loading...

ରାଜ୍ୟ ସଂଗ୍ରହାଳୟଠାରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି ଏବଂ ଶହୀଦ ଦିବସ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜି ଶହୀଦ ଦିବସ ଏବଂ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି କାର୍ଯ୍ୟ

ରାଜ୍ୟ ସଂଗ୍ରହାଳୟଠାରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି ଏବଂ ଶହୀଦ ଦିବସ

ଭୁବନେଶ୍ୱର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜି ଶହୀଦ ଦିବସ ଏବଂ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ଭବ୍ରୁଆଲ୍ ମାଧ୍ୟମରେ ଯୋଗଦେଇଥିବା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ରଂଜନ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବାବେଳେ ସମ୍ମାନିତ ବକ୍ତା ଭାବେ ଡ. ପ୍ରୀତିଶ ଆଚାର୍ଯ୍ୟ, ଡ. ନିହାର ରଂଜନ ପଟ୍ଟନାୟକ, ଡ. ଦାଶ ବେହୁର, ଡ. ପ୍ରହ୍ଲାଦ ସିହ୍ନା ଯୋଗଦାନ କରି ଶହୀଦ ଦିବସର ତାତ୍ପର୍ଯ୍ୟ ଏବଂ ମହାତ୍ମା ଗାନ୍ଧୀଙ୍କ । ଓଡ଼ିଶା ଆଗମନ ସଂପର୍କିତ ତଥ୍ୟ ଓ ବକ୍ତବ୍ୟ ଉପସ୍ଥାପନ କରିଥିଲେ । 

ଏହି ଅବସରରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଗାନ୍ଧୀ ଗ୍ୟାଲେରୀର ଉଦ୍‌ଘାଟନ ସହ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଗାନ୍ଧିଜୀଙ୍କ ସଂପର୍କିତ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ କରାଯାଇଛି । ଏଥ ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢ଼ୀଙ୍କ ଦ୍ବାରା ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଦ୍ଵାରା ପ୍ରସ୍ତୁତ ଗାନ୍ଧୀ ଭିତ୍ତିକ କଫି ଟେବୁଲ ପୁସ୍ତକ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ଵାରା ସ୍ଵତନ୍ତ୍ର ଗାନ୍ଧୀ ବିଶେଷାଙ୍କ କୋଣାର୍କ ପତ୍ରିକା ମଧ୍ୟ ଉନ୍ମୋଚିତ ହୋଇଥିଲା । ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଶ୍ରୀ ପ୍ରବୋଧ କୁମାର ରାଉତ କୋଣାର୍କ ପତ୍ରିକା ସଂପର୍କିତ ସଂକ୍ଷିପ୍ତ ସୂଚନା ପ୍ରଦାନ କରିଥିଲେ ଏବଂ ଓଡ଼ିଶା ଲଳିତ କଳା ଏକାଡେମୀର ସଚିବ ଶ୍ରୀ ପଞ୍ଚାନନ ସାମଲ ଗାନ୍ଧୀ ଚିତ୍ରକଳା ପ୍ରଦର୍ଶନୀ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ଏଥି ସହିତ ଗାନ୍ଧିଜୀଙ୍କ ଜୀବନୀ ଆଧାରିତ Story Telling CD.ର ଉନ୍ମୋଚନ କରାଯାଇଥିଲା ।

ପ୍ରାରମ୍ଭରେ ସଂଗ୍ରହାଳୟର ଉଦ୍ୟାନ ପରିସରରେ ଏକ ନୀରବ ପ୍ରାର୍ଥନା ସହିତ ସଂଗୀତ ଶିଳ୍ପୀ । ଅନିନ୍ଦିତା ଦାସଙ୍କ ନିର୍ଦ୍ଦେଶନାରେ ସଦ୍‌ଭାବନା ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା । ସଂଗ୍ରହାଳୟର । ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମଧୁମିତା ମହାନ୍ତି । ସଂଯୋଜନା କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ଫେସ୍‌ବୁକ୍ ଓ ୟୁଟ୍ୟୁବ୍ ଚାନେଲ୍‌ରେ ସିଧା ପ୍ରସାରଣ କରା ଯାଇଥିଲା ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget