loading...

ଆନ୍ତର୍ଜାତିକ ଶ୍ରମିକ ଦିବସ -୨୦୨୨ର ରାଜ୍ୟସ୍ତରୀୟ ସମାରୋହ

ରାଜ୍ୟ ସରକାରଙ୍କ ଶ୍ରମ ଓ କମର୍କାରୀ ରାଜ୍ୟ ବୀମା ବିଭାଗ ତରଫରୁ ମଇ ୧ ତାରିଖରେ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ

ଆନ୍ତର୍ଜାତିକ ଶ୍ରମିକ ଦିବସ -୨୦୨୨ର ରାଜ୍ୟସ୍ତରୀୟ ସମାରୋହ


ଭୁବନେଶ୍ୱର, ରାଜ୍ୟ ସରକାରଙ୍କ ଶ୍ରମ ଓ କମର୍କାରୀ ରାଜ୍ୟ ବୀମା ବିଭାଗ ତରଫରୁ ମଇ ୧ ତାରିଖରେ ରାଜ୍ୟସ୍ତରୀୟ  ଆନ୍ତର୍ଜାତିକ ଶ୍ରମିକ ଦିବସ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ସମାରୋହକୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ମୁଖ୍ୟଅତିଥୀ ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ କାର୍ଯ୍ୟରତ ଶ୍ରମିକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ନିମନ୍ତେ ନିରନ୍ତର ଭାବେ କାର୍ଯ୍ୟ କରୁଛି । ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣ ପାଇଁ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଗଠନ କରାଯାଇ ଅଦ୍ୟାବଧ ୩୫ ଲକ୍ଷରୁ ଊଦ୍ଧ ନିର୍ମାଣ ଶ୍ରମିକଙ୍କୁ ଏହି ବୋର୍ଡ଼ ଅଧୁନରେ ପଞ୍ଜିକୃତ କରାଯାଇ ମୋଟ ୨୬୬୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ପଞ୍ଜିକୃତ ନିର୍ମାଣ ଶ୍ରମିକ ତଥା ସେମାନଙ୍କ ପରିବାରଙ୍କୁ ଶିକ୍ଷାବୃଦ୍ଧି, ବିବାହ, ପ୍ରସୂତି, ମୃତ୍ୟୁ, ଅତ୍ୟେଷ୍ଟିକ୍ରିୟା ସକାଶେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । 

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ସହଭାଗିତାରେ ଏହି କଲ୍ୟାଣ ବୋର୍ଡ ମାଧ୍ୟମରେ ‘ନିର୍ମାଣ ଶ୍ରମିକ ପକ୍କାଘର ଯୋଜନା’, ନିର୍ମାଣ ଶ୍ରମିକ ପେନସନ୍ ଯୋଜନା', ସରକାରୀ ଆଇ.ଟି.ଆଇ ଓ ଡିପ୍ଲୋମା ଅନୁଷ୍ଠାନରେ ଶିକ୍ଷା ନିମନ୍ତେ ‘ନିର୍ମାଣ କୁସୁମ ଯୋଜନା’ କାର୍ଯ୍ୟକାରୀ କରାଯାଉଛି । ସେହିପରି ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ପାଇଁ ଓଡ଼ିଶା ଅଣସଂଗଠିତ ଶ୍ରମିକ । ସାମାଜିକ ସୁରକ୍ଷା ବୋର୍ଡ ଗଠନ କରାଯାଇ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି । ପ୍ରବାସୀ ଶ୍ରମିକମାନଙ୍କର ସୁରକ୍ଷା ପାଇଁ ସ୍ଵତନ୍ତ୍ର ଦୃଷ୍ଟି ଦିଆଯିବା ସହ ରାଜ୍ୟର ୪ଟି ପ୍ରବାସୀ ଶ୍ରମିକପ୍ରବଣ ଜିଲ୍ଲା ଯଥା ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାର ୪୭୭ଟି ପଂଚାୟତରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପ୍ୟାକେଜ୍ କାର୍ଯ୍ୟକାରୀ ହେଉଛି । ରାଜ୍ୟ ସରକାରଙ୍କ ୫-‘ଟି’ ଉପକ୍ରମରେ PAReSHRAM portal କାର୍ଯ୍ୟକାରୀ କରାଯାଇ ୫୨ ଗୋଟି ବିଭିନ୍ନ ସେବା ଅନ୍‌ଲାଇନ୍‌ ମାଧ୍ୟମରେ ଯୋଗାଇ ଦିଆଯାଉଛି, ଯାହା ରାଜ୍ୟରେ ବ୍ୟବସାୟ ସରଳୀକରଣ ଦିଗରେ ସହାୟକ ହେବା ସହ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସ୍ୱଚ୍ଛତାର ସହ ସେବା ଯୋଗାଇ ପାରିଛି । 

ଅଦ୍ୟାବଧୂ, ଏହି ପୋର୍ଟାଲ । ମାଧମରେ ୧୬,୫୦୦ରୁ ଊଦ୍ଧ ସେବା ପ୍ରଦାନ କରାଯାଇଛି । ଆଜିର ଏହି ସମାରୋହରେ ମନ୍ତ୍ରୀ ଶ୍ରୀ ସିଂହ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ନୂତନ ଅନ୍‌ଲାଇନ୍ ପୋର୍ଟାଲ (https:\\ nirmanshramik.odisha.gov.in) କୁ ଲୋକାର୍ପଣ କରି କହିଥିଲେ ଯେ ଏହି ବ୍ୟବସ୍ଥା ଦ୍ଵାରା ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜିକରଣ, ନବୀକରଣ ଓ ସହାୟତା ଆବେଦନ ନିମନ୍ତେ ଏବେ ଆଉ ଶ୍ରମ କାର୍ଯ୍ୟାଳୟକୁ ଯିବାକୁ । ପଡ଼ିବ ନାହିଁ । ଶ୍ରମିକ ଭାଇଭଉଣୀମାନେ ଘରେ ବସି ମଧ୍ୟ ଉପରୋକ୍ତ ସେବା ପାଇପାରିବେ । ଏହି ଅବସରରେ । ମାନ୍ୟବର ମନ୍ତ୍ରୀ ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ (www.labourdirectorate. odisha.gov.in)  ଏବଂ କାରଖାନା ଓ ବାର୍ଷିତ୍ର ନିର୍ଦ୍ଦେଶାଳୟ (www.dfb.odisha.gov.in) ର ଦୁଇଗୋଟି ୱେବ୍‌ସାଇଟ୍‌କୁ ମଧ୍ୟ ଲୋକାର୍ପଣ କରିଥିଲେ । ତତ୍ସହିତ ‘ଶ୍ରମ କଲ୍ୟାଣ' ନାମକ ଏକ ବୁଲେଟିନ୍ ମଧ୍ୟ ଉନ୍ମୋଚିତ ହୋଇଥିଲା । ବିଭିନ୍ନ ଶ୍ରମିକ ଭାଇଭଉଣୀମାନଙ୍କୁ । ବିଭାଗ ତରଫରୁ ମୁଖ୍ୟଅତିଥ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର । ଚ୍ୟାଉପଟ୍ଟନାୟକ ଉପସ୍ଥିତ ଶ୍ରମିକମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଶ୍ରମିକମାନଙ୍କର ସର୍ବାଙ୍ଗୀନ ବିକାଶ ଓ । ବହୁବିଧ କଲ୍ୟାଣ ରାଜ୍ୟ ସରକାରଙ୍କ ପ୍ରାଥମିକତା । ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାରେ ଆମ ରାଜ୍ୟ ଭାରତବର୍ଷରେ ଆଜି ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି ।

ଏହି ସମାରୋହରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଯୋଗଦେଇ କହିଥିଲେ ଯେ ରାଜ୍ୟ ସରକାର ଶ୍ରମିକମାନଙ୍କର ବହୁବିଧ କଲ୍ୟାଣ ନିମନ୍ତେ ଅଙ୍ଗୀକାରବଦ୍ଧ ଓ ସର୍ବଦା ସେମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶ୍ରମିକ ଭାଇଭଉଣୀମାନଙ୍କ ପାଇଁ ଉତ୍ସର୍ଗୀକୃତ ମନୋଭାବ ନେଇ ଅହରହ କାର୍ଯ୍ୟ କରୁଥିବା ପ୍ରମୁଖ ଶ୍ରମିକ ସଂଗଠନର ୪ଜଣ ଶ୍ରମିକ ନେତାଙ୍କୁ ଏହି କାର୍ଯ୍ୟକ୍ରମରେ ‘ବିଜୁ ଶ୍ରମିକ ବନ୍ଧୁ ସମ୍ମାନ-୨୦୨୨'ରେ ସମ୍ମାନିତ କରାଯାଇଥିଲା

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget