loading...

ସମ୍ ହସ୍ପିଟାଲରୁ ଆସିଛି ଭଲ ଖବର । ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଲେ ଶତାୟୁ ବୃଦ୍ଧ

ମହାମାରୀର ଦ୍ବିତୀୟ ଲହରୀର କଷ୍ଟ ଏବଂ ତୃତୀୟ ଲହରୀର ଆଶଙ୍କା ମଧ୍ୟରେ ସମ୍ କୋଭିଡ ହସ୍ପିଟାଲରୁ ଆସିଛି ଏକ ଖୁବ୍ ଭଲ ଖବର

ସମ୍ ହସ୍ପିଟାଲରୁ ଆସିଛି ଭଲ ଖବର । ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଲେ ଶତାୟୁ ବୃଦ୍ଧ

ଭୁବନେଶ୍ୱର,କରୋନା ମହାମାରୀର ଦ୍ବିତୀୟ ଲହରୀର କଷ୍ଟ ଏବଂ ତୃତୀୟ ଲହରୀର ଆଶଙ୍କା ମଧ୍ୟରେ ସମ୍ କୋଭିଡ ହସ୍ପିଟାଲରୁ ଆସିଛି ଏକ ଖୁବ୍ ଭଲ ଖବର । କୋଭିଡ ଅନେକ ଚିହ୍ନା ଓ ଅଚିହ୍ନା ମୁହଁ ଛଡାଇ ନେଉଥିବା ବେଳେ । ଅନେକ ଗୁରୁତର ହୋଇ ହସ୍ପିଟାଲ୍‌ରେ କଷ୍ଟ ଭୋଗୁଛନ୍ତି । ତେବେ ସମ୍ କୋଭିଡ ହସ୍ପିଟାଲରୁ ସୁଗ୍ଧ ହୋଇ ଘରକୁ ଫେରିଛନ୍ତି । କୋଭି ଆକ୍ରାନ୍ତ ହୋଇଥିବା ଜଣେ ଶତାୟୁ ବୃଦ୍ଧ ।

ଭୁବନେଶ୍ବର ସ୍ଥିତ ଝାରପଡା ଅଂଚଳର ୧୦୦ ବର୍ଷୀୟ ବୃନ୍ଦାବନ ସାମଲ ଗତ ୨୬ ତାରିଖରେ କରୋନା ସଂକ୍ରମିତ ହେବା ପରେ ସମ୍ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ଥିଲା ଏବଂ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇଥିଲା । କରୋନା ସଂକ୍ରମଣ ପରେ ସେ ନିମୋନିଆରେ ପିଡ଼ିତ ଥିବା ସହ ସେ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିଲେ । ଏଥି ସହିତ ତାଙ୍କର କିଡ୍‌ନି ଜନିତ ସମସ୍ୟା ମଧ୍ୟ ପୂର୍ବରୁ ରହିଥିଲା । ତେଣୁ ତାଙ୍କର ଚିକିତ୍ସା ଡାକ୍ତରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ଥିଲା । ମାତ୍ର ସମ୍ କୋଭିଡ ହସ୍ପିଟାଲର ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସାସ୍ଥ୍ୟକର୍ମୀ ମାନଙ୍କର ଉତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ଏହି ଶତାୟୁ ବୃଦ୍ଧ ଜଣକ ହସ୍ପିଟାଲ୍‌ରେ ବେଶ୍ କିଛି ଦିନ 
ଚିକିସ୍ଥିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

ବୃନ୍ଦାବନ ଘରକୁ ଫେରିବା ପରେ ତାଙ୍କ ପରିବାରରେ ଖୁସିର ଲହରୀ ଖେଳିଯାଇଛି । ସମ୍ କୋଭିତ୍ ହସ୍ପିଟାଲକୁ ଅନେକ ପ୍ରଶଂସା କରିଛନ୍ତି ତାଙ୍କ ପରିବାର । ହସ୍ପିଟାଲର ଡାକ୍ତର, ନର୍ସ ମାନଙ୍କର ଚିକିତ୍ସା ଓ ସେବାକୁ ହାର୍ଦ୍ଦିକ କୃତଜ୍ଞତା ଜଣାଇଛନ୍ତି ତାଙ୍କ ନାତି ଆଲୋକ ସାମଲ ବିଶେଷ ଭାବେ ନର୍ସମାନେ ନିଜ ହାତରେ ବୃଦ୍ଧଙ୍କୁ ଖାଦ୍ୟ ଖୁଆଇ ଦେବାକୁ ବେଶ ପ୍ରଶଂସା କରିଛନ୍ତି ତାଙ୍କ ନାତି । ସମ୍ କୋଭିଡ ହସ୍ପିଟାଲ୍ ଯୋଗୁ ହିଁ ତାଙ୍କ ଜେଜେ ଘରକୁ ଫେରିପାରିଲେ ବୋଲି ସେ କହିଛନ୍ତି । ପୂର୍ବରୁ କୋଭଡିର ପ୍ରଥମ ଏବଂ ଦ୍ବିତୀୟ ଲହରୀରେ ୯୦ ବର୍ଷରୁ ଉର୍ଦ୍ଧ ଅନେକ ବୟୋଜ୍ୟେଷ୍ଠ ପୁରୁଷ ଓ ମହିଳା ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିବାର ନଜିର ରହିଛି ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget