loading...

ଖରିଫ ଫସଲ ଏବଂ ପ୍ରାଣୀଧନ ଓ ମତ୍ସ୍ୟସଂପଦର ବନ୍ୟା ଓ ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା ବୈଠକ

ଚଳିତ ବନ୍ୟା ଓ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲ୍ଲା ରେ ଖରିଫ ଫସଲ ଏବଂ ପ୍ରାଣୀଧନ ଓ ମତ୍ସ୍ୟସଂପଦର କ୍ଷୟକ୍ଷତି

ଖରିଫ ଫସଲ ଏବଂ ପ୍ରାଣୀଧନ ଓ ମତ୍ସ୍ୟସଂପଦର ବନ୍ୟା ଓ ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା ବୈଠକ


ଭୁବନେଶ୍ୱର, ଚଳିତ ବନ୍ୟା ଓ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲ୍ଲା ରେ ଖରିଫ ଫସଲ ଏବଂ ପ୍ରାଣୀଧନ ଓ ମତ୍ସ୍ୟସଂପଦର କ୍ଷୟକ୍ଷତି ଏବଂ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବନ୍ୟା ପରବର୍ତ୍ତୀ ପଦକ୍ଷେପ ସଂପର୍କରେ ଆଜି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । 

କୃଷି ଭବନଠାରେ ଆୟୋଜିତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀ ସଂଜୀବ କୁମାର ଚଢ଼ା, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ, ମସ୍ୟ ଏବଂ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନେ ଉପସ୍ଥିତ ଥିବାବେଳେ ଜିଲ୍ଲାସ୍ତରୀୟ ଅଧୁକାରୀମାନେ ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ ଯୋଗଦେଇଥିଲେ ।

କ୍ଷତିଗ୍ରସ୍ତ ଜିଲ୍ଲାଗୁଡ଼ିକର ରିପୋର୍ଟ ପ୍ରାପ୍ତ ହୋଇଥିବାବେଳେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରଭାବିତ ଅଞ୍ଚଳରେ ସଅଳ କିସମ ଫସଲର ବିହନ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଣୁ ସହିତ ପ୍ରଭାବିତ ଅଞ୍ଚଳରେ ଡାଲିଜାତୀୟ ବିହନ ସେପ୍ଟେମ୍ବର ମାସ ସୁଦ୍ଧା ଚାଷୀମାନଙ୍କୁ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀମାନଙ୍କୁ ହାଇବ୍ରିଡ୍ ପନିପରିବା ବିହନ, ବନ୍ଧାକୋବି, ଫୁଲକୋବି ଆଦିର ବିହନ କିପରି ସୁବିଧାରେ ଯୋଗାଇ ଦିଆଯାଇପାରିବ ସେ ଉପରେ ମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ । ସେପ୍ଟେମ୍ବର ସୁଦ୍ଧା ଚାଷୀମାନଙ୍କୁ ଚିନାବାଦମ ବିହନ ଯୋଗାଇଦେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଓଡ଼ିଶା ରାଜ୍ୟ ବିହନ ନିଗମର ପରିଚାଳନା ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଖୁବ୍‌ଶୀଘ୍ର ଫସଲବୀମା କ୍ଷତିପୂରଣ ରାଶି ପ୍ରଦାନ କରିବା ନିମନ୍ତେ ବୀମା କମ୍ପାନୀମାନଙ୍କ ସହ ଆଲୋଚନା କରିବା ପାଇଁ ମନ୍ତ୍ରୀ ସଂପୃକ୍ତ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତୁରନ୍ତ ଚିକିତ୍ସା ବ୍ୟବସ୍ଥା ସହ ପ୍ରାଣୀଧନ ଓ ମତ୍ସ୍ୟସଂପଦର ସୁରକ୍ଷା ଦିଗରେ କ୍ଷେତ୍ର ଅଧକାରୀମାନଙ୍କ ତତ୍ପରତା ଯୋଗୁଁ କ୍ଷୟକ୍ଷତି ଅନେକ ପରିମାଣରେ ହ୍ରାସ ପାଇଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ମତବ୍ୟକ୍ତ କରିଥିଲେ । ଏଣୁ ସହିତ ରବି ଫସଲ ନିମନ୍ତେ ନଭେମ୍ବର ମାସ ସୁଦ୍ଧା ଚାଷୀମାନଙ୍କୁ ବିହନ ଯୋଗାଇଦେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପରାମର୍ଶ ଦେଇଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget