loading...

ମାଛଧରା ନିପିଦ୍ଧାଞ୍ଚଳ ସତର୍କ ସୂଚନା ପ୍ରଦାନ ପାଇଁ ଫିସର ଫ୍ରେଣ୍ଡ ମୋବାଇଲ୍ ଆପ୍ଲିକେସନ୍ ଲୋକାର୍ପଣ

ସାମୁଦ୍ରିକ କଇଁଛ ଅଲିଭ ରିଡ଼ଲେ ସଂରକ୍ଷଣ ମାଛଧରା ନିପିଦ୍ଧାଞ୍ଚଳ ସତର୍କ ସୂଚନା ପ୍ରଦାନ ପାଇଁ ଫିସର ଫ୍ରେଣ୍ଡ ମୋବାଇଲ୍ ଆପ୍ଲିକେସନ୍ ଲୋକାର୍ପଣ

ମାଛଧରା ନିପିଦ୍ଧାଞ୍ଚଳ ସତର୍କ ସୂଚନା ପ୍ରଦାନ ପାଇଁ ଫିସର ଫ୍ରେଣ୍ଡ ମୋବାଇଲ୍ ଆପ୍ଲିକେସନ୍ ଲୋକାର୍ପଣ

ଭୁବନେଶ୍ୱର, ସଭ୍ୟତାର ଦୁର୍ଲଭ ପ୍ରାଣୀଜାତିକୁ ବଞ୍ଚାଇ ରଖୁବା ଆମ ସମସ୍ତଙ୍କର ଦାୟିତ୍ର ହେବା ଉଚିତ । ଜଣଙ୍କର ଜୀବିକାର୍ଜନ ପାଇଁ ଅନ୍ୟ ପ୍ରାଣୀଙ୍କୁ ବିପଦରେ ପକାଇବା ଉଚିତ ନୁହେଁ । ଆଜି କୃପି ଭବନସ୍ଥିତ ପ୍ରେକ୍ଷାଳୟରେ ‘ଫିସର ଫ୍ରେଣ୍ଡ ମୋବାଇଲ୍ ଆପ୍ଲିକେସନ୍ (ଏଫ୍ଏଫ୍ଏମ୍ଏ)କୁ ଲୋକାର୍ପଣ କରି କୃପି ଓ କୃପକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ପ୍ରକାଶ କରିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ୫- ‘ଟି' ମନ୍ତ୍ର ଅଧୀନରେ ଟେକ୍ନୋଲୋଜିର ବ୍ୟବହାରକୁ ଅତ୍ୟନ୍ତ ଗୁରୁତ୍ବ ଆରୋପ କରାଯାଇଛି । ଆଧୁନିକ ଟେକ୍ନୋଲୋଜି ବ୍ୟବହାର କରି ସାଧାରଣ ଜନତାଙ୍କୁ ରାଜ୍ୟ ସରକାର ଅନେକ ସେବା ଯୋଗାଇ ଆସୁଛନ୍ତି । 

ଆଜି ଶୁଭାରମ୍ଭ ହେଉଥିବା ମୋବାଇଲ୍ ଆପ୍ ରାଜ୍ୟ ସରକାରଙ୍କର ଜନମୁଖୀ ଯୋଜନାରେ ଯୋଡ଼ିଛି ଆଉ ଏକ ଫର୍ଦ୍ଦ । ଏହି ଅବସରରେ ମନ୍ତ୍ରୀ ଡ. ସାହୁ ବିରଳ ଅଲିଭ ରିଡ଼ଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ମନ୍ତ୍ରୀ ଡ. ସାହୁ ସୂଚନା ଦେଇଥିଲେ ଯେ ଏହି ମୋବାଇଲ୍ ଆପ୍ଲିକେସନ୍ ନିମନ୍ତେ ଇଣ୍ଟରନେ ଆବଶ୍ୟକତା ପଡ଼ିବ ନାହିଁ ଏବଂ ସମୁଦ୍ର ମଧ୍ୟରେ ଅଫ – ଲାଇରେ ଏହା କାର୍ଯ୍ୟ କରିବ । ଏହା ଦ୍ଵାରା କଇଁଛମାନଙ୍କ ମିଳନ ଓ ଅଣ୍ଡାଦାନ ପ୍ରକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାଛଧରା ନିଷିଦ୍ଧାଞ୍ଚଳଠାରୁ ଦୂରେଇ ରହିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ଏହି ଆପ୍ରରୁ ସତର୍କ ସୂଚନା ମିଳିପାରିବ । ଫଳରେ ଅଜାଣତରେ ନିଷିଦ୍ଧାଳରେ ପ୍ରବେଶ କରି ଦଣ୍ଡବିଧାନଜନିତ ଅପ୍ରିତିକର ପରିସ୍ଥିତିରୁ ମତ୍ସ୍ୟଜୀବୀ ବଞ୍ଚି ପାରିବେ । 

ପ୍ରକୃତିପ୍ରେମୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଓ ଦୃଢ଼ ନେତୃତ୍ବ ଯୋଗୁଁ ମତ୍ସ୍ୟସଂପଦ ବିକାଶ କ୍ଷେତ୍ରରେ ଓଡ଼ିଶା । ଏକ ନୂତନ ଶିଖରରେ ପହଞ୍ଚି ପାରିବା ସହ ମାଛ ଉତ୍ପାଦନ କ୍ଷେତ୍ରରେ ସର୍ବଭାରତୀୟ ସ୍ତରରେ ଓଡ଼ିଶା ଆଜି ଚତୁର୍ଥ । ସ୍ଥାନରେ ପହଞ୍ଚି ପାରିଛି ବୋଲି ମନ୍ତ୍ରୀ ଡ. ସାହୁ ପ୍ରକାଶ କରିଥିଲେ । ଏମ୍ଏସ୍ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନ୍ ସହଯୋଗରେ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ଉନ୍ନତ ପ୍ରଯୁକ୍ତି ବିଦ୍ୟାଯୁକ୍ତ ଏହି ‘ଫିସର ଫ୍ରେଣ୍ଡ ମୋବାଇଲ୍ ଆପ୍ଲିକେସନ୍' ଓଡ଼ିଶା ଉପକୂଳରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ମିଳନ ଓ ଅଣ୍ଡାଦାନ ପ୍ରକ୍ରିୟାକୁ ସୁରକ୍ଷିତ ରଖୁବା ନିମନ୍ତେ ଉଦ୍ଦିଷ୍ଟ ମାଛଧରା ନିଷିଦ୍ଧାଞ୍ଚଳ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ପ୍ରବେଶଜନିତ ସତର୍କ ସୂଚନା ପ୍ରଦାନ କରିବା ସହିତ ଏହି ମୋବାଇଲ୍ ଆପ୍ ପାଣିପାଗ ସଂପର୍କିତ ଆଗୁଆ ସୂଚନା, ସମ୍ଭାବ୍ୟ ମାଛ ମିଳିବା ସ୍ଥାନ, ସାମୁଦ୍ରିକ ସ୍ଥିତିର ପୂର୍ବାନୁମାନ, ଅନ୍ତର୍ଜାତୀୟ ସାମୁଦ୍ରିକ ସୀମାରେଖା ସତର୍କତା ଓ ଅନ୍ୟ ବିପର୍ଯ୍ୟୟ ସୂଚନା ଆଦି ପ୍ରଦାନ କରୁଥିବାରୁ ମନ୍ତ୍ରୀ ଡ. ସାହୁ ଏହାକୁ ନାଭିଗେଟର ସହ ତୁଳନା କରିଛନ୍ତି । ଏହି ଆପ୍ ଦ୍ଵାରା ସଂପୃକ୍ତ ୧.୫୦ ଲକ୍ଷ ସକ୍ରିୟ ସାମୁଦ୍ରିକ ମତ୍ସ୍ୟଜୀବୀ ଉପକୃତ ହେବେ । ମତ୍ସ୍ୟଜୀବୀମାନଙ୍କ ବ୍ୟତୀତ ସଂପୃକ୍ତ ବନବିଭାଗ କର୍ମଚାରୀମାନେ ମଧ୍ୟ ଏହି ଆପ୍‌କୁ ବ୍ୟବହାର କରିବା । ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପ୍ରକାଶ ଥାଉ କି, ପ୍ରତିବର୍ଷ ଏହି ବିରଳ ଅଲିଭ ରିଲେ ସାମୁଦ୍ରିକ କଇଁଛି ହଜାର ହଜାର ମାଇଲ୍ ଦୂରରୁ ଧାମରା, ଦେବୀନଦୀ, ଋଷିକୂଲ୍ୟା ନଦୀମୁହାଣ ଏବଂ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳକୁ ଆସି ସାମୂହିକ ଅଣ୍ଡାଦାନ ନିମନ୍ତେ ଏକତ୍ର ହୋଇଥାନ୍ତି । ଏହି ଲୋକାର୍ପଣ ଉତ୍ସବକୁ ସମ୍ବୋଧିତ କରି ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଆର୍. ରଘୁପ୍ରସାଦ ସାମୁଦ୍ରିକ ମାଛ ଉତ୍ପାଦନ କ୍ଷେତ୍ରରେ ଆମ ରାଜ୍ୟ ଉଲ୍ଲେଖନୀୟ ଅଗ୍ରଗତି କରିବା ସହିତ ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ଏହା ୧.୭୨ ଲକ୍ଷ ମେଟ୍ରିକ୍ ଟନ୍ ପହଞ୍ଚିବା ସହ ଅନ୍ତରାଷ୍ଟ୍ରୀୟ ବଜାରକୁ ଗତ ୨୦ ବର୍ଷରେ ରାଜ୍ୟର ସାମୁଦ୍ରିକ ଖାଦ୍ୟ ରପ୍ତାନୀ ୯ ଗୁଣ ବୃଦ୍ଧି ପାଇଥିବା ପ୍ରକାଶ କରିଥିଲେ । 

ଅନ୍ୟତମ ଅତିଥି ଭାବେ ଯୋଗଦେଇ ଓଡ଼ିଶା ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ଶ୍ରୀ ଶଶି ପାଲ୍ ପ୍ରତିବର୍ଷ ପ୍ରାୟ ୮ରୁ ୧୦ ଲକ୍ଷ ଏହି ବିରଳ ପ୍ରଜାତିର କଇଁଛି ଆମ ରାଜ୍ୟକୁ ଅଣ୍ଡାଦାନ ନିମନ୍ତେ ଆସୁଥୁବାବେଳେ ଏମାନଙ୍କ ପ୍ରତି ହୋଇଥିବା ଆମର ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଜାତୀୟ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇଥିବା ଦର୍ଶାଇଥିଲେ । ଏହି ଲୋକାର୍ପଣ ଉତ୍ସବରେ ସ୍ଵାଗତ ଭାପଣ ଦେଇ ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ପ୍ରତ୍ୟକ୍ଷ ତଥା ପରୋକ୍ଷ ଭାବେ ପ୍ରାୟ ୧୦ ଲକ୍ଷ ଲୋକ ଜଡ଼ିତ ଥିବା କଥା କହିଥିଲେ ଆଗାମୀ ଦିନରେ ଏହି ମୋବାଇଲ୍ ଆପ୍ଲିକେସରେ ଆହୁରି ବୈଶିଷ୍ଟ୍ୟ ଯୋଗହେବ ବୋଲି ସେ କହିଥୁଲେ । 

ରାଜ୍ୟର ବିଭିନ୍ନ ୧୧ଟି ସ୍ଥାନରୁ ମତ୍ସ୍ୟଜୀବୀ ଓ ମତ୍ସ୍ୟ ବିଭାଗର ଅଧୁକାରୀମାନେ ଭିଡ଼ିଓ କନ୍‌ଫରେନ୍ସି ମାଧ୍ୟମରେ ଏହି ଲୋକାର୍ପଣ ଉତ୍ସବରେ ଯୋଗଦେଇଥିଲେ । ଏହି ମୋବାଇଲ୍ ଆପ୍ଲିକେସନ୍ ବ୍ୟବହାର ପ୍ରଣାଳୀ ଉପରେ ଏକ କଥାଚିତ୍ର ପ୍ରଦର୍ଶିତ ହୋଇଥିବାବେଳେ ମତ୍ସ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଦେବାନନ୍ଦ ଭଞ୍ଜ ଧନ୍ୟବାଦ ଅର୍ପଣ କରିଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget