ଭୁବନେଶ୍ୱର, ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧୁମାନଙ୍କୁ ସୂଚନା ଦେଇ ସ୍ଵତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା କହିଲେ ଯେ, ବିଗତ ୬ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସାମାନ୍ୟ ଉତ୍ତର ଦିଗକୁ ଘଣ୍ଟା ପ୍ରତି ୬ କିମି ବେଗରେ ଗତି କରି ଏକ ସାମୁଦ୍ରିକ ଝଡ଼ ବା ବାତ୍ୟା ‘ଜୱାଦ୍’ରେ ପରିଣତ ହୋଇଛି । ଏହା ଆଜି ଡିସେମ୍ବର ୪ ତାରିଖ ସକାଳ ୮.୩୦ ସମୟରେ ଅକ୍ଷାଂଶ ୧୬.୪° ଉତ୍ତର ଏବଂ ଦ୍ରାଘିମା ୮୪.୮° ପୂର୍ବ, ଯାହା ପାଖାପାଖୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ଏହା ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟନମ୍ଭରୁ ୨୧୦ କିମି, ଗୋପାଳପୁରଠାରୁ ଦକ୍ଷିଣ ଦିଗରେ ୩୨୦ କିମି, ପୁରୀଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୩୯୦ କିମି ଏବଂ ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୭୦ କିମି ଦୂରରେ ରହିଛି ।
ଏହା କ୍ରମଶଃ ଦୁର୍ବଳ ହୋଇ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପ୍ରାୟ ଉତ୍ତର ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଓଡ଼ିଶା ଉପକୂଳରେ ଡିସେମ୍ବର ୫ ତାରିଖ ମଧ୍ୟାହ୍ନରେ ପୁରୀ ନିକଟରେ ପହଞ୍ଚିବ । ପରବର୍ତ୍ତୀ ସମୟରେ ଏହା ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ଏବଂ ଉତ୍ତର-ଉତ୍ତରପୂର୍ବ ଦିଗକୁ ଓଡ଼ିଶା ଉପକୂଳ ଦେଇ ପଶ୍ଚିମ ବଙ୍ଗୋପସାଗର ଉପକୂଳ ଆଡ଼କୁ ଗତି କରିପାରେ । ଅନୁମାନ କରାଯାଉଛି ଯେ ବାତ୍ୟା ‘ଜଔଦ୍’ର ତୀବ୍ରତା ହ୍ରାସ ପାଇବାରେ ଲାଗିଛି । ଆସନ୍ତାକାଲି ମଧାହ୍ନରେ ଏହା ପୁରୀ ଉପକୂଳ ଦେଇ ହୁଏତ ସ୍ଥଳଭାଗରେ ପ୍ରବେଶ କରିବାର ସମ୍ଭାବନା ରହିଛି ଓ ପରବର୍ତ୍ତୀ ସମୟରେ ଏହା ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ମୁହାଁଇପାରେ । ଆକଳନ କରାଯାଉଛି ଯେ ପୁରୀ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୬୦-୭୦ କିମି ରହିବ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ । ଗଞ୍ଜାମ, ପୁରୀ, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ସେହିପରି କଟକ ଏବଂ ଭୁବନେଶ୍ବରରେ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ବାତ୍ୟାରେ ଅତ୍ୟକ ଭିତ୍ତିଭୂମି ନଷ୍ଟ ହେବାର ସମ୍ଭାବନା ନାହିଁ । କିନ୍ତୁ ଉପକୂଳବର୍ତ୍ତୀ ଅଞ୍ଚଳରେ ଚାଷ ପ୍ରଭାବିତ । ହୋଇପାରେ । ଧାନ ଏବଂ ପନିପରିବା ଚାଷରେ ଅଧୁକ କ୍ଷତି ହୋଇପାରେ । ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ଓଡ଼ିଶା ଉପକୂଳ ଅତିକ୍ରମ କରି ମଧ୍ୟରାତ୍ର ପୂର୍ବରୁ ଓଡ଼ିଶାରୁ ଏହା ହଟି ଯାଇଥିବ ବୋଲି ସ୍ଵତନ୍ତ୍ର । ରିଲିଫ୍ କମିଶନର ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ ଗଣମାଧ୍ୟମ, ସୋସିଆଲ୍ ମିଡିଆ ଏବଂ ୱେବ୍ ମିଡ଼ିଆରେ ୬ଟି ବାତ୍ୟ ପ୍ରଭାବିତ ଜିଲ୍ଲାରେ ଜୁଆରର ପ୍ରଭାବ ଅଧୁକ ରହିବ ବୋଲି ସମ୍ବାଦ ପ୍ରସାରଣ ହେଉଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ଯେ ଜନସାଧାରଣ ଆତଙ୍କିତ ହେବାର ଆବଶ୍ୟକତା ନାହିଁ । ଅମାବାସ୍ୟା ଏବଂ ପ୍ରତିପଦା ରହୁଥିବା ହେତୁ ଜୁଆରର ଉଚ୍ଚତା ଦେଢ଼ ମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି । ଜିଲ୍ଲା ପ୍ରଶାସନ ଆବଶ୍ୟକ ସ୍ଥଳେ ଉଦ୍ଧାର କାର୍ଯ୍ୟ କରିବେ । ଗର୍ଭବତୀ ମହିଳାଙ୍କ ପ୍ରତି ବିଶେଷ ଧାନ ଦିଆଯାଇଛି । ବାତ୍ୟା ଦ୍ଵାରା ପ୍ରଭାବିତ ହେବାକୁ ଥିବା ଉପକୂଳବର୍ତ୍ତୀ ଜିଲ୍ଲାର ଗର୍ଭବତୀ ମହିଳାମାନଙ୍କୁ ସୁରକ୍ଷିତ ଭାବେ ଡାକ୍ତରଖାନାକୁ ସ୍ଥାନାନ୍ତରଣ କରାଯାଇଛି ।
୩୦୦ରୁ ଊଦ୍ଧ ଗର୍ଭବତୀ ମହିଳାମାନଙ୍କୁ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ଥାନାନ୍ତରଣ କରାଯାଇ ସାରିଛି । ଏଡିଆରଏଫ୍, ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲାସ୍ତରରେ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ବୁଝାଯାଇ ନିକଟସ୍ଥ ଆଶ୍ରୟସ୍ଥଳୀକୁ ନିଆଯାଉଛି । ଏହି ପରିସ୍ଥିତିରେ ବିଦ୍ୟୁତ ସରବରାହ ମଧ୍ୟ ବାଧାପ୍ରାପ୍ତ ହୋଇପାରେ । ବାତ୍ୟା ସମୟରେ ଘରୁ ନବାହାରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି । ବାତ୍ୟା ଆଶ୍ରୟସ୍ଥଳୀ, ନିକଟସ୍ଥ ସ୍କୁଲ କିମ୍ବା ଅଙ୍ଗନବାଡ଼ି କେନ୍ଦ୍ରରେ ଆଶ୍ରୟ ନେବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ସରକାରଙ୍କ ପକ୍ଷରୁ କୌଣସି ପରିସ୍ଥିତିରେ କଚ୍ଚା ଘରେ ନରହିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଇଛି ।
Post a Comment