ନୂଆଦିଲ୍ଲୀ/ ଭୁବନେଶ୍ବର, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ସିବିଏସଇ)ର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତୁଟି ଅଭିଯୋଗ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତୁରନ୍ତ ହସ୍ତକ୍ଷେପ ପରେ ସିବିଏସଇ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନେଇ ସମାଧାନ କରାଯାଇଛି । ଏହା ଦ୍ଵାରା ୨୮ ହଜାର ୩୧୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି ।ଗତ ୧୧ ତାରିଖରେ ସିବିଏସ୍ଇ ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷାର ଓଡ଼ିଆ ବିଷୟରେ ଛାତ୍ରଛାତ୍ରୀଙ୍କୁ କମ୍ | ମାର୍କ ମିଳିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା । ଓଡ଼ିଆ ପରୀକ୍ଷାରେ ପ୍ରଶ୍ନ ଓ ଉତରରେ ସାମଞ୍ଜସ୍ୟ ନଥୁବା ଅଭିଯୋଗ ହୋଇଥିଲା ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୪ ଘଣ୍ଟା ମଧ୍ୟରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । କେନ୍ଦ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସିବିଏସଇ ଏହାକୁ ଗୁରୁତ୍ବର ସହ ନେଇ ବାସ୍ତବ ସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିଥିଲେ ଓ ଏହି କମିଟି ପରୀକ୍ଷାର ତୁଟିକୁ ଅନୁଧ୍ୟାନ କରିଥିଲେ । ଏହି କମିଟିର ଅନୁଧ୍ୟାନ ରିପୋର୍ଟ ପ୍ରଦାନ କରାଯିବା ପରେ ରିପୋର୍ଟ ଆଧାରରେ ସିବିଏସ୍ଇ ଦଶମ ଶ୍ରେଣୀ ଓଡିଆ ବିଷୟର ଓଏମଆର ଗୁଡ଼ିକୁ ବିଶେଷଜ୍ଞ କମିଟି ଦ୍ବାରା ଅନୁମୋଦିତ ହୋଇଥିବା ସଠିକ୍ ଉତର ସହ ମୂଲ୍ୟାଙ୍କନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ସଂଶୋଧିତ ମୂଲ୍ୟାଙ୍କନ ମାର୍କକୁ ସଂପୃକ୍ତ ବିଦ୍ୟାଳୟକୁ । ପଠାଯାଇଛି । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇଛନ୍ତି ।
Post a Comment