ଭୁବନେଶ୍ବର,ଭିନ୍ନକ୍ଷମ ମାନଙ୍କ ପାଇଁ ଜାତୀୟ ଆଜୀବିକା ସେବା କେନ୍ଦ୍ର (NCSCDA), ଭୁବନେଶ୍ଵର, ରୋଜଗାର ମହାନିର୍ଦ୍ଦେଶାଳୟ । (ଡିଜିଇ), ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ, ଭାରତ ସରକାର ଏବଂ ଅନୁସୂଚିତ ଜାତି ଏବଂ ଜନଜାତି ମାନଙ୍କ ପାଇଁ ଜାତୀୟ ଆଜୀବିକା ସେବା କେନ୍ଦ୍ର, ଭୁବନେଶ୍ଵର ମିଳିତ ଆନୁକୁଲ୍ୟରେ ଏକ ନିଯୁକ୍ତି ମେଳାର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି | ଏହି ନିଯୁକ୍ତି ମେଳା ଅବସରରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ସମସ୍ତ ପ୍ରାର୍ଥୀ ମାନେ ଏନସିସିସିଡିଏ କାର୍ଯ୍ୟାଳୟ ପରିସରରେ ଏହି ମେଳାରେ ଭାଗ ନେଇଥିଲେ। ଏଥିରେ ଶ୍ରବଣ ଶକ୍ତି ରହିତ ଭିନ୍ନକ୍ଷମମାନଙ୍କ ପାଇଁ ମଧ୍ୟ ପଦବୀ ଥିଲା ।
ଏହି କାର୍ଯ୍ୟକ୍ରମରେ ଶ୍ରୀମତି ଜିତାମିତ୍ରା ଶତପଥୀ , ପ୍ରିନ୍ସିପାଲ, ସରକାରୀ ଆଇ.ଟି.ଆଇ ମୁଖ୍ୟ ଅତିଥି, ଏବଂ ଶ୍ରୀ ତୃପନ କୁମାର ରାଉଳ, ଉପ କ୍ଷେତ୍ରୀୟ ରୋଜଗାର ଅଧୁକାରୀ ଅତିଥ୍ ଭାବରେ ଯୋଗ ଦେଇଥିଲେ। ଶ୍ରୀ ସୁଜିତ କୁମାର ସାହୁ , ସହ ନିର୍ଦ୍ଦେଶକ, ଏନସିସିସିଡିଏ, ଭୁବନେଶ୍ଵର, ଶ୍ରୀମତୀ ସୋନାଲିକା ସୁମନ ଏବଂ ଶ୍ରୀମତୀ ମୀନତି ପଟ୍ଟନାୟକ ଦ୍ବାରା ସମର୍ଥିତ ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଏହି ନିଯୁକ୍ତି ମେଳାରେ ବିଭିନ୍ନ କ୍ଷେତ୍ରରୁ ଯଥା ଫାଇନାନ୍ସ, ଲୋଜିଷ୍ଟିକ, ନର୍ସ, । ମାର୍କେଟିଙ୍ଗ, ଅଟୋ ମୋବାଇଲ, ଇ କମର୍ସ, ଆକାଉନ୍ସ, ଟ୍ରାଭେଲ୍, ଆଇ.ଟି ଆଦି ପ୍ରାୟ ୭୫୦ରୁ ଅଧୁକ ପଦବୀ ପାଇଁ ବିଭିନ୍ନ Quess Corp, Randstad India, Sky Automobiles, Trupti group, Quantum Wire Technical services pvt Ltd, Team Success World Wide Youth Icon, L&T Finance, Deevine Nursing, Tatwa Technology, Garg logistics, ଆଦି ୨୬ କମ୍ପାନି ମାନେ ଯୋଗ ଦେଇଛନ୍ତି। ଏହି ନିଯୁକ୍ତି ମେଳାରେ ପ୍ରାୟ ୫୦୦ରୁ ଊଦ୍ଧି ପ୍ରାର୍ଥୀମାନେ ଯୋଗ ଦେଇଥିଲେ।
ବେକାରୀ ଥିବା ପିଲାମାନେ କେମିତି ନିଜ ଜୀବନ ସ୍ରୋତରେ ନିଯୁକ୍ତି ପାଇବେ ଏବଂ ଏହି ନିଯୁକ୍ତି ମେଳା ତାଙ୍କମାନଙ୍କ ପାଇଁ ବହୁତ ଗୁରୁତ୍ଵପୂର୍ଣ୍ଣ ବୋଲି ଶ୍ରୀମତି ଜିତାମିତ୍ରା କହିଛନ୍ତି। "ଆଜାଦୀ କା ଅମୃତ ମହୋତ୍ସବ ଏକ ବହୁତ ସୁନ୍ଦର ପଦକ୍ଷେପ ଏବଂ ଏହି ନିଯୁକ୍ତି ମେଳା ଦ୍ବାରା ବହୁତ ପିଲା ମାନେ ନିଜର ସଠିକ ଦିଗ ପାଇ ପାରିବେ ଶ୍ରୀ ରାଉଳ କହିଛନ୍ତି । "ପିଲାମାନଙ୍କୁ ଏବଂ କମ୍ପାନି ମାନଙ୍କୁ ଗୋଟିଏ ଜାଗାରେ ସାକ୍ଷାତ କରିବା ଏବଂ ନିଯୁକ୍ତି ଆଶାୟୀ ପ୍ରାର୍ଥୀ ଓ ନିଯୁକ୍ତି ଦାତା ମାନଙ୍କ ମଧ୍ୟରେ ଥିବା ଫାଙ୍କା ସ୍ଥାନକୁ କମ କରିବା ଏହି ନିଯୁକ୍ତି ମେଳାର ମୁଖ୍ୟ ଉଦେଶ୍ୟ" ଶ୍ରୀ ସାହୁ କହିଛନ୍ତି। ଶ୍ରୀ ସାହୁ ସମସ୍ତ ଏମ୍ପିୟର ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ସମସ୍ତ ଚାକିରି ଆଶାୟୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
Post a Comment