loading...

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଂଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ 'ଆସାନି’ ଫଳରେ ରାଜ୍ୟର ଉପକୂଳ ଅଂଚଳରେ ସମ୍ଭାବ୍ୟ

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ


ଭୁବନେଶ୍ୱର, ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଂଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ 'ଆସାନି’ ଫଳରେ ରାଜ୍ୟର ଉପକୂଳ ଅଂଚଳରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖ୍ ରାଜ୍ୟ ଜଳସଂପଦ ବିଭାଗ ତରଫରୁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ସମେତ ବରିଷ୍ଠ ପଦାଧୁକାରୀ ଉପସ୍ଥିତ ଥିଲେ । ବୈଠକରେ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦାୟିତ୍ବ ସଂପନ୍ନ ନିର୍ବାହୀ ଯନ୍ତ୍ରୀଙ୍କ ଦ୍ବାରା ଏହା ପରିଚାଳିତ ହେବ । 

ସମ୍ଭାବ୍ୟ ବାତ୍ୟା ପାଇଁ ସବୁ ପ୍ରକାର ପ୍ରସ୍ତୁତିରେ ରହିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ସମସ୍ତ କ୍ଷେତ୍ରସ୍ତରୀୟ ଅଧୁକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ଥିବା ନଦୀ ଓ କେନାଲ ବନ୍ଧଗୁଡିକ ପ୍ରତି ସତର୍କ ଦୃଷ୍ଟି ରଖୁବାକୁ କୁହାଯାଇଛି । ସମ୍ଭାବ୍ୟ ବାତ୍ୟା ପରିସ୍ଥିତିରେ ବିଭାଗୀୟ ଯନ୍ତ୍ରୀ ଓ ଅଧୁକାରୀମାନେ ଜିଲ୍ଲାପ୍ରଶାସନ ସହିତ ସମନ୍ବୟ ରଖ୍ ଆବଶ୍ୟକ ଆନୁଷଙ୍ଗିକ ସହାୟତା ଯୋଗାଇଦେବେ । ବାତ୍ୟା ଯୋଗୁଁ ବନ୍ୟା ବା ଅତ୍ୟକ ବର୍ଷାଫଳରେ ଟ୍ରେନେଜ ସମସ୍ୟା ଉପୁଜିଲେ ତାହାକୁ ତୁରନ୍ତ ପରିସ୍କାର ପାଇଁ ଆବଶ୍ୟକ ଯନ୍ତ୍ରପାତି ସହ ପଦକ୍ଷେପ ନେବାକୁ କୁହାଯାଇଛି । ଜଳଭଣ୍ଡାରଗୁଡ଼ିକର ସ୍ଥିତି ଅନୁଧ୍ୟାନ କରି ନିୟନ୍ତ୍ରଣ କକ୍ଷକୁ ନିୟମିତ ସୂଚନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ଷେତ୍ରସ୍ତରରେ କାର୍ଯ୍ୟକରୁଥିବା ଯନ୍ତ୍ରୀମାନଙ୍କର ଛୁଟି ବାତିଲ କରାଯାଇଛି । ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବିନା ଅନୁମତିରେ ଛୁଟି ସଂଜୁର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ଵତନ୍ତ୍ର ସଚିବ (ତଦାରଖ) ଚନ୍ଦ୍ରଶେଖର ପାଢୀ, ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର, ସର୍ବୋଚ୍ଚ ଯନ୍ତ୍ରୀ( ଯୋଜନା ଓ ନହ୍ମାଙ୍କନ) ଅସୀମ ମହାପାତ୍ର, ଅତିରିକ୍ତ ଶାସନ ସଚିବ ସୁବ୍ରତ କୁମାର ପଣ୍ଡା, ମୁଖ୍ୟ ଯନ୍ତ୍ରୀ , ବେସିନ୍ ମ୍ୟାନେଜର-ମହାନଦୀ କାଠଯୋଡ଼ି ସିଷ୍ଟମ ଭକ୍ତରଂଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ଡ୍ରେନେଜ୍ ବାଲେଶ୍ବର ନାଥ ସାହୁ, ମୁଖ୍ୟଯନ୍ତ୍ରୀ ଏଚ୍.ଏଚ୍ .ଜି.ଆଇ.ସ୍ ଓ ଅନ୍ୟ ବରିଷ୍ଠ । ଯନ୍ତ୍ରୀ ଓ ପଦାଧୁକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget