loading...

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ । ସମ୍ପୂର୍ଣ୍ଣ କୋଭିଡ୍ କଟକଣା ମଧ୍ୟରେ ଗୃହ ଚାଲିବାକୁ ନିଷ୍ପତ୍ତି

ଆଜି ମାନ୍ୟବର ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ । ସମ୍ପୂର୍ଣ୍ଣ କୋଭିଡ୍ କଟକଣା ମଧ୍ୟରେ ଗୃହ ଚାଲିବାକୁ ନିଷ୍ପତ୍ତି

ଭୁବନେଶ୍ୱର, ଆଜି ମାନ୍ୟବର ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉକ୍ତ ବୈଠକରେ ଗୃହ ସୁରୁଖୁରୁରେ ଚାଲିବା ପାଇଁ ବାଚସ୍ପତି ଡ଼ଃ ପାତ୍ର ସମସ୍ତ ଦଳଙ୍କୁ ଅନୁରୋଧ କରିଥିଲେ । ଡିସେମ୍ୱର ୧ ତାରିଖ ଦିନ ଗୃହର ପ୍ରାରମ୍ଭିକ ଅଧିବେଶନ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ ଏବଂ ଅନ୍ୟ ଦିନରେ ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ମିନିଟ୍ ଏବଂ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଗୃହର ପ୍ରାରମ୍ଭିକ ଦିବସରେ ଦିବଙ୍ଗତ ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହେବ ଏବଂ ତାଙ୍କର ସମ୍ମାନାର୍ଥେ ଗୃହ ସେହି ଦିନ ପାଇଁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୁଲତବୀ ରହିବ । ସେହିଦିନ ଅପରାହ୍ନ ୫ଟା ସମୟରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ ହେବ । 

ଗୃହରେ ନିୟମିତ ଭାବେ ଉଭୟ ତାରକା ଏବଂ ଅଣତାରକା ଚିହ୍ନିତ ପ୍ରଶ୍ନମାନଙ୍କର ଉତ୍ତର ରଖାଯିବ । ଠିକ୍ ସେହିଭଳି ଗୃହରେ ମୁଲତବୀ ପ୍ରସ୍ତାବ ମଧ୍ୟ ବିରୋଧୀଦଳ ତରଫରୁ ଆଗତ କରାଯାଇପାରିବ । ସମ୍ପର୍ଣ୍ଣ କୋଭିଡ୍ କଟକଣା ମଧ୍ୟରେ ଗୃହ କାର୍ଯ୍ୟ ଚାଲିବ ଏବଂ ପୂର୍ବ ଥର ଭଳି ବିଧାୟକମାନଙ୍କ ପାଇଁ ଆସନ ବ୍ୟବସ୍ଥା ଗ୍ରହଣ କରାଯିବ । ପ୍ରତ୍ୟହ ବିଧାନସଭାକୁ ଭୁବନେଶ୍ୱର ମହାନଗର ନିଗମ ତରଫରୁ ବିଶୋଧନ କରାଯିବ । ଗଣମାଧ୍ୟମ ପ୍ରତିନିଧିମାନେ ବିଧାନସଭା କାର୍ଯ୍ୟକ୍ରମକୁ ବିଧାନସଭା ସମ୍ମିଳନୀ କକ୍ଷରେ ଉପସ୍ଥିତ ରହି ପ୍ରସାରଣ ବ୍ୟବସ୍ଥା କରିପାରିବେ । ଓକାକ୍, ଭୁବନେଶ୍ୱର, ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ, ବିରୋଧୀ ଦଳ ନେତା ଏବଂ ବିଧାୟକଙ୍କ ଆବାସିକ କାର୍ଯ୍ୟାଳୟ ଏବଂ ଜିଲ୍ଲାପାଳମାନଙ୍କ ଭିଡିଓ ସମ୍ମିଳନୀ କକ୍ଷରେ ଉପସ୍ଥିତ ହୋଇ ସଭ୍ୟମାନେ ଗୃହର କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିପାରିବେ। 

ସମସ୍ତ ମାନ୍ୟବର ବିଧାନସଭା ସଦସ୍ୟ, ସେମାନଙ୍କର ଡ୍ରାଇଭର ଏବଂ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ,ପ୍ରାଧିକୃତ ଗଣମାଧ୍ୟମ ପ୍ରତିନିଧି, ବିଧାନସଭା ସଚ୍ଚିବାଳୟର ସମସ୍ତ ଅଧିକାରୀ ଏବଂ ଷ୍ଟାଫଙ୍କୁ କରୋନା ପ୍ରତିରୋଧକାରୀ କିଟ୍ ପ୍ରଦାନ କରାଯିବ । ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଭାରତୀୟ ଜନତା ଦଳ ଉପନେତା ବିଷ୍ଣୁ ସେଠୀ, ଭାରତୀୟ ଜାତୀୟ କଂଗ୍ରେସ ଦଳ ନେତା ନରସିଂହ ମିଶ୍ର, ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget