loading...

ପୌର ନିର୍ବାଚନରେ ପ୍ରାର୍ଥୀଙ୍କ ଗାଡ଼ି ବ୍ୟବହାର ଓ ନିର୍ବାଚନୀ ଖର୍ଚ୍ଚକୁ ନେଇ ନିର୍ଦ୍ଦେଶନାମା

ରାଜ୍ୟ ନିର୍ବାଚନ କମିଶନ ଆସନ୍ତା ପୌର ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଥିବା ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀମାନଙ୍କ ନିମନ୍ତେ ଗାଡ଼ିର ବ୍ୟବହାର ଓ ନିର୍ବାଚନୀ

ପୌର ନିର୍ବାଚନରେ ପ୍ରାର୍ଥୀଙ୍କ ଗାଡ଼ି ବ୍ୟବହାର ଓ ନିର୍ବାଚନୀ ଖର୍ଚ୍ଚକୁ ନେଇ ନିର୍ଦ୍ଦେଶନାମା

ଭୁବନେଶ୍ୱର, ରାଜ୍ୟ ନିର୍ବାଚନ କମିଶନ ଆସନ୍ତା ପୌର ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଥିବା ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀମାନଙ୍କ ନିମନ୍ତେ ଗାଡ଼ିର ବ୍ୟବହାର ଓ ନିର୍ବାଚନୀ ଖର୍ଚ୍ଚ ନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି । ପ୍ରତ୍ୟେକ ୱାର୍ଡର କାଉନସିଲର/କର୍ପୋରେଟର ପଦବୀ ନିମନ୍ତେ ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ତିନିଚକିଆ ଓ ଚାରିଚକିଆ ଗାଡ଼ିକୁ ମିଶାଇ ସର୍ବାଧୂକ ଦୁଇଟି ଗାଡ଼ି ବ୍ୟବହାର କରିପାରିବେ । ବିଜ୍ଞାପିତ ଅଞ୍ଚଳ ପରିଷଦ / ମୁନିସିପାଲିଟି ଅଞ୍ଚଳ ମଧ୍ୟରେ ଅଧ୍ୟକ୍ଷ ପଦ ଲାଗି ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ତିନିଚକିଆ ଓ ଚାରିଚକିଆ ଗାଡ଼ି ମିଶାଇ ସର୍ବାଧୁକ ଚାରୋଟି ଗାଡ଼ି ବ୍ୟବହାର କରିପାରିବେ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ସେହିପରି ମହାନଗର ନିଗମ ଅଞ୍ଚଳ ମଧ୍ୟରେ ମେୟର ପଦବୀ ଲାଗି ପ୍ରତିଦ୍ବନ୍ଦିତା କରୁଥିବା ପ୍ରାର୍ଥୀମାନେ ସର୍ବାଧୂକ ୬ଟି (ତିନିଚକିଆ ଓ ଚାରିଚକିଆ ଯାନ ସହ) ବ୍ୟବହାର କରିପାରିବେ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ରାଜନୈତିକ ଦଳମାନେ ପ୍ରତ୍ୟେକ ମହାନଗର ନିଗମ ଓ ମୁନିସିପାଲିଟି ଅଞ୍ଚଳ ପାଇଁ ନିର୍ବାଚନ କାର୍ଯ୍ୟରେଦୁଇଟି ଚାରିଚକିଆ ଗାଡ଼ି ବ୍ୟବହାର କରିପାରିବେ । ପ୍ରାର୍ଥୀମାନେ କେଉଁ ପ୍ରକାରର ଗାଡ଼ି, ଗାଡ଼ିର ପଞ୍ଜିକରଣ ନମ୍ବର ଓ ଗାଡ଼ିର ମାଲିକ ସଂପର୍କରେ ନିର୍ବାଚନ କାର୍ଯ୍ୟରେ ବ୍ୟବହାର ପୂର୍ବରୁ ସଂପୃକ୍ତ ନିର୍ବାଚନ ଅଧୁକାରୀଙ୍କୁ ଲିଖୁତ ଆକାରରେ ଜଣାଇବେ । ପୌର ନିର୍ବାଚନରେ ପ୍ରାର୍ଥୀମାନେ ଓଡ଼ିଶା ମୁନିସିପାଲିଟି ଅନିୟମ ୧୯୫୦ର ଧାରା ୧୭ (କ)ର ଉପଧାରା (i) ଅନୁସାରେ ୫୦ ହଜାର ଜନସଂଖ୍ୟା ବିଶିଷ୍ଟ ବିଜ୍ଞାପିତ ଅଞ୍ଚଳ ପରିଷଦ / ମୁନିସିପାଲିଟି ଅଞ୍ଚଳ ପାଇଁ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରୁଥିବା କାଉନ୍‌ସିଲର/କର୍ପୋରେଟର ପ୍ରାର୍ଥୀମାନେ ସର୍ବାଧୂକ ୫୦ ହଜାର ଟଙ୍କା ଓ ଅଧ୍ୟକ୍ଷ ପଦବୀ ନିମନ୍ତେ ପ୍ରତିଦ୍ବନ୍ଦିତା କରୁଥିବା ପ୍ରାର୍ଥୀମାନେ ସର୍ବାଧୂକ ୨ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ । 

୫୦ ହଜାରରୁ ଏକ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ମୁନିସିପାଲିଟି ଅଞ୍ଚଳରେ କାଉନ୍‌ସିଲର/କର୍ପୋରେଟର ପଦବୀ ନିମନ୍ତେ ପ୍ରତିଦ୍ବନ୍ଦିତା କରୁଥିବା ପ୍ରାର୍ଥୀମାନେ ସର୍ବାଧକ ୭୫ ହଜାର ଟଙ୍କା ଓ ଅଧକ୍ଷ /ମେୟର ପଦବୀ ନିମନ୍ତେ ପ୍ରତିଦ୍ବନ୍ବିତା କରୁଥିବା ପ୍ରାର୍ଥୀମାନେ ସର୍ବାଧିକ ୩ ଲକ୍ଷ ଟଙ୍କା ନିର୍ବାଚନରେ ଖର୍ଚ୍ଚ କରିପାରିବେ । ସେହିପରି ଏକ ଲକ୍ଷରୁ ଅଧୁକ ଜନସଂଖ୍ୟା ଥିବା ମୁନିସିପାଲିଟି ଅଞ୍ଚଳରେ କାଉନ୍‌ସିଲର/କର୍ପୋରେଟର ପଦବୀ ନିମନ୍ତେ ପ୍ରାର୍ଥୀମାନେ ସର୍ବାଧୂକ ୧ ଲକ୍ଷ ଓ ଅଧକ୍ଷ/ମେୟର ପଦବୀ ନିମନ୍ତେ ପ୍ରତିଦ୍ବନ୍ଦିତା କରୁଥିବା ପ୍ରାର୍ଥୀମାନେ ସର୍ବାଧୂକ ୫ ଲକ୍ଷ ଟଙ୍କା ନିର୍ବାଚନରେ ଖର୍ଚ୍ଚ କରିପାରିବେ । ସେହିପରି ମହାନଗର ନିଗମର କର୍ପୋରେଟର ପଦବୀ ନିମନ୍ତେ ପ୍ରାର୍ଥୀମାନେ ସର୍ବାଧୂକ ୨ ଲକ୍ଷ ଓ ମେୟର ପଦବୀ ନିମନ୍ତେ ପ୍ରତିଦ୍ବନ୍ଦିତା କରୁଥିବା ପ୍ରାର୍ଥୀମାନେ ସର୍ବାଧୂକ ୧୨ ଲକ୍ଷ ଟଙ୍କା ନିର୍ବାଚନୀ ଖର୍ଚ୍ଚ କରିପାରିବେ । ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget