loading...

ଜଳସେଚନ ପ୍ରକଳ୍ପ ନିମିତ୍ତ ଜମି ଅଧିଗ୍ରହଣ ସମସ୍ୟାର ତ୍ୱରିତ ସମାଧାନ ପାଇଁ ବୈଠକ

ଜଳସେଚନ ପ୍ରକଳ୍ପ ନିମିତ୍ତ ଜମି ଅଧିଗ୍ରହଣ ସମସ୍ୟାର ତ୍ୱରିତ ସମାଧାନ ପାଇଁ ବୈଠକ । ପରିବେଶ ପ୍ରଭାବ ଆକଳନ ଅଧ୍ୟୟନ ଉପରେ ଗୁରୁତ୍ବାରୋପ

ଜଳସେଚନ ପ୍ରକଳ୍ପ ନିମିତ୍ତ ଜମି ଅଧିଗ୍ରହଣ ସମସ୍ୟାର ତ୍ୱରିତ ସମାଧାନ ପାଇଁ ବୈଠକ

ଭୁବନେଶ୍ୱର, ଆଜି ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧଗ୍ରହଣ ତ୍ବରାନ୍ବିତ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ସମୀକ୍ଷା ବୈଠକରେ ସମସ୍ତ ରାଜସ୍ୱ ଡିଭିଜନର କମିଶନର, ବିଭାଗର ବରିଷ୍ଠ ଅଧୁକାରୀ, ରାଜ୍ୟ ରିହାବିଲିଟେସନ ଓ ରିସେଟଲମେଣ୍ଟ ନିର୍ଦ୍ଦେଶକ, ବିଭିନ୍ନ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ, ଜମି ଅଧଗ୍ରହଣ ଅକାରୀ ଓ ଜଳସେଚନ ବିଭାଗର ପ୍ରମୁଖ ଅଧିକାରୀମାନେ ଯୋଗଦାନ କରିଥିଲେ । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଭିନ୍ନ ଜମି ଅଧଗ୍ରହଣ ପ୍ରକଳ୍ପ ପାଇଁ ଜମି ତ୍ବରିତ ଜମି ଅଧିଗ୍ରହଣ ଉପରେ ଗୁରୁତ୍ବାରୋପ କରିଥିଲେ । 

ଜମି ଅଧଗ୍ରହଣ ବିଳମ୍ବିତ ହେବାରୁ ପ୍ରକଳ୍ପ ସମ୍ପୂର୍ଣ ହେବାପାଇଁ ରାଜ୍ୟ ସରକାରଙ୍କର ତହବିଲରୁ ଅଧୁକ ଅର୍ଥ ଖର୍ଚ୍ଚ କରିବାକୁ ପଡିଥାଏ । ଏହି ବୈଠକରେ ସୁବର୍ଣ୍ଣରେଖା, ଆନନ୍ଦପୁର ବ୍ୟାରେଜ, କାନପୁର, ଦେଓ, ରେଙ୍ଗାଲୀ ବାମ ଓ ଦକ୍ଷିଣ, ଲୋୟର ସୁକତେଲ, ଛେଳିଗ, ତେଲେଙ୍ଗିରି, ରେଡ୍ ଓ ଅନ୍ୟାନ୍ୟ ପ୍ରକଳ୍ପର ସମୀକ୍ଷା ହୋଇଥିଲା । ବିଭିନ୍ନ ଜମି ଅଧିଗ୍ରହଣ ଅଧୁକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପର ବିଭିନ୍ନ ମାଇଲଖୁଣ୍ଟ ସମ୍ପୂର୍ଣ୍ଣ କରିବାକୁ ତାଗିଦ କରାଯାଇଥିଲା । ଜମି ଅଧିଗ୍ରହଣ ଅଧୁକାରୀମାନଙ୍କୁ ଆବଶ୍ୟକ ସମୟରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇଦେବାକୁ ଜଳସେଚନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।

ବିଭିନ୍ନ ପ୍ରକଳ୍ପର ସମୟସୀମା ମଧ୍ୟରେ ସାମାଜିକ ପ୍ରଭାବ ଅଧ୍ୟୟନ ଓ ପରିବେଶ ପ୍ରଭାବ ଆକଳନ ଅଧ୍ୟୟନ ସାରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଜମି ଅଧଗ୍ରହଣର କୌଣସି ପ୍ରକାର ବିଳମ୍ବକୁ ବରଦାସ୍ତ ନକରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଜମି ଅଧିଗ୍ରହଣ ସମ୍ବନ୍ଧୀୟ ଆବଶ୍ୟକୀୟ ଦସ୍ତାବିଜ୍‌କୁ ଭୂମି ଅଧିଗ୍ରହଣ ପୋର୍ଟାଲ୍ ମାଧ୍ୟମରେ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସମସ୍ତ ଜମି ଅଧିଗ୍ରହଣ ଅଧିକାରୀ, ସ୍ଵତନ୍ତ୍ର ଜମି ଅଧିଗ୍ରହଣ ଅଧୁକାରୀ ଓ ଜୋନ୍ ଅଧୁକାରୀମାନଙ୍କୁ ନିୟମିତ ତାଲିମ ପ୍ରଦାନ କରିବା ଉପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୁରୁତ୍ବାରୋପ କରିଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget