ଭୁବନେଶ୍ୱର, ଶିକ୍ଷା ଓ ଅନୁସନ୍ଧାନ (ସୋଆର ୧୩ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି । ଆମେରିକାର ପ୍ରତିଷ୍ଠିତ ଷ୍ଟାଫୋର୍ଡ ବିଶ୍ବବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏହି ବୈଜ୍ଞାନିକମାନଙ୍କ ତାଲିକାରେ ସୋଆର ଏହି ୧୩ ଗବେଷକ ଅଛନ୍ତି । ୨୦୨୦ରେ ଷ୍ଟାନଫୋର୍ଡ ଦ୍ବାରା ପ୍ରସ୍ତୁତ ଏହି ସମ୍ମାନଜନକ ତାଲିକାରେ ସୋଆର ୧୧ ଜଣ ଗବେଷକ ସ୍ଥାନ ପାଇଥିବାବେଳେ ସେମାନଙ୍କ ମଧ୍ୟରୁ ୯ ଜଣ ଗବେଷକ ପୁଣି ଚଳିତବର୍ଷ ଏହି ତାଲିକାରେ ନିଜ ସ୍ଥାନ ବଜାୟ ରଖିପାରିଛନ୍ତି । ସେମାନଙ୍କ ସହିତ ୨୦ ୨୧ ତାଲିକାରେ ସୋଆର ଅନ୍ୟ ୪ ଜଣ ଗବେଷକ ଡଃ ମନୋହର ମିଶ୍ର, ଡଃ ରାଜଶ୍ରୀ ଦାଶ, ଡଃ ଅକ୍ଷୟ କୁମାର ପାତ୍ର ଏବଂ ଡଃ ସୁଲଗ୍ନା ପଟ୍ଟନାୟକ ପ୍ରଥମ ଥର ପାଇଁ ସ୍ଥାନୀତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି ।
ଡଃ ମିଶ୍ର ଏବଂ ଡଃ ଦାଶ ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ତିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ରେ ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ବେଳେ ଡଃ ପାତ୍ର ସେହି ଅନୁଷ୍ଠାନରେ ଆସିଷ୍ଟାଟ ପ୍ରଫେସର ଭାବେ କାର୍ଯ୍ୟ କରନ୍ତି । ସେହିପରି ଡଃ ପଟ୍ଟନାୟକ ଆଇଟିଇଆର ପୂର୍ବତନ ରିସର୍ଚ୍ଚ ସ୍କଲାର । ପୁନର୍ବାର ଏହି ତାଲିକାରେ ସ୍ଥାନ ପାଇଥିବା ସୋଆର ଗବେଷକମାନେ ହେଲେ ବିଶିଷ୍ଟ ନ୍ୟୁରୋସର୍ଜନ୍ ତଥା ବର୍ତ୍ତମାନ ସୋଆ କୁଳପତି ଭାବେ କାର୍ଯ୍ୟରତ ପ୍ରଫେସର ଡଃ) ଅଶୋକ କୁମାର ମହାପାତ୍ର, ପ୍ରଫେସର ଡଃ ପ୍ରଦୀପ୍ତ କିଶୋର । ଦାଶ, ପ୍ରଫେସର କୁଳମଣି ପରିଡ଼ା, ପ୍ରଫେସର ଲାଲା ବିହାରୀ ଶୁ, ପ୍ରଫେସର ଆର.ଏନ୍.ପି. ଚୌଧୁରୀ, ପ୍ରଫେସର ଗୌତମ ରଥ, ପ୍ରଫେସର ନିହାରବାଳା ଦେବୀ, ଡଃ ମନୋଜ କୁମାର ନାୟକ ଏବଂ ଡଃ ସତ୍ୟ ରଞ୍ଜନ ମିଶ୍ର । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ) ମନୋଜରଞ୍ଜନ ନାୟକ ଗୁରୁବାର ବିଶ୍ବବିଦ୍ୟାଳୟ କାର୍ଯ୍ୟାଳୟରେ ଏହି ଗବେଷକମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ସଫଳତା ନିମନ୍ତେ ଅଭିନନ୍ଦନ ଜଣାଇଛନ୍ତି ।
ବିଶ୍ଵବିଦ୍ୟାଳୟ ଆପଣମାନଙ୍କ ପାଇଁ ଗର୍ବିତ ବୋଲି ପ୍ରଫେସର ନାୟକ କହିଛନ୍ତି । ଏହି ଅବସରରେ ସୋଆ କୁଳପତି ପ୍ରଫେସର ମହାପାତ୍ର ଗବେଷକମାନେ ମିଳିତ ଭାବେ ଗବେଷଣା କରିବା ସହ ସମାଜର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗବେଷଣା କରିବା ଉଚିତ୍ ବୋଲି କହିଥିଲେ । କେବଳ ସମାନ ଓ ପ୍ରତିଷ୍ଠା ପାଇବା ନିମନ୍ତେ ଗବେଷଣା କଲେ ତାହା ସାଧାରଣ ଲୋକଙ୍କ ହିତରେ ଆସିବ ନାହିଁ ତେଣୁ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି । ଗବେଷଣା କରିବା ଆବଶ୍ୟକ ବୋଲି ସେ କହିଥିଲେ। ଉଚ୍ଚ ଶିକ୍ଷା କ୍ଷେତ୍ରରେ ମାଇଲଖୁଟ ହୋଇଥିବା ସୋଆ ଚଳିତବର୍ଷ ନ୍ୟାସନାଲ ଇନଷ୍ଟିଚ୍ୟାସନାଲ ବ୍ୟାଙ୍କିଙ୍ଗ ଫୁମର୍କ (ଏଆଇଆରଏଫ) ପ୍ରସୂତ ବିଶ୍ବବିଦ୍ୟାଳୟ ତାଲିକାରେ ଦେଶରେ ୨୦ତମ ସ୍ଥାନ ହାସଲ କରିଛି । ଶିକ୍ଷାର ଗୁଣାବତା ଏବଂ ଅଭିନବ ଗବେଷଣା ସୋଆର ମୂଳମନ୍ତ୍ର। ଗବେଷଣା ଉପରେ ଅଧିକ ମନୋନିବେଶ କରୁଥିବା ସୋଆର ଗବେଷଣା କାର୍ଯ୍ୟ ଜାତୀୟ ସ୍ତରରେ ଗୁରୁତ୍ବଲାଭ କରିଥିବା କ୍ଷେତ୍ରକୁ ଅଗ୍ରାଧିକାର ଦେଇଥାଏ।
ସୋଆ ଅଧିନରେ ୧୬ଟି ଗବେଷଣା କେନ୍ଦ୍ର ଏବଂ ୫୮ଟି ଗବେଷଣା ଲାବ୍ ରହିଛି । ବିଶ୍ଵବିଦ୍ୟାଳୟରେ ଗବେଷକମାନଙ୍କୁ ଗବେଷଣା କରିବା ନିମନ୍ତେ ଉନ୍ନତମାନର ସୁବିଧାସୁଯୋଗ ପ୍ରଦାନ କରାଯାଇଥାଏ। ପ୍ରଫେସର ମହାପାତ୍ର ଆନ୍ତର୍ଜାତିକ କ୍ଷେତ୍ରରେ ଜଣେ ଖ୍ୟାତନାମା ସ୍ନାୟୁଶଲ୍ୟ ବିଶେଷ ହୋଇଥିବାବେଳେ ଏବେ ସୋଆର କୁଳପତି ଅଛନ୍ତି। ପ୍ରଫେସର ଦାଶ ଶକ୍ତି କ୍ଷେତ୍ରରେ ଜଣେ ବିଶିଷ୍ଟ ଗବେଷକ ହୋଇଥିବା ବେଳେ ପ୍ରଫେସର ପରିଡା ଓ ପ୍ରଫେସର ଶୁକ୍ରା ଯଥାକ୍ରମେ ଫିଜିକାଲ୍ କେମିଷ୍ଟ୍ରି ଏବଂ ମାଇନିଂ ଆଣ୍ଡ ମେଟାଲର୍ଜି ଗବେଷଣା କ୍ଷେତ୍ରରେ ବେଶ୍ ପ୍ରତିଷ୍ଠିତ ପ୍ରଫେସର ଚୌଧୁରୀ ଆପ୍ଲା ଏଡ୍ ଫିଜିକ୍ସ କ୍ଷେତ୍ରରେ ଗବେଷକ ହୋଇଥିବା ବେଳେ ଡ ଦେବୀ ବର୍ତମାନ ମାଇନିଂ ଆଣ୍ଡ ମେଟାଲର୍ଜି କ୍ଷେତ୍ରରେ ଗବେଷଣାରତା
ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ, ବେଙ୍ଗାଲୁରୁର ପୂର୍ବତନ ଛାତ୍ର ପ୍ରଫେସର ଦାଶ ହେଉଛନ୍ତି ସୋଆର ପ୍ରଥମ କୁଳପତି ବର୍ତମାନ ସେ ସୋଆର ଏମିରିଟସ ପ୍ରଫେସର ଏବଂ ମଲି ଡିସିପ୍ଲିନାରୀ ରିସର୍ଚ୍ଚ ସେର ମୁଖ୍ୟ ଭାବେ କାର୍ଯ୍ୟରତ। ତାଙ୍କର ରିନିଏବଲ ଏନର୍ଜି, ସିଗନାଲ୍ ପ୍ରୋସେସିଂ, ପାର ସିଷ୍ଟମ , ଡାଟା ମାଇ, ଆର୍ଟିଫିସିଆଲ୍ ଆଣ୍ଡ କମ୍ୟୁନାଲ ଇଂଟେଲିଜେନ୍ସ, ଡିବୁଟେଜ୍ ଜେନେରେସନ୍ ଏବଂ ମାଇକ୍ରୋ ଆଣ୍ଡ ସ୍କୁଲ୍ ଗ୍ରତ କ୍ଷେତ୍ରରେ ପାରଦର୍ଶିତା ରହିଛି । ପ୍ରଫେସର ପରିଡା ରସାୟନ ବିଜ୍ଞାନ ବିଭାଗର ପ୍ରଫେସର ଏବଂ ସୋଆର ସଂଟର ଫର ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ସିଏଆଇଆର- ଇଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ ଆଣ୍ଡ ମାଟେରିଆଲ୍ ଟେକ୍ନୋଲଜି ଏ ସିଏଆଇଆର- ଆଇଏଏଟି), ଭୁବନେଶ୍ଵରରେ ଦକ୍ଷତାର ସହ କାର୍ଯ୍ୟ କରିବା ସହ ମୁଖ୍ୟ ବୈଜ୍ଞାନିକ ଭାବେ । ସେଠାରୁ ଅବସର ଗ୍ରହଣ କରିଛନ୍ତି।
Post a Comment