ଭୁବନେଶ୍ୱର, ଆଜି ବିଧାନସଭା ପରିସରରେ ରାଜ୍ୟସ୍ତରୀୟ ଶହୀଦ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ । କେଶରୀ ଆରୁଖ, ସୂଚନା ଓ ଲୋକସଂପର୍କ, ଜଳସଂପଦ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି । ତ୍ରିପାଠୀ ପ୍ରମୁଖ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ଵାରା ଜାତୀୟ ସଂଗୀତ ବାଦନ କରାଯାଇଥିଲା । ଶାଶ୍ୱତୀ ସାମାଜିକ । ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀଗଣ ଗାନ୍ଧିଜୀଙ୍କ ପ୍ରିୟ ଆଶ୍ରମ ଭଜନ ‘ବୈଷ୍ଣବ ଜନ ତୋ’ ପରିବେଷଣ କରିଥିଲେ । ପୋଲିସବାହିନୀ ଦ୍ଵାରା ବୀର ଶହୀଦମାନଙ୍କୁ ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ତୋପନି, ଦୁଇ ମିନିଟ୍ ନୀରବ ପ୍ରାର୍ଥନା, ନୀରବ ପ୍ରାର୍ଥନା ସମାପ୍ତିର ସଙ୍କେତ ସ୍ଵରୂପ ଦ୍ଵିତୀୟବାର ତୋପଧ୍ବନି କରାଯାଇଥିଲା । ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ରାମଧୂନ ପରିବେଷଣ ଓ ଜାତୀୟ ସଂଗୀତ ବାଦନ ପରେ କାର୍ଯ୍ୟକ୍ରମର ସମାପ୍ତି ହୋଇଥିଲା । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ସମସ୍ତ ଅତିଥି ବିଧାନସଭା ପରିସରରୁ ପ୍ରସ୍ଥାନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ ଓ ଅନ୍ୟ ଅଧୁକାରୀବୃନ୍ଦ, ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ | (ଗବେଷଣା) ଶ୍ରୀ ଶିବପ୍ରସାଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର । ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶନୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
Post a Comment