loading...

ସମ୍ ଅଲ୍ଟିମେଟ୍ ମେଡିକେୟାରରେ ହୃଦ ସମସ୍ୟାରେ ପୀଡ଼ିତ ଥିବା ଶିଶୁ ପୁତ୍ରର ସଫଳ ଅସ୍ତ୍ରୋପଚାର

ସମ୍ ଅଲ୍ଟିମେଟ୍ ମେଡିକେୟାରରେ ହୃଦ ସମସ୍ୟାରେ ପୀଡ଼ିତ ଥିବା ୫ ମାସର ଶିଶୁ ପୁତ୍ରର ହୃଦରୋଗ ବିଶେଷଜ୍ଞ ସଫଳ ଅସ୍ତ୍ରୋପଚାର

ସମ୍ ଅଲ୍ଟିମେଟ୍ ମେଡିକେୟାରରେ ହୃଦ ସମସ୍ୟାରେ ପୀଡ଼ିତ ଥିବା ଶିଶୁ ପୁତ୍ରର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ସମ୍ ଅଲ୍ଟିମେଟ୍ ମେଡିକେୟାରରେ ହୃଦ ସମସ୍ୟାରେ ପୀଡ଼ିତ ଥିବା ୫ ମାସର ଶିଶୁ ପୁତ୍ରର ହୃଦରୋଗ ବିଶେଷଜ୍ଞ ସଫଳ ଅସ୍ତ୍ରୋପଚାର କରିଛନ୍ତି । ପେଡିଆଟ୍ରିକ୍ କାର୍ଡଆକ୍ କ୍ୟାଥେଟର୍ ଇଂଟରଭେନ୍ସନ୍ ଦ୍ଵାରା ଶିଶୁଟି ସୁସ୍ଥ ହୋଇପାରିଛି । ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା ଶିଶୁଟିକୁ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ଆଣିବା ସମୟରେ ତା’ର ପାଟ ଡକ୍ଟସ ଆର୍ଟେରିଓସିସ୍ (ପିଡିଏ) ନାମକ ହୃଦ ସମସ୍ୟା ଥିବା ଜଣାପଡ଼ିଥିଲା । ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ହୃଦରୋଗ ବିଭାଗର ଆସୋସିଏଟ୍ ପ୍ରଫେସର ଡାକ୍ତର ଦିବ୍ୟରଞ୍ଜନ ବେହେରା ଶିଶୁଟିର ଚିକିତ୍ସା କରିଥିଲେ । 

ଡାକ୍ତର ବେହେରାଙ୍କ କହିବା ଅନୁଯାୟୀ ପିଡିଏ ହେଉଛି ମହାଧମନୀ ଏବଂ ଫୁସ୍‌ଫୁସ୍‌ର ଧମନୀକୁ ଯୋଡୁଥିବା ଏକ ଟ୍ୟୁବ୍ ଯାହାକି ଶିଶୁର ଶରୀରରେ ମୁଖ୍ୟ ରକ୍ତ ସଂଚାଳନ ବ୍ୟବସ୍ଥା ଅଟେ । ଏହି ସମସ୍ୟା ଯୋଗୁଁ ରକ୍ତ ଅଧିକାଂଶ ସମୟରେ ମହାଧମନୀରୁ ଫୁସ୍‌ଫୁସ୍‌ର ଧମନୀକୁ ପ୍ରବାହିତ ହୋଇଥାଏ ଯାହା ଦ୍ଵାରା ଅଧିକ ରକ୍ତ । ଫୁସ୍‌ଫୁସ୍‌କୁ ଯାଇଥାଏ । ଏହା ଦ୍ଵାରା ନିଶ୍ୱାସ ନେବାରେ କଷ୍ଟ ହୋଇଥାଏ ଏବଂ ଶିଶୁମାନଙ୍କ କ୍ଷେତ୍ରରେ ହୃଦକ୍ରିୟା ବନ୍ଦ ହୋଇଯିବାର ସମ୍ଭାବନା ରହିଥାଏ । ଠିକ୍ ସମୟରେ ଚିକିତ୍ସା ନ କଲେ ଶ୍ୱାସଜନିତ ସମସ୍ୟା ସୃଷ୍ଟି ହୋଇଥାଏ । 

ଆଗୁଆ ଚିକିତ୍ସା ହିଁ ଏଭଳି ବିପଜନକ ପରିସ୍ଥିତିକୁ ମୁକାବିଲା କରିବାର ଏକ ମାତ୍ର ଉପାୟ ଏବଂ ପିଡିଏର ଆକାର ଏବଂ ଅନ୍ୟାନ୍ୟ ଦିଗକୁ ଦେଖି ଅପରେସନ୍ କିମ୍ବା କ୍ୟାଥେଟର୍ ଇନଭେନ୍ସ କରାଯିବା ନେଇ ନିଷ୍ପତି ନିଆଯାଇଥାଏ ବୋଲି ସେ କହିଛନ୍ତି । ଡାକ୍ତର ବେହେରା କହିଛନ୍ତି ଯେ ଶିଶୁଟିର ପିଡ଼ିଏ ଡିଭାଇସ୍ କ୍ଲୋଜର ପ୍ରକ୍ରିୟା ତାଙ୍କ ନେତୃତ୍ବରେ କରାଯାଇଥିଲା । କାଡ଼ିଆକୁ ଟିମ୍ ସମେତ କାଡ଼ିଆକ୍ ଆନେଥେସିଷ୍ଟ ଡାକ୍ତର ଜେ. ପରିଡା ଏବଂ କସଲଟାଟ ନିଓନାଟୋଲୋଜିଷ୍ଟ ଡାକ୍ତର ବିଚିତ୍ରାନନ୍ଦ ରାଉତ ଏଥିରେ ସହଯୋଗ କରିଥିଲେ । ଶିଶୁଟି ଏହି ପ୍ରକ୍ରିୟା ହେବାର ଦୁଇ ଦିନ ପରେ ଡିସ୍‌ଚାର୍ଜ ହୋଇଛି ଏବଂ ସେ ସୁସ୍ଥ ଅଛି ବୋଲି ଡାକ୍ତର ବେହେରା କହିଛନ୍ତି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget