ଭୁବନେଶ୍ୱର, ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ବିଜୁ ମହିଳା ଜନତା ଦଳ ଭୁବନେଶ୍ବର ଜିଲ୍ଲା ସାଂଗଠନିକ ସଭାପତି ଶ୍ରୀମତୀ ବିଜୟଲକ୍ଷ୍ମୀ ମହାପାତ୍ରଙ୍କ ତତ୍ବାବଧାନରେ ଭୁବନେଶ୍ବର ୟୁନିଟ-୨ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ଆମନ୍ତ୍ରିତ ଅତିଥୀ ଭାବେ ଯୋଗ ଦେଇ ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା, ମେୟର ଶ୍ରୀମତୀ ସୁଲୋଚନା ଦାସ, ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ବିଜୁ ମହିଳା ଜନତା ଦଳ ରାଜ୍ୟସ୍ତରୀୟ ସାଧାରଣ ସମ୍ପାଦିକା ତଥା ବରିଷ୍ଠ ନେତ୍ରୀ ଶ୍ରୀମତୀ ସୁମିତ୍ରା ଜେନା, ବିଜୁ ମହିଳା ଜନତା ଦଳ ରାଜ୍ୟସ୍ତରୀୟ ସମ୍ପାଦିକା ଶ୍ରୀମତୀ ଭାରତୀ ସିଂ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବୃକ୍ଷରୋପଣର ମହତ୍ ବାର୍ଭା ସମାଜ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ ।
କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଛାତ୍ରଛତ୍ରୀମାନେ ସହାୟତା ପ୍ରଦାନ କରିଥିବା ବେଳେ ସ୍ଥାନୀୟ କର୍ପୋରେଟରଙ୍କ ସହ ମଧ୍ୟ ନିର୍ବାଚନ ମଣ୍ଡଳୀର ଅନ୍ୟାନ୍ୟ କର୍ପୋରେଟରମାନେ କାର୍ଯ୍ୟକ୍ରମର ସୁପରିରଳନା କରିଥିଲେ । ଏତଦ୍ଭିନ୍ନ ବିଜୁ ମହିଳା ଜନତା ଦଳର ଜିଲ୍ଲା ଓ ରାଜ୍ୟସ୍ତରୀୟ ନେତ୍ରୀମାନେ ମଧ୍ୟ ଯୋଗଦାନ କରିଥିଲେ ।
Post a Comment