥିବା ଶିକ୍ଷାନୁଷ୍ଠାନ ଗୁଡିକ ପାଇଁ ଏଆଇସିଟିଇ ହ୍ୟାଣ୍ଡବୁକ୍ ପ୍ରସ୍ତୁତ କରାଯାଇଛି । “ ଏଆଇସିଟିଇ ଟ୍ରାନୁଲେସନ ଅଟୋମେସନ ଆଟିଫିସେଲ । ଇଂଟେଲିଜେନ୍ସ ଟୁଲ ଗ୍ରାମାଂଚଳର ଛାତ୍ରଛାତ୍ରୀଙ୍କୁ ଇଂରାଜୀ ଭାଷାର ଅନଲାଇନ ପାଠ୍ୟକ୍ରମକୁ ସ୍ଥାନୀୟ । ଭାଷା ଯଥା ହିନ୍ଦୀ, ବଙ୍ଗାଳୀ, ମରାଠି, ତେଲୁଗୁ, ତାମିଲ, ଗୁଜୁରାଟୀ, କନ୍ନଡ଼, ମାଲାୟାଲାମ, ପଞ୍ଜାବୀ,  ଆସାମୀ, ଓଡ଼ିଆ ଭାଷାରେ ଅନୁବାଦ କରୁଛି । ହରିୟାଣା ସରକାର ଏବଂ ଏଆଇସିଟିଇ ମଧ୍ୟରେ ହିନ୍ଦୀରେ ୧ ହଜାର ପୁସ୍ତକ ପ୍ରକାଶ କରିବା ପାଇଁ ବୁଝାମଣା ପତ୍ର( ଏମଓୟୁ) ସ୍ୱାକ୍ଷରିତ ହୋଇଛି । ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଇଁ ଥିବା ଷ୍ଟ୍ରଫେଟ୍ ଇଣ୍ଡକ୍ସନ ପ୍ରୋଗ୍ରାମ( ଏସଆଇପି)କୁ ଅଂଚଳିକ ଭାଷାରେ ଉପଲବ୍ଧ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।


Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget