loading...

ଶ୍ରୀ ଜଗନ୍ନାଥଙ୍କର ଭାବ ବେଗ ସାଙ୍ଗରେ ଖେଳୁଥିବା ଅପରାଧୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଭାବ ବେଗ ସାଙ୍ଗରେ ଖେଳୁଥିବା ଅପରାଧୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀରେ ଭୁବନେଶ୍ଵର ସାଙ୍ଗଠନିକ ଜିଲ୍ଲା ବିଜେପିର ବିକ୍ଷୋଭ ପ୍ରଦର୍ଶନ

ଶ୍ରୀ ଜଗନ୍ନାଥଙ୍କର ଭାବ ବେଗ ସାଙ୍ଗରେ ଖେଳୁଥିବା ଅପରାଧୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ


ଭୁବନେଶ୍ବର, ଶ୍ରୀମନ୍ଦିରର ରୋଷଘରେ ଚୁଲି ଭାଙ୍ଗିବା ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛି ବିଜେପି । ଓଡ଼ିଆ ଜାତିର ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରସ୍ଥିତ ପବିତ୍ର ରୋଷଘର ଚୁଲି ଗୁଡ଼ିକ ଭାଙ୍ଗି ଦିଆଯିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ମହାପ୍ରଭୁ ଓଡ଼ିଶାବାସୀ ଏବଂ ସାରା ବିଶ୍ଵର ହିନ୍ଦୁ ସମାଜର ଆସ୍ଥା ଓ ବିଶ୍ବାସର କେନ୍ଦ୍ର ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତକୁ ବ୍ୟାଘାତ କରିବା ଦୁଃଖଦାୟକ ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ । ମହାପ୍ରଭୁଙ୍କ ମହାପ୍ରସାଦ ଅମୃତତୁଲ୍ୟ। ମହାପ୍ରଭୁଙ୍କ ରୋଷଘର ସହ ମା' ଲକ୍ଷ୍ମୀ ଓ ମା' ହିଙ୍ଗୁଳାଙ୍କ ସହ ପ୍ରତ୍ୟକ୍ଷ ଭାବେ ଜଡ଼ିତ ଥୁବା ଓଡ଼ିଆ ଜନମାନସରେ ବିଶ୍ୱସାରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଭବିଷ୍ୟତରେ ଯେଭଳି ଏହି ଘଟଣାର ପୁନରାବୃତ୍ତି ନ ହେବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ ନହେଲେ ଆଗାମୀ ଦିନରେ ବିଜେପି ତାର ବିକ୍ଷୋଭକୁ ଆହୁରି ଜୋରଦାର କରିବ ବୋଲି ଜିଲ୍ଲା ସଭାପତି ବାବୁ ସିଂ କହିଛନ୍ତି ପ୍ରଭୁ ଜଗନ୍ନାଥଙ୍କ ଭାବାବେଗ ପ୍ରତି ଏତେ ଅବହେଳା କାହିଁକି ବୋଲି ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମହାନ୍ତି କହିଛନ୍ତି। 

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ରୋଷଘରେ ୪୦ରୁ ଅଧୁକ ଚୁଲିକୁ ଭାଙ୍ଗି ଦିଆଯାଇଥିଲା । ପିଆଡ଼ର ୧୫, ଥାଳି ଆଡର ୧୦/୧୨ଟି, ସାତପୁରୀର ୧୦/୧୨ଟି, ଅହିଆ(ଡ଼ାଲି, ତରକାରୀ ରନ୍ଧା ପାଇଁ ବଡ ଚୁଲି) ୨ଟା, କୋଠ ଭୋଗ ଚୁଲି ୨ଟା, ତୁଣ ସୁଆରଙ୍କ ୨ଟି ଚଲି ଆଦି ରହିଛି। ଗତକାଲି ବଡ଼ସିଂହାର ଭୋଗ ଶେଷ ପରେ ଏଭଳି କାଣ୍ଡ କେହି ଭିଆଇ ଥିବା ଅନୁମାନ କରାଯାଉଛି ଚୁଲିକୁ ନେଇ ସେବାୟତଙ୍କ ବିବାଦ ଏହାର କାରଣ ବୋଲି କେହି କହୁଛନ୍ତି। ଅନ୍ୟପଟେ ରୋଷ ଦୁଆରୀ, ରୋଷ ପାଇକ ପାଉଣା ବିବାଦ ପାଇଁ ଏଭଳି ହୋଇଥାଇପାରେ ବୋଲି କେହି କେହି କହୁଛନ୍ତି । ରୋଷ ଘରେ ସିସି ଟିଭି ଲାଗିଥିବାରୁ ଏହାର ବିବଦ୍ଧ ଯାଞ୍ଚ ପାଇଁ ସେବାୟତ ମହଲ ଦାବି କରିଛନ୍ତି। କୋଠ ଭୋଗ ଚୁଲା ଭାଙ୍ଗି ଯାଇଥିବାରୁ ବହୁ ଦିନ ପରେ ଆଜି କଡେଇରେ କୋଠ ଭୋଗ ପ୍ରସ୍ତୁତ ହୋଇ ମହାପ୍ରଭୁଙ୍କୁ ଲାଗି ହୋଇଥିଲାରଭଣ୍ଡାର ଚାବି ହଜିଲା, ନବୀନ ବାବୁ ଚୁପ ବ୍ରହ୍ମ ବିଭ୍ରାଟ ହେଲା, ନବୀନ ବାବୁ ଚୁପାମଠ ମନ୍ଦିର ଭଙ୍ଗା ହେଲା, ନବୀନ ବାବୁ ଚୁପାଜଗନ୍ନାଥଙ୍କ ଜମି ବିକ୍ରି ହେଲା, ନବୀନ ବାବୁ ଚୁପ । ବେଆଇନ କାମ ଦ୍ବାରା ମନ୍ଦିରରେ ଫାଟ ହେଲା, ନବୀନ ବାବୁ ଚୁପ । ରୋଷଘରେ ଚୁଲି ଭାଙ୍ଗିଲା, ନବୀନ ବାବୁ ଚୁପ ।

ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ସଭାପତି ବାବୁ ସିଂ, ଭୁବନେଶ୍ଵର ସାଙ୍ଗଠନିକ ଜିଲ୍ଲା ବିଜେପି ପ୍ରଭାରୀ ଭୁବନ ମୋହନ ଜେନା, ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ,ଜିଲ୍ଲା ସାଧାରଣ ସମ୍ପାଦକ ଅଭିଷେକ ଆଚାର୍ଯ୍ୟ, ହିମାଂଶୁ ଶେଖର ଛୋଟରାୟ,ଭୁବନେଶ୍ବର ମହାନଗର ନିଗମର କର୍ପୋରେଟର ରାମଚନ୍ଦ୍ର ରଣ ସିଂ,ସୁଜାତା । ଛୋଟରାୟ,ମଧୁସ୍ମିତା ପ୍ରଧାନ,ଜିଲ୍ଲା ମହିଳା ମୋର୍ଚ୍ଚା ସଭାପତି ମନ୍ଦାକିନୀ ପାତ୍ର,ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ଉପେନ୍ଦ୍ର ଭଞ୍ଜ,ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ରଶ୍ମିରଞ୍ଜନ ମୁଦୁଲି,ଜିଲ୍ଲା ଉପସଭାପତି ରାଜେନ୍ଦ୍ର ଦାସ,ମାନସୀ ରାୟ ,ଜିଲ୍ଲା ସମ୍ପାଦକ ଉତି ପରିଡ଼ା,ରଜନୀ ବାଳା ଦାସ, ଜିଲ୍ଲା ମଣ୍ଡଳ ସଭାପତି ସନ୍ତୋଷ ଜେନା,ସୁରେନ୍ଦ୍ର ପ୍ରଧାନ, ଅରୁଣ ପୁରୋହିତ,ଅଞ୍ଜନ ନାଥ,ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ ସୁନୀଲ ପ୍ରଧାନ, ରାଜ୍ୟ ଯୁବ ମୋର୍ଚ୍ଚା ସମ୍ପାଦକ ମନୋଜ ପଶ୍ଚିମ କବାଟ,ଜିଲ୍ଲା କାର୍ଯ୍ୟକର୍ତା ଧୀରେନ ପାତ୍ର, ଆରତୀ ଭୁଇଁଆ,ବନ୍ଦନା କାନୁନଗୋ, ସବିତା ପଟ୍ଟନାୟକ,କବିତା ଲେଙ୍କା, ଗୀତାରାଣୀ ବେହେରା, ଅନୁସୟା ସାହୁ, ସ୍ଵାଗତ ମହାପାତ୍ର ପ୍ରମୁଖ ଯୋଗଦେଇ ଥିଲେ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget