loading...

ମାଟ୍ରିରେ କିମ୍ସର ୨୨୨୦ ପରୀକ୍ଷାର୍ଥୀ

ଚଳିତବର୍ଷ କିମ୍ସରୁ ମାଟ୍ରିକ୍ ପରୀକ୍ଷାରେ ରେକର୍ଡ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ

ମାଟ୍ରିରେ କିମ୍ସର ୨୨୨୦ ପରୀକ୍ଷାର୍ଥୀ


ଭୁବନେଶ୍ୱର, ଚଳିତବର୍ଷ କିମ୍ସରୁ ମାଟ୍ରିକ୍ ପରୀକ୍ଷାରେ ରେକର୍ଡ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଚଳିତମାସ ୨୯ ତାରିଖରୁ ଆରମ୍ଭ ହେଉଥିବା ବେଳେ ଏଥିରେ କିମ୍ସ୍ର ୨୨ ୨୦ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ପରୀକ୍ଷା ଅବ୍ୟବହିତ ପୂର୍ବରୁ ମଙ୍ଗଳବାର କିସ୍ ପରିସରରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭ କାମନା କରିବା ସହ ସେମାନଙ୍କ ମନୋବଳ ବୃଦ୍ଧି କରିଛନ୍ତି । ଏହି ଅବସରରେ ସେ ପିଲାଙ୍କୁ କଲମ ବଣ୍ଟନ କରିଥିଲେ । 

ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିବେ ବୋଲି ଶ୍ରୀ ସାମନ୍ତ ଆଶା ପୋଷଣ କରିଛନ୍ତି । ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଚଳିତ ମାସ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ଏଥିରେ କିସ୍‌ର ୧ ୨୦୩ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କଳାରେ । ୪୪୦ ଜଣ ପରୀକ୍ଷା ଦେଉଥିବା ବେଳେ ବାଣିଜ୍ୟରେ ୩୩୨ ଏବଂ ବିଜ୍ଞାନରେ ଯଥାକ୍ରମେ ୪୩୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଶ୍ରୀ ସାମନ୍ତ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ କଲମ ବଣ୍ଟନ କରିବା ସହ ସେମାନଙ୍କ ସଫଳତା କାମନା କରିଥିଲେ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget