loading...

ପିସିସି ପକ୍ଷରୁ ଡ. ବି.ଆର ଆମ୍ବେଦକରଙ୍କ ଶ୍ରାଦ୍ଧଦିବସ ପାଳିତ

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସମ୍ବିଧାନ ପ୍ରଣେତା ଭାରତର ଡ. ବି.ଆର ଆମ୍ବେଦକରଙ୍କର ଶ୍ରାଦ୍ଧଦିବସ ଆଜି ପ୍ରଦେଶ କଂଗ୍ରେସ

ପିସିସି ପକ୍ଷରୁ ଡ. ବି.ଆର ଆମ୍ବେଦକରଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର,ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସମ୍ବିଧାନ ପ୍ରଣେତା ଭାରତର ଡ. ବି.ଆର ଆମ୍ବେଦକରଙ୍କର ଶ୍ରାଦ୍ଧଦିବସ ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧକ୍ଷତାରେ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଭୁବନେଶ୍ବର ଏଜି ଛକ ଠାରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଡ. ଆମ୍ବେଦକରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । 

ପରେ ପିସିସି କାର୍ଯ୍ୟାଳୟ ଠାରେ ନେତୃବୃନ୍ଦ ଆମ୍ବେଦଙ୍କର ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଶରତ ପଟ୍ଟନାୟକ, ଜୟଦେବ ଜେନା, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଚିନ୍ମୟ ସୁନ୍ଦର ଦାସ, ପତ୍ନାକର ଗୁରୁ, ବିସ୍ମୟ ମହାପାତ୍ର, ହଳଧର ସେଠୀ, ଜ୍ୟୋତିଷ ସାହୁ, ଦୀପକ କୁମାର ମହାପାତ୍ର, ମିହିର ଆଚାର୍ଯ୍ୟ, ଦେବେନ୍ଦ୍ର ପ୍ରସାଦ ଦାସ, ସଂକୁନା କହଁର, ଅଜୟ ସାହୁ, ଖଗେଶ୍ଵର ମଲ୍ଲିକ ପ୍ରମୁଖ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget